-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||      ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||     

HOME   ଜିଲ୍ଲା

ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ

03-Jul-2026



ପାରାଦୀପ ଓ ଗୋପାଳପୁରରେ ହେବ ୩ଟି ପ୍ରକଳ୍ପ, ନିବେଶ- ୬୭,୦୦୦ କୋଟି ଟଙ୍କା, ନିଯୁକ୍ତି-୭,୬୦୦♦️ ଗ୍ଲୋବାଲ୍ ଗ୍ରୀନ୍ ହବ୍ ହେବ ଓଡ଼ିଶା - ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ପ୍ରେରଣା ଖବର): ଓଡ଼ିଶାର ଶିଳ୍ପ ଅଭିବୃଦ୍ଧିର ପରବର୍ତ୍ତୀ ଅଧ୍ୟାୟ ଏବେ ପ୍ରଯୁକ୍ତିବିଦ୍ୟା, ନବସୃଜନ ଓ ସବୁଜ ଅର୍ଥନୀତି (ଗ୍ରୀନ୍ ଇକୋନୋମି) ଦ୍ୱାରା ପରିଚାଳିତ ହେବ ବୋଲି ଆଜି ସ୍ଥାନୀୟ ଲୋକସେବା ଭବନ କନଭେନସନ୍ ସେଣ୍ଟରରେ ଆୟୋଜିତ କାର୍ଯ୍ୟକ୍ରମରେ, ଜାପାନୀ ଶିଳ୍ପ  ବ୍ୟବସାୟିକ ପ୍ରତିନିଧି ମଣ୍ଡଳଙ୍କ ସହିତ ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ସେ କହିଛନ୍ତି ଯେ, ଆଧୁନିକ ଟେକ୍ନୋଲୋଜିର ପ୍ରୟୋଗରେ ଓଡିଶାକୁ ଏକ ‘ଗ୍ଲୋବାଲ୍ ଗ୍ରୀନ୍ ହବ୍’ ରେ ପରିଣତ କରାଯିବ।

ଆଜି ଲୋକସେବା ଭବନର କନଭେନସନ୍‌ ସେଣ୍ଟରଠାରେ ଜାପାନର ବିଜିନେସ୍ ଡେଲିଗେଟ୍ ମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ଓଡିଶାରେ ପୁଞ୍ଜି ନିବେଶ ସମ୍ପର୍କରେ ବିଶେଷକରି ସବୁଜ ଅର୍ଥନୀତିର ଅଭିବୃଦ୍ଧି ସମ୍ପର୍କରେ ଆଲୋଚନା କରିଛନ୍ତି। 

ଏହି ଅବସରରେ ରାଜ୍ୟ ସରକାର ACME ଗ୍ରୁପ ଓ IHI Corporation ସହିତ ଏକ ସହଯୋଗ ପତ୍ର ବା Memorandum of Cooperation (MoC) ସ୍ୱାକ୍ଷର କରିଛନ୍ତି। ଏହାଦ୍ୱାରା ଏହି ଦୁଇଟି କମ୍ପାନୀ ଓଡିଶାରେ ସ୍ୱଚ୍ଛ ଶକ୍ତି ଏବଂ ଅନ୍ୟାନ୍ୟ ଶିଳ୍ପ ପ୍ରକଳ୍ପରେ ବ୍ୟାପକ ରୂପରେ ନିବେଶ କରିବା ପାଇଁ ଉଦ୍ୟମ କରିବେ। ଏହି ସହଯୋଗ ଦ୍ୱାରା ଟେକ୍ନୋଲୋଜି ଟ୍ରାନ୍ସଫର, ପରିବେଶ ଅନୁକୂଳ ଦୀର୍ଘସ୍ଥାୟୀ ଶିଳ୍ପାୟନ ସହିତ ଓଡିଶାରେ ବ୍ୟାପକ ନିଯୁକ୍ତି ଓ ଅର୍ଥନୈତିକ ସୁଯୋଗ ସୃଷ୍ଟି ହେବ। 

ଏହି ଦୁଇଟି କମ୍ପାନୀ ACME ଓ IHI ଓଡିଶାରେ ୩ଟି ପ୍ରକଳ୍ପ ସ୍ଥାପନ କରିବା ପାଇଁ ସହଯୋଗର ହାତ ବଢାଇଛନ୍ତି। ଏହାର ସମୁଦାୟ ନିବେଶ ମୂଲ୍ୟ ପ୍ରାୟ ୬୭,୦୦୦ କୋଟି ଟଙ୍କା ଏବଂ ଏହା ଦ୍ୱାରା ୭,୬୦୦ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। 

