-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||      *ଅକ୍ଟୋବର ୧୫ ସୁଦ୍ଧା ମାଗଣା ରବିଚାଷ ପାଇଁ ବିହନ ଯୋଗାଇବାକୁ ଦାବି: ପୋଷ୍ଟ କାର୍ଡ ମାଧ୍ୟମରେ ସରକାରଙ୍କୁ ଚାଷୀ ଙ୍କ ଅନୁରୋଧ*   (11-Jul-2026)       ||     

HOME   ଜିଲ୍ଲା

ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ

08-Jul-2026



କଟକ(ପ୍ରେରଣା ଖବର)-ସାଇବର ଆର୍ଥିକ ଠକେଇ ମାମଲାର ଶୀଘ୍ର ପଞ୍ଜୀକରଣ, ଦ୍ରୁତ ତଦନ୍ତ ଏବଂ ପୀଡ଼ିତଙ୍କୁ ଶୀଘ୍ର ନ୍ୟାୟ ପ୍ରଦାନ ଉଦ୍ଦେଶ୍ୟରେ ଓଡ଼ିଶା ପୋଲିସ ଆଜି ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ କରିଛି। ରାଜ୍ୟ ପୋଲିସ ମୁଖ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ଏହି ବ୍ୟବସ୍ଥାର ଉଦ୍‌ଘାଟନ କରିଥିଲେ।ସାଇବର ଆର୍ଥିକ ଠକେଇ ଘଟଣା ବଢ଼ୁଥିବାରୁ ଅଭିଯୋଗ ପଞ୍ଜୀକରଣକୁ ଅଧିକ ଦ୍ରୁତ, ସରଳ ଓ ପ୍ରଭାବଶାଳୀ କରିବା ସହ ଠକେଇ ହୋଇଥିବା ଅର୍ଥ ଉଦ୍ଧାରର ସମ୍ଭାବନା ବଢ଼ାଇବା

ପାଇଁ ଏହି ପଦକ୍ଷେପ ନିଆଯାଇଛି। ଏହା ନାଗରିକଙ୍କୁ ଅଧିକ ସ୍ୱଚ୍ଛ, ଦକ୍ଷ ଓ ଜନକଲ୍ୟାଣମୂଳକ ପୋଲିସ ସେବା ପ୍ରଦାନ ଦିଗରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ।

ଏହି ବ୍ୟବସ୍ଥାରେ ରାଜ୍ୟ ଅପରାଧ ଅଭିଲେଖ ବ୍ୟୁରୋ (SCRB) ଜାତୀୟ ସାଇବର ହେଲ୍ପଲାଇନ୍ ୧୯୩୦କୁ CCTNS ସହ ସମନ୍ୱୟ କରିଛି।

ନୂତନ ବ୍ୟବସ୍ଥା ଅନୁଯାୟୀ, ୧୦ ଲକ୍ଷ ଟଙ୍କା କିମ୍ବା ତା’ଠାରୁ ଅଧିକ ସାଇବର ଆର୍ଥିକ ଠକେଇ ସମ୍ବନ୍ଧୀୟ ଅଭିଯୋଗ ୧୯୩୦ରେ ପଞ୍ଜୀକୃତ ହେଲେ, CCTNSରେ ସ୍ୱୟଂଚାଳିତ ଭାବେ e-Zero FIR ଅନୁରୋଧ ସୃଷ୍ଟି ହେବ ଏବଂ ତାହା ଅପରାଧ ଶାଖାର ସାଇବର ପୋଲିସ ଷ୍ଟେସନ୍‌କୁ ପଠାଯିବ।

