-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||     

HOME   ରାଜ୍ୟ

ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା

10-Jul-2026



ବରପାଲି(ସୁଦାମ ଦୀପ): ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବନମହୋତ୍ସବ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ପରିବେଶବିତ୍ ତଥା ପ୍ରକୃତିବନ୍ଧୁ ତେଜରାଜ ଭୋଇଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବୃକ୍ଷରୋପଣ, ପରିବେଶ ସଚେତନତା ଏବଂ ପ୍ରକୃତି ସଂରକ୍ଷଣ ଉପରେ ବିଶେଷ ଆଲୋଚନା କରାଯାଇଥିଲା।
କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପଞ୍ଚାୟତ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ପତିତପାବନ ସାହୁ ଯୋଗଦେଇ ବୃକ୍ଷ ହେଉଛି ମାନବଜୀବନର ଅମୂଲ୍ୟ ସମ୍ପଦ ବୋଲି କହିଥିଲେ। ସେ ପ୍ରତ୍ୟେକ ଛାତ୍ରଛାତ୍ରୀ ଅତି କମରେ ଗୋଟିଏ ଗଛ ଲଗାଇ ତାହାର ଯତ୍ନ ନେବାକୁ ଆହ୍ୱାନ ଜଣାଇଥିଲେ। ସମ୍ମାନିତ ଅତିଥି ଭାବେ ବରପାଲି ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ଡ଼. ଘନଶ୍ୟାମ ପାଣିଗ୍ରାହୀ, ଅବସରପ୍ରାପ୍ତ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ପଧାନ, ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଲିଙ୍ଗରାଜ ବେହେରା, ସତଲମା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭବାନୀ ଶଙ୍କର ଗଡ଼ତିଆ, ଜିଲ୍ଲା ପରିବେଶ ସଚେତନତା ସମିତିର ସମ୍ପାଦକ ମୋହନ ଚାନ୍ଦ ପଧାନ ଏବଂ ସତଲମା ଉନ୍ନୀତ ବାଳିକା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅରୁନ୍ଧତୀ ଭୋଇ ଉପସ୍ଥିତ ରହି ପରିବେଶ ସୁରକ୍ଷାର ଆବଶ୍ୟକତା, ଜଳବାୟୁ ପରିବର୍ତ୍ତନର ପ୍ରଭାବ ଏବଂ ସବୁଜ ପରିବେଶ ଗଠନରେ ଯୁବପିଢ଼ିର ଭୂମିକା ସମ୍ପର୍କରେ ମତବ୍ୟକ୍ତ କରିଥିଲେ। ବକ୍ତାମାନେ କହିଥିଲେ ଯେ, ବନ ଓ ପରିବେଶର ସୁରକ୍ଷା ବିନା ସୁସ୍ଥ ଓ ସୁନ୍ଦର ପୃଥିବୀର କଳ୍ପନା ସମ୍ଭବ ନୁହେଁ। ବୃକ୍ଷରୋପଣ କେବଳ ଏକ ଦିନର କାର୍ଯ୍ୟକ୍ରମ ନୁହେଁ, ବରଂ ପ୍ରତ୍ୟେକ ନାଗରିକଙ୍କ ନିତ୍ୟକର୍ତ୍ତବ୍ୟ ହେବା ଉଚିତ୍। ଛାତ୍ରଛାତ୍ରୀମାନଙ୍କୁ ଗଛ ଲଗାଇବା ସହିତ ତାହାର ସୁରକ୍ଷା ଓ ଯତ୍ନ ନେବାକୁ ମଧ୍ୟ ପରାମର୍ଶ ଦିଆଯାଇଥିଲା।
ଏହି ଅବସରରେ ବିଦ୍ୟାଳୟ ପରିସରରେ ବିଭିନ୍ନ ପ୍ରଜାତିର ଫଳ, ଔଷଧୀୟ ଓ ଛାୟା ପ୍ରଦାନକାରୀ ବୃକ୍ଷ ଚାରା ରୋପଣ କରାଯାଇଥିଲା। ଶିକ୍ଷକ, ଛାତ୍ରଛାତ୍ରୀ ଓ ଅତିଥିମାନେ ମିଳିତ ଭାବେ ବୃକ୍ଷରୋପଣ କରି ପରିବେଶ ସୁରକ୍ଷା ପ୍ରତି ସମସ୍ତଙ୍କୁ ସଚେତନ ହେବାକୁ ଆହ୍ୱାନ ଜଣାଇଥିଲେ। କାର୍ଯ୍ୟକ୍ରମକୁ ଓଡ଼ିଆ ଅଧ୍ୟାପକ ଲୋକବନ୍ଧୁ ପଧାନ ସୁନ୍ଦର ଭାବେ ପରିଚାଳନା କରିଥିବାବେଳେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, କର୍ମଚାରୀ ଓ ବହୁ ସଂଖ୍ୟକ ଛାତ୍ରଛାତ୍ରୀ ଉପସ୍ଥିତ ରହି ବନମହୋତ୍ସବକୁ ସଫଳ କରିଥିଲେ। ଶେଷରେ ସମସ୍ତେ ପରିବେଶ ସୁରକ୍ଷା ଓ ଅଧିକରୁ ଅଧିକ ବୃକ୍ଷରୋପଣ କରିବାକୁ ସାମୂହିକ ଶପଥ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026

You Might Also Like