-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||     

HOME   ଜିଲ୍ଲା

*ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*

18-Jul-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ଡାକ୍ତରୀ ପ୍ରବେଶିକା ପରୀକ୍ଷା NEET-2026 ରେ ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବଡ଼ବଜାର ର ପୁଅ ଆଶୀର୍ବାଦ ତ୍ରିପାଠୀ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି । ସେ ସମଗ୍ର ଭାରତରେ 1237 ତମ ରେଙ୍କ ଅଧିକାର କରି ଜିଲ୍ଲାବାସୀଙ୍କୁ ଗର୍ବିତ କରିଛନ୍ତି । ଆଶୀର୍ବାଦ ମୋଟ ୭୨୦ ମଧ୍ୟରୁ ୬୫୩ ମାର୍କ ପାଇଛନ୍ତି । ତାଙ୍କ ପିତା ଶ୍ରୀ ନନ୍ଦକିଶୋର ତ୍ରିପାଠୀ ଜଣେ ଓକିଲ ଏବଂ ମାତା ଶ୍ରୀମତୀ ରଞ୍ଜିତା ତ୍ରିପାଠୀ ଗୃହିଣୀ । ସେ ବରିଷ୍ଟ ଆଇନଜୀବୀ ହରି ନାରାୟଣ ତ୍ରିପାଠୀ ଓ ଆଇ ଶୋଭାଗିନୀ ତ୍ରିପାଠୀ ଙ୍କ ନାତି ହୋଇଥିବା ବେଳେ କାକା ରାଜ କିଶୋର ତ୍ରିପାଠୀ ଜଣେ ଯୁବ ସାମ୍ୱାଦିକ ଓ ଖୁଡି ରଶ୍ମିତା ମିଶ୍ର ଅଟନ୍ତି । ଆଶୀର୍ବାଦ ବଲାଙ୍ଗୀରର ପ୍ରସିଦ୍ଧ ଶିକ୍ଷାନୁଷ୍ଠାନ ଯୁବୋଦୟରେ ଶିକ୍ଷା ଲାଭ କରୁଥିଲେ । କଠିନ ପରିଶ୍ରମ ଓ ଶିକ୍ଷକମାନଙ୍କ ମାର୍ଗଦର୍ଶନ ଫଳରେ ସେ ଏହି ସଫଳତା ପାଇପାରିଥିବା କହିଛନ୍ତି ।
ତାଙ୍କର ଏହି ସଫଳତା ପାଇଁ ପରିବାର ଲୋକ, ଶିକ୍ଷକ ଏବଂ ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି । ବିଭିନ୍ନ ମହଲରୁ ଆଶିର୍ବାଦଙ୍କୁ  ଅଭିନନ୍ଦନ ଜଣାଇଛନ୍ତି । ଆଶୀର୍ବାଦ ଭବିଷ୍ୟତରେ ଜଣେ ଭଲ ଡାକ୍ତର ହୋଇ ସମାଜ ସେବା କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ ଜଣେ ମେଧାବୀ ଛାତ୍ର ହୋଇଥିବା ବେଳେ ପ୍ରଥମ କ୍ଲାସ ରୁ ଯୁକ୍ତ ୨ ପର୍ଯ୍ୟନ୍ତ ଶ୍ରେଣୀରେ ପ୍ରଥମ ସ୍ଥାନ ଅଧିକାର କରି ଆସୁଥିଲେ । ପ୍ରଥମେ ସୋନପୁର ଶ୍ରୀ ଅରବିନ୍ଦ ଇଣ୍ଟିଗ୍ରାଲ ସ୍କୁଲରେ ପାଠ୍ୟକ୍ରମ ଆରମ୍ଭ କରିଥିବା ଆଶିର୍ବାଦ ମାଟ୍ରିକରେ ୯୫.୫୦ ପ୍ରତିଶତ ମାର୍କ ରଖିବା ସହ ଜିଲ୍ଲାରେ ଦ୍ୱିତୀୟ ସ୍ଥାନ ଅର୍ଜନ କରିଥିଲେ । ବଲାଙ୍ଗୀର ଯୁବୋଦୟ କଲେଜରେ ଯୁକ୍ତ ୨ ପାଠ୍ୟକ୍ରମରେ ମଧ୍ଯ ସେ ୯୪ ପ୍ରତିଶତ ମାର୍କ ରଖିବାରେ ସଫଳ ହୋଇଥିଲେ । ସେହିପରି ସେ ଚଳିତ ବର୍ଷ ଅନୁଷ୍ଠିତ ହୋଇଥିବା ଜେଇଇ ମେନ୍ ପରୀକ୍ଷାରେ ମଧ୍ୟ ୯୮ ପ୍ରତିଶତ ମାର୍କ ରଖି କୃତକାର୍ଯ୍ୟ ହୋଇଥିବା ଶିକ୍ଷାନୁଷ୍ଠାନ ପକ୍ଷରୁ ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026

You Might Also Like