ଏହି ପ୍ରକଳ୍ପ ଗୁଡିକ ହେଲା ଗୋପାଳପୁରରେ ୦.୪ MTPA କ୍ଷମତା ବିଶିଷ୍ଟ ଗ୍ରୀନ ଆମୋନିଆ ପ୍ରକଳ୍ପ। ଏଥିରେ ୨୦,୦୦୦ କୋଟି ଟଙ୍କା ନିବେଶ ହେବ ଏବଂ ଏହାଦ୍ୱାରା ୩,୪୦୦ ନିଯୁକ୍ତି ସୃଷ୍ଟି ହେବ। ଏହା ସହିତ ଏହି ପ୍ରକଳ୍ପରେ ଅତିରିକ୍ତ ୧,୦୦୦ କୋଟି ଟଙ୍କା ନିବେଶରେ ଏକ ଜେଟି ବିହୀନ ଫ୍ଲୋଟିଙ୍ଗ୍ ଟର୍ମିନାଲ୍ ଭିତ୍ତିଭୂମି ସୃଷ୍ଟି କରାଯିବ।

ଏହା ସହିତ ପାରାଦୀପରେ ୩୪,୦୦୦ କୋଟି ଟଙ୍କା ବିନିଯୋଗରେ ୦.୮ MTPA କ୍ଷମତା ବିଶିଷ୍ଟ ଏକ ଗ୍ରୀନ୍ ଆମୋନିଆ ପ୍ରକଳ୍ପ ପ୍ରତିଷ୍ଠା କରାଯିବ। ଏହାଦ୍ୱାରା ୩,୬୦୦ ନିଯୁକ୍ତି ସୃଷ୍ଟି ହେବ। ତୃତୀୟ ପ୍ରକଳ୍ପଟି ହେଉଛି ୧୨,୦୦୦ କୋଟି ଟଙ୍କା ବିନିଯୋଗରେ ପାରାଦୀପରେ ୦.୧ MTPA କ୍ଷମତା ବିଶିଷ୍ଟ ଏକ ଗ୍ରୀନ୍ ମିଥାନଲ୍ ପ୍ରକଳ୍ପ କରାଯିବ। ଏହା ଦ୍ୱାରା ୬୦୦ ନିଯୁକ୍ତି ସୃଷ୍ଟି ହେବ।

ACME ଓ IHI କର୍ପୋରେସନ ସହିତ ଓଡିଶା ସରକାରଙ୍କ ସହଯୋଗ ପତ୍ର(Memorandum of Cooperation) ସ୍ୱାକ୍ଷରିତ

ଏହି ଅବସରରେ ଦେଶର ଅନ୍ୟତମ ବୃହତ୍ତମ ଗ୍ରୀନ୍ ହାଇଡ୍ରୋଜେନ୍ ଇକୋସିଷ୍ଟମ ପ୍ରତିଷ୍ଠା ନେଇ ଓଡ଼ିଶାର ଦୂରଦୃଷ୍ଟି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଆଲୋକପାତ କରିଛନ୍ତି। ଗତକାଲି ମଧ୍ୟପ୍ରାଚ୍ୟର ନିବେଶକଙ୍କ ସହ ୧୧ ବିଲିୟନ ଡଲାରର ଚୁକ୍ତି ପରେ ଆଜି ଦୂର ପ୍ରାଚ୍ୟ ବନ୍ଧୁ ଜାପାନ ସହିତ ହୋଇଥିବା ଏହି ସହଭାଗିତା ରାଜ୍ୟର ଶିଳ୍ପ କ୍ଷେତ୍ରକୁ ଆହୁରି ଉଜ୍ଜ୍ୱଳ କରିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ବର୍ତ୍ତମାନ ସୁଦ୍ଧା ୧୨ଟି ପ୍ରମୁଖ ଗ୍ରୀନ୍ ହାଇଡ୍ରୋଜେନ୍ ଏବଂ ଗ୍ରୀନ୍ ଆମୋନିଆ ପ୍ରକଳ୍ପକୁ ମଞ୍ଜୁରୀ ଦେଇସାରିଛି। ଏହାଦ୍ୱାରା ରାଜ୍ୟକୁ ୨ ଲକ୍ଷ କୋଟିରୁ ଅଧିକ ଟଙ୍କାର ପୁଞ୍ଜିନିବେଶ ଆସିବା ସହ ୩୬ ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ପାରାଦୀପ, କେନ୍ଦ୍ରାପଡ଼ା ଓ ଗୋପାଳପୁରକୁ ନେଇ ଦୁଇଟି ସବୁଜ ଶିଳ୍ପ କରିଡର ବିକାଶ କରାଯାଉଛି, ଯାହା ଭାରତର 'ଇସ୍ପାତ ରାଜଧାନୀ' ଓଡ଼ିଶାକୁ ଗ୍ରୀନ୍ ଷ୍ଟିଲ୍ ଉତ୍ପାଦନରେ ବିଶ୍ୱସ୍ତରୀୟ ଅଗ୍ରଣୀ କରାଇବ। 