ପ୍ରାଥମିକ ଯାଞ୍ଚ ପରେ ସାଇବର ପୋଲିସ ଷ୍ଟେସନ୍ ନିୟମିତ ଏଫ୍‌ଆଇଆର୍ ପଞ୍ଜୀକରଣ କରି ତଦନ୍ତ ଆରମ୍ଭ କରିପାରିବ। ପ୍ରୟୋଜନ ଅନୁଯାୟୀ ମାମଲାକୁ ସମ୍ପୃକ୍ତ ଥାନାକୁ ସ୍ଥାନାନ୍ତର, ଜିରୋ ଏଫ୍‌ଆଇଆର୍ ଭାବେ ପଞ୍ଜୀକରଣ, ପୂର୍ବରୁ ଥିବା ମାମଲା ସହ ସଂଯୋଗ କିମ୍ବା ନିର୍ଦ୍ଧାରିତ ମାନଦଣ୍ଡ ପୂରଣ ନ କରୁଥିବା ଅଭିଯୋଗକୁ ବନ୍ଦ କରାଯାଇପାରିବ।

ଏହି ବ୍ୟବସ୍ଥା ମାଧ୍ୟମରେ ମାମଲା ପଞ୍ଜୀକରଣ ଓ ସୂଚନା ଆଦାନ-ପ୍ରଦାନ ଅଧିକ ଦ୍ରୁତ ଏବଂ ସୁବ୍ୟବସ୍ଥିତ ହେବ। ଅଭିଯୋଗକାରୀମାନେ ମଧ୍ୟ ନିଜ ମାମଲାର ଅଗ୍ରଗତି ସମ୍ପର୍କରେ ସହଜରେ ସୂଚନା ପାଇପାରିବେ।

ଏହି ଅବସରରେ ଡିଜିପି ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ କହିଥିଲେ, “ସାଇବର ଅପରାଧର ମୁକାବିଲା ପାଇଁ ଆଧୁନିକ ପ୍ରଯୁକ୍ତିର ସର୍ବାଧିକ ବ୍ୟବହାର କରି ନାଗରିକଙ୍କୁ ତ୍ୱରିତ, ସ୍ୱଚ୍ଛ ଓ ଜନକଲ୍ୟାଣମୂଳକ ପୋଲିସ ସେବା ପ୍ରଦାନ କରିବାକୁ ଓଡ଼ିଶା ପୋଲିସ ପ୍ରତିବଦ୍ଧ।

ସେ ସାଧାରଣ ଲୋକଙ୍କୁ ଅନୁରୋଧ କରିଥିଲେ ଯେ, ସାଇବର ଆର୍ଥିକ ଠକେଇର ଶିକାର ହେଲେ ବିଳମ୍ବ ନ କରି ତୁରନ୍ତ ୧୯୩୦ରେ ଅଭିଯୋଗ କରନ୍ତୁ। ଶୀଘ୍ର ଅଭିଯୋଗ କଲେ ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଇପାରିବ ଏବଂ ଠକେଇ ହୋଇଥିବା ଅର୍ଥ ଫେରିପାଇବାର ସମ୍ଭାବନା ମଧ୍ୟ ବଢ଼ିବ।

ଡିଜିପି ଏହି ବ୍ୟବସ୍ଥାର ସଫଳ କାର୍ଯ୍ୟକାରିତା ପାଇଁ ରାଜ୍ୟ ଅପରାଧ ଅଭିଲେଖ ବ୍ୟୁରୋ, ଅପରାଧ ଶାଖା ଓ ସମ୍ପୃକ୍ତ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ପ୍ରୟାସକୁ ପ୍ରଶଂସା କରିଥିଲେ।

‘ଇ-ଜିରୋ ଏଫ୍‌ଆଇଆର୍’ ବ୍ୟବସ୍ଥା ଓଡ଼ିଶା ପୋଲିସର ପ୍ରଯୁକ୍ତିନିର୍ଭର, ଆଧୁନିକ ଓ ଦକ୍ଷ ପୋଲିସିଂ ବ୍ୟବସ୍ଥା ଗଠନ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଏହା ସାଇବର ଅପରାଧର  ମୁକାବିଲା ସହ ପୀଡ଼ିତଙ୍କୁ ଶୀଘ୍ର ନ୍ୟାୟ ପ୍ରଦାନରେ ସହାୟକ ହେବ।


News Comment




Photo in News

Advertisment
Lastest News
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026
  ଜିଲ୍ଲା  
ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି   12-Jul-2026

You Might Also Like