-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ଟୋକନ୍ ସମସ୍ୟା: ଶୁକ୍ରବାର ସୁଦ୍ଧା ସମାଧାନ ନହେଲେ ରାସ୍ତାରୋକ କରିବ ଓଡ଼ିଶା ରାଜ୍ୟ କୃଷକ ସଂଗଠନ

10-Jun-2026



ରେଙ୍ଗାଲିକ୍ୟାମ୍ପ(ଆକାଶ ମିଶ୍ର):  ଜୁନ୍ ଶେଷ ସୁଦ୍ଧା ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ କରିବାକୁ ସରକାର ଲକ୍ଷ୍ୟ ରଖିଥିବା ବେଳେ ଏବେ ବି ହଜାର ହଜାର ଚାଷୀ ସେମାନଙ୍କର ପ୍ରାପ୍ୟ ଟୋକନ୍‌ ପାଇବାରୁ ବଞ୍ଚିତ ଅଛନ୍ତି। ମାତ୍ର କୋଡ଼ିଏ ଦିନ ସମୟ ବାକି ଥିବା ବେଳେ ବହୁ ଚାଷୀଙ୍କ ଦ୍ଵିତୀୟ ଓ ତୃତୀୟ ପର୍ଯ୍ୟାୟ ଟୋକନ୍ ଆସିନାହିଁ। ଏପରିକି ଜମିର ପରିମାଣ ଅନୁଯାୟୀ ଚାଷୀଙ୍କୁ ବହୁତ କମ୍ ସଂଖ୍ୟକ ଟୋକନ୍ ମିଳିଥିବା ଅଭିଯୋଗ ହୋଇଛି। ଏହି ସମସ୍ୟାର ସ୍ଥାୟୀ ସମାଧାନ ଏବଂ ଆଗାମୀ ଶୁକ୍ରବାର ସୁଦ୍ଧା ସମସ୍ତ ବାକିଆ ଟୋକନ୍ ପ୍ରଦାନ କରାନଗଲେ ଆଗାମୀ ଦିନରେ ବ୍ୟାପକ ରାସ୍ତାରୋକ କରାଯିବ ବୋଲି ଓଡ଼ିଶା ରାଜ୍ୟ କୃଷକ ସଂଗଠନ ଚେତାବନୀ ଦେଇଛି।
ବୁଧବାର ଅତାବିରା ମୁଖ୍ୟ ବଜାର ପ୍ରାଙ୍ଗଣରେ ଅନୁଷ୍ଠିତ ସଂଗଠନର ଏକ ଗୁରୁତ୍ଵପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ସୂଚନାଯୋଗ୍ୟ ଯେ, ଗତ ୧ ତାରିଖ ଦିନ ଅତାବିରା ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳଙ୍କୁ ଏ ନେଇ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ଜିଲ୍ଲା ପ୍ରଶାସନର ପରାମର୍ଶ କ୍ରମେ ଚାଷୀମାନେ ଜୁନ୍ ୫ ତାରିଖ ମଧ୍ୟରେ ସଂପୃକ୍ତ ପ୍ୟାକ୍ସ (PACS) ମାନଙ୍କରେ ଲିଖିତ ଅଭିଯୋଗ ମଧ୍ୟ ଦେଇଥିଲେ। ହେଲେ ଆଜି ପର୍ଯ୍ୟନ୍ତ ଏହି ଦିଗରେ କୌଣସି ପଦକ୍ଷେପ ନିଆଯାଇ ନାହିଁ। ବର୍ତ୍ତମାନ ସୁଦ୍ଧା ମାତ୍ର 45\% ଧାନ ସଂଗ୍ରହ ହୋଇପାରିଛି, ଯାହା ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିଛି। ମଣ୍ଡିଗୁଡ଼ିକରେ ଧାନ କିଣିବାର ଟାର୍ଗେଟ୍‌ ବହୁତ କମ୍ ରଖାଯାଉଛି।
ବର୍ଷା ଭୟ: ଆଗାମୀ ୪-୫ ଦିନ ମଧ୍ୟରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଟୋକନ୍ ଆଶାରେ ମଣ୍ଡିରେ ଖୋଲା ଆକାଶ ତଳେ ହଜାର ହଜାର କ୍ଵିଣ୍ଟାଲ ଧାନ ପଡ଼ିରହିଛି, ଯାହା ବର୍ଷାରେ ନଷ୍ଟ ହେବାର ଆଶଙ୍କା ଦେଖାଦେଇଛି।
ଚାଷୀଙ୍କୁ ଶାସନ ଓ ପ୍ରଶାସନ ବାରମ୍ବାର ହଇରାଣ ହରକତ କରୁଛନ୍ତି। ଯଦି ଚାଷୀଙ୍କ ନ୍ୟାର୍ଯ୍ୟ ଦାବିକୁ ସରକାର ଶୀଘ୍ର କର୍ଣ୍ଣପାତ ନ କରନ୍ତି, ତେବେ ଆସନ୍ତା ଶନିବାର ପରଠାରୁ ଯେକୌଣସି ମୁହୂର୍ତ୍ତରେ ରାଜପଥ ଅବରୋଧ କରାଯିବ ବୋଲି ଓଡ଼ିଶା ରାଜ୍ୟ କୃଷକ ସଂଗଠନ କହିଛି ।
ଏହି ବୈଠକରେ ସଂଗଠନର ସଭାପତି ଭୁବନ ପ୍ରଧାନ, ସଂପାଦକ ନରେନ୍ଦ୍ର ପ୍ରଧାନ, ଚାଷୀନେତା ବୀରେନ୍ଦ୍ର କର, ବୁଦ୍ଧଦେବ ନନ୍ଦ, ମନୋରଞ୍ଜନ ସାହୁ, ଅଶ୍ଵିନୀ ତ୍ରିପାଠୀ, ସଂସାର ଭୋଇ, ହରେନ୍ଦ୍ର ସ୍ଵାଇଁ, ଦେବେନ୍ଦ୍ର ସାହୁ, ସୁରେଶ କର୍ଣ୍ଣ, ସମୀର ପ୍ରଧାନ, ରାଜେଶ ପ୍ରଧାନ, ଗୁରୁଦେବ ଭୋଇ, ବି. ପାପାରାଓ, ସଂକ୍ରାନ୍ତି ଭେଙ୍କଟେଶ୍ଵର ରାଓ, ଭି. କ୍ରିଷ୍ଣ ମୂର୍ତ୍ତି, ଦଶରଥ ଭୋଇ, ଏମ୍. ସତ୍ୟ ପ୍ରକାଶ, ଜେ. ସୂର୍ଯ୍ୟପ୍ରକାଶ ଏବଂ କେ. ରାମ ବାବୁଙ୍କ ସମେତ ବହୁ ସଂଖ୍ୟାରେ ଚାଷୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like