ଏହି କାର୍ଯ୍ୟକ୍ରମରେ ACME, IHI ଓ MITSUBISHI ଆଦି ଅନ୍ତର୍ଜାତୀୟ ସ୍ତରର କମ୍ପାନୀର ପ୍ରତିନିଧିମାନେ ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ  IHI କର୍ପୋରେସନ୍‌କୁ ରାଜ୍ୟରେ ଏକ 'ଜାପାନୀ ଗ୍ରୀନ୍ ଇଞ୍ଜିନିୟରିଂ ଏବଂ ଇନୋଭେସନ୍ ସେଣ୍ଟର' ଏବଂ MITSUBISHI କର୍ପୋରେସନ୍‌କୁ ଗ୍ରୀନ୍ କେମିକାଲ୍ସ ଓ ସ୍ଥାୟୀ ଇନ୍ଧନ କ୍ଷେତ୍ରରେ ନିବେଶ ପାଇଁ ବିଶେଷ ଆମନ୍ତ୍ରଣ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗତ ବର୍ଷ ଜାନୁଆରୀର ‘ଉତ୍କର୍ଷ ଓଡ଼ିଶା’ ପରଠାରୁ ରାଜ୍ୟରେ ଦ୍ୱିତୀୟ ଶିଳ୍ପ ବିପ୍ଲବ ଆରମ୍ଭ ହୋଇଛି ଏବଂ ବିଗତ ଦେଢ଼ ବର୍ଷ ମଧ୍ୟରେ ଓଡ଼ିଶା ସରକାର ୧୦ ଲକ୍ଷ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ଦିଆଯାଇଛି। ରାଜ୍ୟର ୨୯ଟି ଜିଲ୍ଲାରେ ଶିଳ୍ପାୟନ ପ୍ରକ୍ରିୟାକୁ ତ୍ୱରାନ୍ୱିତ ହେଉଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହିତ ଆଗାମୀ କିଛି ଦିନ ମଧ୍ୟରେ ରାଜ୍ୟର ସବୁ ଜିଲ୍ଲାରେ ଉଦ୍ୟୋଗ ପ୍ରତିଷ୍ଠା କରାଯାଇ ସମାବେଶୀ ଶିଳ୍ପାୟନର ଲକ୍ଷ୍ୟକୁ ହାସଲ କରାଯିବ।
ଏହି ଆଲୋଚନାରେ, ଆଇଏଚ୍‌ଆଇ (IHI) କର୍ପୋରେସନ୍ ର

ରାଜ୍ୟର ଶିଳ୍ପ ଅଭିବୃଦ୍ଧିର ପରବର୍ତ୍ତୀ ଅଧ୍ୟାୟ ଏବେ ପ୍ରଯୁକ୍ତିବିଦ୍ୟା, ନବସୃଜନ ଓ ସବୁଜ ଅର୍ଥନୀତି ଦ୍ୱାରା ପରିଚାଳିତ ହେବ

President ଓ CEO Hiroshi Ide ଓଡ଼ିଶାର ସବୁଜ ଶକ୍ତି ନୀତି ଏବଂ ପୁଞ୍ଜିନିବେଶ ପରିବେଶକୁ ଉଚ୍ଚ ପ୍ରଶଂସା କରି କହିଥିଲେ ଯେ  ଓଡ଼ିଶାରେ ଶକ୍ତି କ୍ଷେତ୍ରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆନ୍ତରିକ ସହଯୋଗ ଓ ସରକାରଙ୍କ ଦୂରଦୃଷ୍ଟିସମ୍ପନ୍ନ ଶକ୍ତି ନୀତି ବେଶ୍ ପ୍ରଶଂସନୀୟ। ଜାପାନ ପାଇଁ ସବୁଜ ଶକ୍ତି (ଗ୍ରୀନ୍ ଏନର୍ଜି) କ୍ଷେତ୍ରରେ ବୃହତ ପୁଞ୍ଜିନିବେଶ କରିବା ନିମନ୍ତେ ଓଡ଼ିଶା ଏକ ସର୍ବୋତ୍ତମ ଏବଂ ସୁଦୃଢ଼ ମାଧ୍ୟମ ସାଜିଛି ବୋଲି ସେ କହିଥିଲେ।

