-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||     

HOME   ଜିଲ୍ଲା

ଶିଶୁ ଶ୍ରମ ନିରାକରଣ ସଚେତନତା କାର୍ଯକ୍ରମ-୨୦୨୬ ଅନୁଷ୍ଠିତ

20-Jun-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ଜିଲ୍ଲାପାଳ କାର୍ଯାଳୟର ସମ୍ମିଳନୀ କକ୍ଷରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ ନୃପରାଜ ସାହୁଙ୍କ ଅଧ୍ୟକ୍ଷତାରେ ଶିଶୁ ଶ୍ରମିକ ନିରାକରଣ ସଚେତନତା କାର୍ଯକ୍ରମ-୨୦୨୬ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉଭୟ ୧୪ ବର୍ଷରୁ କମ ଶିଶୁ ଏବଂ ୧୮ ବର୍ଷରୁ କମ କିଶୋର/କିଶୋରୀ ମାନଙ୍କର ବିପଦ ସଂକୁଳ ବୃତ୍ତି ବିଷୟରେ ଚର୍ଚ୍ଚା ହେବା ସହ ଶିଶୁ ଓ କିଶୋର ଶ୍ରମ ଆଇନ- ୧୯୮୬ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା |
କାର୍ଯକ୍ରମରେ ସୁବର୍ଣ୍ଣପୁର ଜିଲ୍ଲା ଶିଶୁ ଶ୍ରମ ବିଭାଗର ଉଦ୍ଧାରକାରୀ ଦଳ ଦ୍ୱାରା ସମଗ୍ର ଜିଲ୍ଲାରେ ଚାଲିଥିବା କାର୍ଯ୍ୟକଳାପ ବିଷୟରେ ଚର୍ଚ୍ଚା ହେବା ଶହ ଶ୍ରମରେ ନିୟୋଜିତ କରୁଥିବା ଲୋକ ଉପରେ କଣ ଦଣ୍ଡ ବିଧାନ ରହିଛି ତାହା ମଧ୍ୟ ସୂଚିତ କରାଗଲା |
ଡିଭିଜନାଲ ଶ୍ରମ ଆୟୁକ୍ତ ଶ୍ରୀ ଦିଲେଶ୍ୱର ଖାଖା ଶିଶୁ ଶ୍ରମ ବିରୋଧୀ ଅଭିଯାନର ବିଭିନ୍ନ ଦିଗ ଉପସ୍ଥାପନ କରିବା ସହିତ ଶିଶୁ ଶ୍ରମିକରୁ ପାରା ଆରଚେରୀରେ ବିଶ୍ୱ ବିଜେତା ହୋଇଥିବା ପାୟଲ ନାଗଙ୍କ ପ୍ରେରଣାଦାୟକ ଯାତ୍ରା ବିଷୟରେ ଆଲୋକପାତ କରିଥିଲେ। ସେ ସମସ୍ତ ବିଭାଗକୁ ନିଜ ନିଜ କାର୍ଯ୍ୟକ୍ଷେତ୍ରରେ ଶିଶୁ ଶ୍ରମିକ ଚିହ୍ନଟ ହେଲେ ତୁରନ୍ତ ଜିଲ୍ଲା ଶ୍ରମ ବିଭାଗକୁ ଅବଗତ କରାଇବାକୁ ଅନୁରୋଧ କରିଥିଲେ, ଯାହାଦ୍ୱାରା ଶୀଘ୍ର ଉଦ୍ଧାର କାର୍ଯ୍ୟ ସମ୍ପାଦନ କରାଯାଇପାରିବ।
ଜିଲ୍ଲାପାଳ ଶ୍ରୀ ସାହୁ କହିଥିଲେ ଯେ ଶିଶୁ ଶ୍ରମ ଭଳି ସାମାଜିକ ସମସ୍ୟାର ସମାଧାନ ପାଇଁ ଏକ ସମ୍ବେଦନଶୀଳ ଓ ମାନବିକ ଆଭିମୁଖ୍ୟ ଅପରିହାର୍ଯ୍ୟ। ଶିଶୁମାନଙ୍କୁ କେବଳ ଶ୍ରମରୁ ଉଦ୍ଧାର କରିବା ନୁହେଁ, ବରଂ ସେମାନଙ୍କର ପୁନର୍ବାସ, ପୁନଃ ବିଦ୍ୟାଳୟରେ ନାମଲେଖା, ଦକ୍ଷତା ବିକାଶ ଏବଂ ଅଭିଭାବକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଉପରେ ଗୁରୁତ୍ୱ ଦେବା ଆବଶ୍ୟକ ବୋଲି ସେ କହିଥିଲେ। ସେ ଆହୁରି ଉଲ୍ଲେଖ କରିଥିଲେ ଯେ ପୂର୍ବ ଦଶନ୍ଧି ତୁଳନାରେ ବର୍ତ୍ତମାନ ଦଶନ୍ଧିରେ ଶିଶୁ ଶ୍ରମ ଘଟଣାରେ ଉଲ୍ଲେଖନୀୟ ହ୍ରାସ ଘଟିଛି। ତଥାପି ନିଖୋଜ ଶିଶୁମାନଙ୍କ ସମସ୍ୟା ଉପରେ ବିଶେଷ ଧ୍ୟାନ ଦେବା ସହ ଉଦ୍ଧାର ପରେ କୌଣସି ଶିଶୁ ପୁନର୍ବାର ଶ୍ରମରେ ନିୟୋଜିତ ନ ହେବାକୁ ସୁନିଶ୍ଚିତ କରିବା ଆବଶ୍ୟକ ବୋଲି ସେ ମତ ପ୍ରକାଶ କରିଥିଲେ।
ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଚତୁର୍ଭୁଜ ଦାସ ଶିଶୁ ଶ୍ରମର ମୂଳ କାରଣ ଦୂରୀକରଣ ପାଇଁ ପରିବାରମାନଙ୍କ ଆର୍ଥିକ ସ୍ଥିତିକୁ ବୁଝିବା ଏବଂ ସେମାନଙ୍କୁ ଆବଶ୍ୟକ ସହାୟତା ପ୍ରଦାନ କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ଶିଶୁ ଶ୍ରମିକ ନିୟୋଜନ କରୁଥିବା ନିଯୁକ୍ତିଦାତାଙ୍କ ବିରୋଧରେ ଜରିମାନା ସମେତ କଠୋର ଦଣ୍ଡାତ୍ମକ ପଦକ୍ଷେପ ଗ୍ରହଣ କରାଗଲେ ଏହା ଏକ ପ୍ରଭାବଶାଳୀ ପ୍ରତିରୋଧକ ବ୍ୟବସ୍ଥା ଭାବେ କାର୍ଯ୍ୟ କରିବ ବୋଲି କହିଥିଲେ।

କାର୍ଯକ୍ରମକୁ ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ଦିବ୍ୟ ଶଙ୍କର ଧରୁଆ ପରିଚାଳନା କରିଥିଲେ, ଶିଶୁ ମଙ୍ଗଳ କମିଟିର ଅଧ୍ୟକ୍ଷା ଶ୍ରୀମତୀ ଲିନା ବାବୁ, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଶ୍ରୀମତୀ ଉଷାରାଣୀ ଦାସ, ଡିଏସପି ଶ୍ରୀମତୀ ରେଣୁକା ସୁନା ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ । ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ଜିଲ୍ଲା ମଙ୍ଗଳ ଅଧିକାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ଶିକ୍ଷା ବିଭାଗର ଅଧିକାରୀଙ୍କ ସମେତ ବିଭିନ୍ନ ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026

You Might Also Like