-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଜିଲ୍ଲା

୨୦୨୩ ବ୍ୟାଚ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କଲେ ରାଜ୍ୟପାଳ♦️କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ଜ୍ଞାନ ହାସଲ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ

15-Jul-2026



ଭୁବନେଶ୍ୱର(ମୁରଲି ମିଶ୍ର): ଲୋକଭବନ ଭୁବନେଶ୍ୱରସ୍ଥିତ ଅଭିଷେକ ହଲ ଠାରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ୨୦୨୩ ବ୍ୟାଚର ଓଡ଼ିଶା ପ୍ରଶାସନିକ ସେବା ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କରିଛନ୍ତି I ଏହି ଅବସରରେ ପ୍ରଶିକ୍ଷାର୍ଥୀମାନଙ୍କୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ବିଶଦ ଭାବେ ଜ୍ଞାନ ଅର୍ଜନ କରି ସରକାର ଏବଂ ନାଗରିକଙ୍କ ମଧ୍ୟରେ ଏକ ସେତୁ ଭାବେ କାର୍ଯ୍ୟ କରି ଉନ୍ନତ ସେବା ପ୍ରଦାନ କରିବାକୁ ରାଜ୍ୟପାଳ ଆହ୍ୱାନ ଜଣାଇଛନ୍ତି। 

ଏହି ଅବସରରେ ରାଜ୍ୟପାଳ କହିଥିଲେ ଯେ, ଅଧିକାରୀମାନେ ତୃଣମୂଳସ୍ତରର ବାସ୍ତବତା ବିଷୟରେ ସ୍ପଷ୍ଟ ଧାରଣା ରଖିବା ଉଚିତ। କଲ୍ୟାଣକାରୀ କାର୍ଯ୍ୟକ୍ରମଗୁଡ଼ିକର ସଠିକ ରୂପାୟନ ଏବଂ ଏଥିରେ ଯୋଗ୍ୟ ହିତାଧିକାରୀଙ୍କ ଅନ୍ତର୍ଭୁକ୍ତିକୁ ସୁନିଶ୍ଚିତ କରିବା ପାଇଁ ଏହି ଜ୍ଞାନ ଅତ୍ୟନ୍ତ ଜରୁରୀ। 

ଆଲୋଚନା ସମୟରେ ମାନ୍ୟବର ରାଜ୍ୟପାଳ ପ୍ରଶିକ୍ଷାର୍ଥୀଙ୍କୁ ପିଏମ୍‌ଏସ୍‌ବିୱାଇ, ପିଏମ୍‌ଜେଜେବିୱାଇ ଏବଂ ପିଏମ୍ ସୂର୍ଯ୍ୟ ଘର: ମୁକ୍ତ ବିଜୁଳି ଯୋଜନା ଭଳି ପ୍ରମୁଖ ଯୋଜନାଗୁଡିକ ବିଷୟରେ ଅବଗତ ହେବାକୁ ପରାମର୍ଶ ଦେଇଥିଲେ। ସଚେତନ ଏବଂ ସକ୍ରିୟ ଅଧିକାରୀମାନେ ଲୋକ ସେବା ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ରାଜ୍ୟପାଳ କହିଥିଲେ । ଏଥି ସହ ବିଭିନ୍ନ ସାମାଜିକ ସୁରକ୍ଷା ଯୋଜନାରେ ନିଜକୁ ପଞ୍ଜିକୃତ କରାଇବା ସହିତ ଏହି ଯୋଜନାଗୁଡ଼ିକର ବ୍ୟାପକ ପ୍ରଚାର ପ୍ରସାର କରିବା ପାଇଁ ରାଜ୍ୟପାଳ ପରାମର୍ଶ ଦେଇଥିଲେ।