Mitsubishi ଗ୍ୟାସ୍ କେମିକାଲ୍ କମ୍ପାନୀର ପ୍ରତିନିଧି ଓଡ଼ିଶାର ଏକ ସବୁଜ ଓ ସୁଦୃଢ଼ ଭବିଷ୍ୟତ ଗଠନ ଦିଗରେ ମିଳିତ ଭାବେ କାର୍ଯ୍ୟ କରିବାକୁ ଇଚ୍ଛା ପ୍ରକାଶ କରିଥିଲେ। 

ଏସିଏମଇ ଗ୍ରୁପ୍‌ର ଚେୟାରମ୍ୟାନ୍ ତଥା ମ୍ୟାନେଜିଂ ଡିରେକ୍ଟର ମନୋଜ କୁମାର ଉପାଧ୍ୟାୟ ଓଡ଼ିଶାର ଶିଳ୍ପାନୁକୂଳ ପରିବେଶକୁ ପୁଞ୍ଜିନିବେଶର ଶ୍ରେଷ୍ଠ ଗନ୍ତବ୍ୟସ୍ଥଳ ବୋଲି କହିଛନ୍ତି । ସେ କହିଛନ୍ତି ଯେ ବର୍ତ୍ତମାନ ସମୟରେ ସବୁଜ ଶକ୍ତି କ୍ଷେତ୍ରରେ ନିବେଶ ପାଇଁ ଓଡ଼ିଶା ସବୁଠାରୁ ଅନୁକୂଳ ଏବଂ ଆକର୍ଷଣୀୟ ସ୍ଥାନ ଭାବେ ଉଭା ହୋଇଛି। ଭୌଗୋଳିକ ଦୃଷ୍ଟିକୋଣରୁ ଓଡ଼ିଶା ଜାପାନର ଅଧିକ ନିକଟତର। ତେଣୁ ଓଡ଼ିଶାରେ ଉତ୍ପାଦିତ ସବୁଜ ଶକ୍ତିକୁ ଖୁବ୍ ସହଜରେ ଜାପାନକୁ ରପ୍ତାନି କରାଯାଇପାରିବ ଏବଂ ଆଗାମୀ ଦିନରେ ଓଡ଼ିଶା ସଫଳତାର ସହ ଜାପାନକୁ ଶକ୍ତି ରପ୍ତାନୀ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିବ।

ଏହି କାର୍ଯ୍ୟକ୍ରମରେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ମୁଖ୍ୟ  ସଚିବ ଶ୍ରୀମତୀ ଅନୁ ଗର୍ଗ, ଜାପାନୀ ପ୍ରତିନିଧିମଣ୍ଡଳ ସମେତ ଟି.ଆର୍‌.ଏଲ୍‌. କ୍ରୋସାକି, ଟି.ୱାଇ.କେ. କର୍ପୋରେସନ୍‌, ଇଣ୍ଡୋ ନିସିନ୍‌, ଏ.ସି.ଏମ୍‌.ଇ. ଗ୍ରୁପ୍‌, ଆଇ.ଏଚ୍‌.ଆଇ. କର୍ପୋରେସନ୍‌ ଓ ମିତ୍‌ସୁବିଶିର ପ୍ରତିନିଧିବୃନ୍ଦ ଏବଂ ବିଶ୍ୱ ବ୍ୟାଙ୍କ, ଆନ୍ତର୍ଜାତୀୟ ଅର୍ଥ ନିଗମ (IFC) ଓ ଏସିଆନ ଡେଭଲପମେଣ୍ଟ ବ୍ୟାଙ୍କ (ADB) ର ପ୍ରତିନିଧିମାନେ ମଧ୍ୟ ଏହି ଆଲୋଚନାରେ ସାମିଲ ହୋଇଥିଲେ।

ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଇପିକଲ୍‌ (IPICOL) ର ପରିଚାଳନା ନିର୍ଦ୍ଦେଶକ ଶ୍ରୀମତୀ ଆବୋଲି ସୁନୀଲ ନରଭାଣେ ଆଲୋଚନା ଶେଷରେ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   05-Nov-2026
  ଜିଲ୍ଲା  
ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ   05-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026

You Might Also Like