-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||     

HOME   ଜିଲ୍ଲା

ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା

19-Jul-2026



ଅତାବିରା(ଆକାଶ ମିଶ୍ର): ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ଅତାବିରା ବ୍ଲକ ପକ୍ଷରୁ ଏକ ମହନୀୟ ତଥା ମାନବୀୟ ପଦକ୍ଷେପ ସ୍ଵରୂପ ସ୍ୱର୍ଗତ ସୁଶୀଲ ଭୁଏଙ୍କ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ୫,୦୦୦ ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି।ସୂଚନାଯୋଗ୍ୟ ଯେ, ଅତାବିରା ବ୍ଲକ ଅନ୍ତର୍ଗତ ନୂତନ ଅନୁଦାନ ପ୍ରାପ୍ତ ଲରାସରା ଉଚ୍ଚ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭାବେ କାର୍ଯ୍ୟରତ ଥିବା ସୁଶୀଲ ଭୁଏ ଗତ ୯ ତାରିଖ ଦିନ ବୁର୍ଲା ବଡ଼ ଡାକ୍ତରଖାନାରେ ଚିକିତ୍ସିତ ଅବସ୍ଥାରେ ମୃତ୍ୟୁବରଣ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କର ଆହୁରି ୧୨ ବର୍ଷର ଚାକିରି କାଳ ବାକି ରହିଥିଲା। ଓଷ୍ଟା ସଂଘର ନିୟମାନୁଯାୟୀ, ଅନୁଦାନ ପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ କାର୍ଯ୍ୟରତ କୌଣସି ଶିକ୍ଷକ ବା କର୍ମଚାରୀଙ୍କ ଅକାଳ ବିୟୋଗ ଘଟିଲେ ସଂଘ ପକ୍ଷରୁ ପରିବାରକୁ ଏହି ସହାୟତା ରାଶି ପ୍ରଦାନ କରାଯାଇଥାଏ।
ପ୍ରକାଶଥାଉ କି, ଓଷ୍ଟା କେବଳ ଶିକ୍ଷକ ଓ କର୍ମଚାରୀମାନଙ୍କ ହକ୍ ତଥା ନ୍ୟାଯ୍ୟ ଦାବି ପାଇଁ ଲଢ଼େଇ କରିବାରେ ସୀମିତ ନାହିଁ, ବରଂ ସର୍ବଦା ସେମାନଙ୍କ ସୁଖ-ଦୁଃଖର ସାଥୀ ହୋଇ ରହିଆସିଛି। ବିଭିନ୍ନ ସମୟରେ ରାଜ୍ୟରେ ଦେଖାଦେଉଥିବା ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ବିପନ୍ନଙ୍କ ପାଖରେ ପହଞ୍ଚି ଖାଦ୍ୟ ସାମଗ୍ରୀ ବଣ୍ଟନ କରିବା ସହ ଆର୍ଥିକ ସହାୟତା ଯୋଗାଇଦେଇ ସଂଘ ସଦାସର୍ବଦା ନିଜର ସାମାଜିକ ଦାୟିତ୍ୱବୋଧ ଓ ବଦାନ୍ୟତାର ପରିଚୟ ଦେଇ ଆସିଛି।
ଏହି ପରିପ୍ରେକ୍ଷୀରେ ଆଜି ଓଷ୍ଟାର ବ୍ଲକ ତଥା ଜିଲ୍ଲା ସ୍ତରୀୟ

କର୍ମକର୍ତ୍ତାମାନେ ସ୍ୱର୍ଗତ ଭୁଏଙ୍କ ବାସଭବନରେ ପହଞ୍ଚି ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଉକ୍ତ ଆର୍ଥିକ ସହାୟତା ରାଶି ହସ୍ତାନ୍ତର କରିଥିଲେ। ଏହି ଅବସରରେ ଓଷ୍ଟା ଜିଲ୍ଲା ଉପସଭାପତି ସଚ୍ଚିଦାନନ୍ଦ ପ୍ରଧାନ, ଯୁଗ୍ମ ସମ୍ପାଦକ ଯାଦବ ପ୍ରଧାନ, ବ୍ଲକ ସମ୍ପାଦକ ପ୍ରସନ୍ନ ବେହେରା, ଲରାସରା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନବୋଧ ମାଝୀ ଏବଂ ଶିକ୍ଷକ ରବି ନାରାୟଣ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ବିପତ୍ତି ସମୟରେ ଓଷ୍ଟା ସଂଘର ଏଭଳି ସହାନୁଭୂତିପୂର୍ଣ୍ଣ ସେବା ମନୋଭାବକୁ ସ୍ଥାନୀୟ ଅଞ୍ଚଳରେ ବେଶ୍ ପ୍ରଶଂସା କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026

You Might Also Like