-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା

06-Jul-2026



ପୁରୀ(ପ୍ରେରଣା ଖବର): ଆଗାମୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଏବଂ ଏଥିପାଇଁ ପୁରୀକୁ ଆସିବାକୁ ଥିବା ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର ଆଜି ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ଏକ ବ୍ୟାପକ ସମୀକ୍ଷା କରିବା ସହ ସହରରେ ନିର୍ମାଣାଧୀନ ନୂତନ ୪୨ ଏମଏଲଡି ଜଳ ବିଶୋଧନ ପ୍ଲାଣ୍ଟର କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି ।

ଉତ୍ସବ ସମୟରେ ନିରବଚ୍ଛିନ୍ନ ଭାବେ ସୁରକ୍ଷିତ ଓ ସ୍ୱଚ୍ଛ ପାନୀୟ ଜଳର ଉପଲବ୍ଧତା ସୁନିଶ୍ଚିତ କରିବା ଏବଂ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ପ୍ରସ୍ତୁତିର ଆକଳନ କରିବା ପାଇଁ ମନ୍ତ୍ରୀ ଡଃ ମହାପାତ୍ର ବରିଷ୍ଠ ଅଧିକାରୀମାନଙ୍କ ସହ ଏକ ସମୀକ୍ଷା ବୈଠକ କରିଥିଲେ ।
ଏହି ବୈଠକରେ ୱାଟକୋର ପରିଚାଳନା ନିର୍ଦ୍ଦେଶକ ଦେବବ୍ରତ ମହାନ୍ତି, ବିଭାଗୀୟ ବରିଷ୍ଠ ଅଧିକାରୀ, ଯନ୍ତ୍ରୀ ଓ ପ୍ରକଳ୍ପ ଅଧିକାରୀମାନେ ଉପସ୍ଥିତ ଥିଲେ ଏବଂ ରଥଯାତ୍ରା ପାଇଁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ଓ ସ୍ୱତନ୍ତ୍ର ବ୍ୟବସ୍ଥା ବିଷୟରେ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ ।

କ୍ଷେତ୍ର ପରିଦର୍ଶନ ସମୟରେ  ଡଃ ମହାପାତ୍ର ୪୨ ଏମଏଲଡି ଜଳ ବିଶୋଧନ ପ୍ଲାଣ୍ଟର ପ୍ରମୁଖ ଅଂଶ ଯେପରିକି କ୍ଲାରିଫାୟର୍, ଫିଲ୍ଟ୍ରେସନ୍ ୟୁନିଟ୍, ଯନ୍ତ୍ରପାତି ସ୍ଥାପନ ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ ଭିତ୍ତିଭୂମିର ଅଗ୍ରଗତି ପରିଦର୍ଶନ କରିଥିଲେ । ପୁରୀ ସହରର ବର୍ତ୍ତମାନ ଓ ଭବିଷ୍ୟତର ଜଳ ଆବଶ୍ୟକତା ପୂରଣ ଦିଗରେ ଏହି ପ୍ରକଳ୍ପର ଗୁରୁତ୍ୱ ଉପରେ ଆଲୋକପାତ କରି ସେ କାର୍ଯ୍ୟକାରୀ ସଂସ୍ଥାଗୁଡ଼ିକୁ ଗୁଣବତ୍ତା ବଜାୟ ରଖିବା ସହ କାମକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।"ରଥଯାତ୍ରା ସମୟରେ ପୁରୀର ଜନସଂଖ୍ୟା ବହୁଗୁଣିତ ହୋଇଯାଏ । ଶ୍ରଦ୍ଧାଳୁ ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ ନିରବଚ୍ଛିନ୍ନ ଭାବେ ସୁରକ୍ଷିତ ପାନୀୟ ଜଳ ଯୋଗାଇବା ଆମର ସର୍ବୋଚ୍ଚ ପ୍ରାଥମିକତା । ଯେକୌଣସି ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ସମସ୍ତ ସଂସ୍ଥା ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବା ଆବଶ୍ୟକ," ବୋଲି ମନ୍ତ୍ରୀ ଡଃ ମହାପାତ୍ର କହିଛନ୍ତି ।

