-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||     

HOME   ଜିଲ୍ଲା

ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ

18-Jul-2026



ଅତାବିରା: (ପ୍ରେରଣା ଖବର )
ବରଗଡ଼ ଜିଲ୍ଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଛକରେ ଏକ ଅତ୍ୟନ୍ତ ହୃଦୟବିଦାରକ ଘଟଣା ସାରା ଅଞ୍ଚଳକୁ ସ୍ତବ୍ଧ କରିଦେଇଛି। ବିଦ୍ୟୁତ ଆଘାତରେ ଜଣେ ୨୦ ବର୍ଷୀୟ ଯୁବକଙ୍କ ମୃତ୍ୟୁ ପରେ କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ମୃତଦେହକୁ ରାସ୍ତା ଉପରେ ରଖି ଗୋଡ଼ଭଗା–ତୁରୁମ ମୁଖ୍ୟ ସଡ଼କ ସହ ୫୪ ନମ୍ବର ରାଜ୍ୟ ରାଜପଥକୁ ଦୀର୍ଘ ସମୟ ଧରି ଅବରୋଧ କରିଥିଲେ। ଏହି ଘଟଣା ପରେ ବିଦ୍ୟୁତ ବିଭାଗର ଅବହେଳା ଓ ୧୦୮ ଆମ୍ବୁଲାନ୍ସ ସେବାର କାର୍ଯ୍ୟକ୍ଷମତାକୁ ନେଇ ଜନସାଧାରଣଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।

ମୃତ ଯୁବକ ହେଲେ ଦିନେଶ ଅଦାବର (୨୦)। ସୂଚନା ଅନୁସାରେ, ଗତ ଗୁରୁବାର ରାତି ପ୍ରାୟ ସାଢେ ୯ଟା ସମୟରେ ଦିନେଶ ନିଜ ଘରେ ଥିବା ବେଳେ ଘରକୁ ସଂଯୋଗ ହୋଇଥିବା ମୁଖ୍ୟ ବିଦ୍ୟୁତ ତାର ଏକ ସ୍ଥାନରେ ଛିଣ୍ଡିଯାଇ ଘରର ଆଜବେଷ୍ଟସ୍ ଛାତକୁ ଧରିଥିବା ଲୁହା ଏଙ୍ଗଲରେ ଲାଗିଯାଇଥିଲା। ଅଜାଣତରେ ଦିନେଶ ସେହି ଲୁହା ଏଙ୍ଗଲକୁ ଛୁଇଁବା ମାତ୍ରେ ସେ ବିଦ୍ୟୁତ ସଂସ୍ପର୍ଶରେ ଆସି ଗୁରୁତର ଆହତ ହୋଇପଡ଼ିଥିଲେ।

ପୁଅକୁ ବଞ୍ଚାଇବା ପାଇଁ ଦୌଡ଼ି ଆସିଥିବା ତାଙ୍କ ମା' ମଧ୍ୟ ବିଦ୍ୟୁତ ସଂସ୍ପର୍ଶରେ ଆସିଥିଲେ। ସୌଭାଗ୍ୟବଶତଃ ସେ ଅଳ୍ପକେ ବର୍ତ୍ତିଯାଇଥିଲେ, କିନ୍ତୁ ଦିନେଶଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ହୋଇପଡ଼ିଥିଲା। ଏହା ଦେଖି ସ୍ଥାନୀୟ ଲୋକେ ତୁରନ୍ତ ୧୦୮ ଆମ୍ବୁଲାନ୍ସକୁ ଫୋନ୍ କରିଥିଲେ। ମାତ୍ର ଦୀର୍ଘ ସମୟ ଅପେକ୍ଷା କରିବା ସତ୍ତ୍ୱେ ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚିନଥିଲା। ଫଳରେ ନିକଟସ୍ଥ ଗୋଡ଼ଭଗା ପୁଲିସ ଫାଣ୍ଡିର ଗାଡ଼ିରେ ଦିନେଶଙ୍କୁ ବୁର୍ଲା ଭୀମସାର ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଶୁକ୍ରବାର ଦିନ ଶବ ବ୍ୟବଚ୍ଛେଦ ପରେ ଦିନେଶଙ୍କ ମୃତଦେହ  ପହଞ୍ଚିବା ପରେ ଶୋକାକୁଳ ପରିବେଶ ଉତ୍ତେଜନାରେ ପରିଣତ ହୋଇଥିଲା। ମୃତକଙ୍କ ପରିବାର ଓ ସ୍ଥାନୀୟ ଲୋକେ କ୍ଷତିପୂରଣ, ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଏବଂ ପରିବାରକୁ ସରକାରୀ ସହାୟତା ଦାବିରେ ମୃତଦେହକୁ ୫୪ ନମ୍ବର ରାଜ୍ୟ ରାଜପଥ ଉପରେ ରଖି ରାସ୍ତାରୋକ କରିଥିଲେ। ଫଳରେ ଉଭୟ ପାର୍ଶ୍ୱରେ ଦୀର୍ଘ ଧାଡ଼ିରେ ଗାଡ଼ି ଅଟକି ରହିଥିଲା ଏବଂ ଯାତାୟାତ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିଲା।

ଖବର ପାଇ ଗୋଡ଼ଭଗା ଫାଣ୍ଡି ଅଧିକାରୀ ଗଣେଶ ବାରିକ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରି ରାସ୍ତାରୋକ ହଟାଇବାକୁ ପ୍ରୟାସ କରିଥିଲେ। କିନ୍ତୁ ଆନ୍ଦୋଳନକାରୀମାନେ ନିଜ ଦାବିରେ ଅଟଳ ରହିଥିଲେ। ପରେ ଅତାବିରା ଅତିରିକ୍ତ ମାଜିଷ୍ଟ୍ରେଟ ଅଙ୍କିତ ପଣ୍ଡା ଓ ଅତାବିରା ଥାନା ଅଧିକାରୀ ପ୍ରକାଶ କର୍ଣ୍ଣ ଘଟଣାସ୍ଥଳରେ ପହଞ୍ଚି ପ୍ରଶାସନ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା।

ଏହି ଘଟଣା ପରେ ସାଧାରଣରେ ଏକ ବଡ଼ ପ୍ରଶ୍ନ ଉଠିଛି—ଜରୁରୀ ସ୍ୱାସ୍ଥ୍ୟସେବା ପାଇଁ ଆରମ୍ଭ ହୋଇଥିବା ୧୦୮ ଆମ୍ବୁଲାନ୍ସ ସେବା ପ୍ରକୃତରେ କେତେ ଦୂର କାର୍ଯ୍ୟକ୍ଷମ? ଗୁରୁତର ପରିସ୍ଥିତିରେ ବାରମ୍ବାର ଫୋନ୍ କରାଯାଇଥିଲେ ମଧ୍ୟ ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚିନଥିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ସ୍ଥାନୀୟ ବାସିନ୍ଦାମାନେ କହିଛନ୍ତି। ସେହିପରି ବିଦ୍ୟୁତ ବିଭାଗର ଅବହେଳା ଯୋଗୁଁ ଜଣେ ନିରୀହ ଯୁବକଙ୍କ ଜୀବନ ଚାଲିଯାଇଥିବାରୁ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ସହ ମୃତକଙ୍କ ପରିବାରକୁ ଯଥୋଚିତ କ୍ଷତିପୂରଣ ଓ ନ୍ୟାୟ ପ୍ରଦାନ କରିବାକୁ ସ୍ଥାନୀୟ ଅଞ୍ଚଳରେ ଦାବି ଜୋର ଧରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026

You Might Also Like