-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||     

HOME   ଜିଲ୍ଲା

ନର୍ଲା ଆଦର୍ଶ ବିଦ୍ୟାଳୟର ଛାତ୍ରଙ୍କ ଜାତୀୟ ସ୍ତରରେ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

18-Jul-2026



ନର୍ଲା (ସଞ୍ଜିବ ଦାସ )
କଳାହାଣ୍ଡି ଜିଲ୍ଲା ନର୍ଲା ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର (OAV) ଦୁଇ ଜଣ କୃତୀ ଛାତ୍ର ସ୍ୱୟଂ ସ୍ୱାଗତ କର ଏବଂ ସୁବ୍ରତ ସାହାଣି ଚଳିତ ବର୍ଷ ବିଭିନ୍ନ ପ୍ରତିଷ୍ଠିତ ସର୍ବଭାରତୀୟ ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରି ସମଗ୍ର ଅଞ୍ଚଳ ପାଇଁ ଗୌରବ ଆଣିଦେଇଛନ୍ତି।
ବିଦ୍ୟାଳୟର ମେଧାବୀ ଛାତ୍ର ସ୍ୱୟଂ ସ୍ୱାଗତ କର ସର୍ବଭାରତୀୟ ମେଡ଼ିକାଲ ପ୍ରବେଶିକା ପରୀକ୍ଷା (NEET-UG) ରେ *୬୫୫ ନମ୍ବର ରଖି ସର୍ବଭାରତୀୟ ସ୍ତରରେ ୧୧୨୨ ସ୍ଥାନ (AIR) ଅଧିକାର କରିଛନ୍ତି। ସେହିପରି ଭାରତ ସରକାରଙ୍କ ଅଣୁଶକ୍ତି ବିଭାଗ ଅଧୀନରେ ପରିଚାଳିତ ଜାତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ନାଇଜର) ର ସ୍ନାତକ ପ୍ରବେଶିକା ପରୀକ୍ଷା (NEST-୨୦୨୬) ରେ ସେ ସର୍ବଭାରତୀୟ ସ୍ତରରେ ୧୩ତମ ସ୍ଥାନ ଏବଂ ଭାରତୀୟ ବିଜ୍ଞାନ ଶିକ୍ଷା ଏବଂ ଗବେଷଣା ପ୍ରତିଷ୍ଠାନ ପ୍ରବେଶିକା ପରୀକ୍ଷା (IAT) ରେ ୧୮୬ ତମ ସ୍ଥାନ ଅଧିକାର କରିଛନ୍ତି। ଏହା ସହ ଜାତୀୟ ପ୍ରଦ୍ୟୋଗିକ ସଂସ୍ଥା (NIT) ପ୍ରବେଶିକା ପରୀକ୍ଷାରେ ମଧ୍ୟ ସେ ନିଜର କୃତିତ୍ୱ ପ୍ରଦର୍ଶନ କରିଛନ୍ତି। ସ୍ୱୟଂ ହେଉଛନ୍ତି ଜାତୀୟ ପୁରସ୍କାର ପ୍ରାପ୍ତ ଶିକ୍ଷକ ସନ୍ତୋଷ କୁମାର କର ଏବଂ ଶିକ୍ଷୟିତ୍ରୀ ସସ୍ମିତା ଦାଶଙ୍କ ସୁପୁତ୍ର। ଏହା ପୂର୍ବରୁ ସେ CBSE ଦ୍ୱାରା ଆୟୋଜିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ୯୫.୬% ଅଙ୍କ ରଖି ଉତ୍ତୀର୍ଣ୍ଣ ହୋଇଥିଲେ।
ଅନୁରୂପ ଭାବେ ବିଦ୍ୟାଳୟର ଅନ୍ୟ ଜଣେ କୃତୀ ଛାତ୍ର ସୁବ୍ରତ ସାହାଣି ମଧ୍ୟ NEET-UG ପରୀକ୍ଷାରେ ୫୬୯ ନମ୍ବର ରଖି ସର୍ବଭାରତୀୟ ସ୍ତରରେ ୨୪୦୭୫ ରାଙ୍କ (AIR) ହାସଲ କରି ସଫଳତାପୂର୍ବକ କୃତକାର୍ଯ୍ୟ ହୋଇଛନ୍ତି। ସୁବ୍ରତ ହେଉଛନ୍ତି ଶିକ୍ଷକ ଶରତ କୁମାର ସାହାଣି ଏବଂ ସଞ୍ଜୁକ୍ତା ସାହାଣିଙ୍କ ସୁପୁତ୍ର।ଶିକ୍ଷା ପରିବାରରୁ ଆସିଥିବା ଏହି ଦୁଇ ଜଣ ଛାତ୍ରଙ୍କର ସଫଳତା ପାଇଁ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ଅଭିଭାବକ, ସ୍ଥାନୀୟ ବୁଦ୍ଧିଜୀବୀ ଓ ଜନସାଧାରଣ ଉଭୟ ଛାତ୍ର ଏବଂ ସେମାନଙ୍କ ପିତାମାତାଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026

You Might Also Like