ଶ୍ରୀ ଜଗନ୍ନାଥ ମନ୍ଦିର ଚାରିପାଖ, ସେବାୟତ , /ତୀର୍ଥଯାତ୍ରୀଙ୍କ ରହଣି ସ୍ଥଳ, ଅସ୍ଥାୟୀ ଶିବିର ଏବଂ ସହରର ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ସ୍ଥାନଗୁଡ଼ିକରେ ୨୪  ଘଣ୍ଟିଆ ଜଳ ଯୋଗାଣ ପାଇଁ କରାଯାଇଥିବା ବ୍ୟବସ୍ଥାର ସମୀକ୍ଷା ମନ୍ତ୍ରୀ ଡଃ ମହାପାତ୍ର କରିଥିଲେ । ଜଳ ଯୋଗାଣ  ନେଟୱାର୍କର କ୍ରମାଗତ ନିରୀକ୍ଷଣ କରିବା ସହ ପାୱାର ବ୍ୟାକଅପ୍ ବ୍ୟବସ୍ଥା ଏବଂ ଜରୁରୀକାଳୀନ ପଦକ୍ଷେପ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରଖିବାକୁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଏକ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ, ଜଳ ଯୋଗାଣରେ କୌଣସି ଅପ୍ରତ୍ୟାଶିତ ବାଧା ଦୂର କରିବା ପାଇଁ ୱାଟକୋ ପକ୍ଷରୁ ଭ୍ରାମ୍ୟମାଣ ପାଣି ଟାଙ୍କି, ଅସ୍ଥାୟୀ ଜଳ ବଣ୍ଟନ କେନ୍ଦ୍ର ଏବଂ ଜରୁରୀକାଳୀନ ପ୍ରତିକ୍ରିୟା ଦଳକୁ ପ୍ରସ୍ତୁତ ରଖାଯାଇଛି । ତୁରନ୍ତ ସେବା ଏବଂ ନିରବଚ୍ଛିନ୍ନ କାର୍ଯ୍ୟ ସୁନିଶ୍ଚିତ କରିବା ପାଇଁ ରଥଯାତ୍ରା ସମୟରେ ଏକ ସ୍ୱତନ୍ତ୍ର କଣ୍ଟ୍ରୋଲ ରୁମ୍ ୨୪ ଘଣ୍ଟା କାର୍ଯ୍ୟ କରିବ।।
ମନ୍ତ୍ରୀ ଡଃ ମହାପାତ୍ର ଅଧିକାରୀ ଓ କାର୍ଯ୍ୟକାରୀ ସଂସ୍ଥାଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଏବଂ ଗୁଣବତ୍ତା ସହ କୌଣସି ପ୍ରକାରର ଆପୋଷ ବୁଝାମଣା ନକରି ଜଳ ବିଶୋଧନ ପ୍ଲାଣ୍ଟ ପ୍ରକଳ୍ପ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ନିର୍ଦ୍ଧାରିତ ମାନଦଣ୍ଡରୁ କୌଣସି ପ୍ରକାରର ଅବହେଳା କିମ୍ବା ବିଚ୍ୟୁତିକୁ ଗମ୍ଭୀରତାର ସହ ନିଆଯିବ ବୋଲି ସେ ଦୋହରାଇଛନ୍ତି ।
ରଥଯାତ୍ରା ସମୟରେ ଉନ୍ନତମାନର ସେବା ଯୋଗାଇଦେବା ପାଇଁ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାକୁ ଦୋହରାଇ ମନ୍ତ୍ରୀ କହିଛନ୍ତି ଯେ ସମସ୍ତ ଭକ୍ତ ଓ ବାସିନ୍ଦାଙ୍କ ପାଇଁ ସ୍ୱଚ୍ଛ ପାନୀୟ ଜଳର ନିରବଚ୍ଛିନ୍ନ ସୁବିଧା ସହ ଏକ ସୁରୁଖୁରୁ, ସୁରକ୍ଷିତ ଏବଂ ସୁସଂଗଠିତ ରଥଯାତ୍ରା ସୁନିଶ୍ଚିତ କରିବା ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଏବଂ ୱାଟକୋ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ।
.......


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like