ସମ୍ପ୍ରତି ବିଶ୍ୱ ଅର୍ଥନୈତିକ ପ୍ରତିବନ୍ଧକଗୁଡ଼ିକ ଉପରେ ଉଲ୍ଲେଖ କରି ରାଜ୍ୟପାଳ ପଶ୍ଚିମ ଏସିଆରେ ଭୂ-ରାଜନୈତିକ ଉତ୍ତେଜନା ଏବଂ ଦେଶର ଅଶୋଧିତ ତୈଳ ଆମଦାନି କ୍ଷେତ୍ରରେ ମାତ୍ରାଧିକ ନିର୍ଭରଶୀଳତାରୁ ଭାରତର ବିଦେଶୀ ମୁଦ୍ରା ଭଣ୍ଡାର ଉପରେ ପଡିଥିବା ପ୍ରଭାବ ବିଷୟରେ ଆଲୋକପାତ କରିଥିଲେ। ବ୍ୟକ୍ତିଗତ ସ୍ତରରେ ଆଚରଣ ପରିବର୍ତ୍ତନ, ବିଶେଷ କରି ପେଟ୍ରୋଲ ଏବଂ ଡିଜେଲ ଯାନ ବଦଳରେ କ୍ରମଶଃ ଇଲେକ୍ଟ୍ରିକ ଯାନ ବ୍ୟବହାରକୁ ଉତ୍ସାହିତ କରିବାକୁ ରାଜ୍ୟପାଳ ପରାମର୍ଶ ଦେଇଥିଲେ। 

ସ୍ୱଚ୍ଛ ଗତିଶୀଳତାକୁ ନବୀକରଣଯୋଗ୍ୟ ଶକ୍ତି ସହ ଯୋଡ଼ି ରାଜ୍ୟପାଳ ପିଏମ୍ ସୂର୍ଯ୍ୟ ଘର ଯୋଜନାର ଗୁରୁତ୍ୱ ଏବଂ ଛାତ ଉପରେ ସୌର ପ୍ୟାନେଲ୍ ସ୍ଥାପନ ସହ ଇଭି ଚାର୍ଜିଙ୍ଗ୍ ବ୍ୟବସ୍ଥା ଉପରେ ଆଲୋକପାତ କରିଥିଲେ। ଲୋକ ଭବନ 'ସବୁଜ ପ୍ରମାଣପତ୍ର' (ଗ୍ରୀନ ସାର୍ଟିଫିକେସନ) ହାସଲ ଦିଗରେ ଅଗ୍ରସର ହେଉଥିବାର ପ୍ରସଙ୍ଗ ରାଜ୍ୟପାଳ ପ୍ରଶିକ୍ଷାର୍ଥୀମାନଙ୍କୁ କହିଥିଲେ।

କୋଭିଡ୍-୧୯ ମହାମାରୀ ସମୟ ସମ୍ପର୍କରେ ଉଲ୍ଲେଖ କରି ରାଜ୍ୟପାଳ କହିଥିଲେ ଯେ, ଆତ୍ମନିର୍ଭରତା, ଉଦ୍ଭାବନ ଏବଂ ଡିଜିଟାଲ୍ ରୂପାନ୍ତରଣ ମାଧ୍ୟମରେ ଦେଶ ଆହ୍ୱାନକୁ ସୁଯୋଗରେ ପରିଣତ କରିଥିଲା। ଅନାବଶ୍ୟକ ଭାବେ ସୁନା କ୍ରୟ, ବିଦେଶ ଯାତ୍ରା ଏବଂ ଖାଦ୍ୟ ତୈଳ ବ୍ୟବହାର ହ୍ରାସ ଇତ୍ୟାଦି କ୍ଷେତ୍ରରେ ଖର୍ଚ୍ଚ ନିୟନ୍ତ୍ରଣ କରି ବିଦେଶୀ ମୁଦ୍ରା ଭଣ୍ଡାର ଉପରେ ଚାପ କମ କରିବାକୁ ରାଜ୍ୟପାଳ ପରାମର୍ଶ ଦେଇଥିଲେ ।ପ୍ରାରମ୍ଭରେ ଗୋପବନ୍ଧୁ ଏକାଡେମୀ ଅଫ ଆଡମିନିଷ୍ଟ୍ରେସନର ଉପ ମହାନିର୍ଦେଶକ ଡଃ ମୋନାଲିସା ଲେଙ୍କା ସ୍ୱାଗତ ଭାଷଣ ପ୍ରଦାନ କରିବା ସହ ପ୍ରଶିକ୍ଷାର୍ଥୀଙ୍କ ତାଲିମ କାର୍ଯ୍ୟକ୍ରମର ସଂକ୍ଷିପ୍ତ ବିବରଣୀ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like