-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||     

HOME   ରାଜ୍ୟ

ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

22-Jul-2026



ଭୁବନେଶ୍ୱର(, ମୁରଲୀଧର ମିଶ୍ର):  ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ ପରିଚାଳନା ଓ ସୂଚନା ସଞ୍ଚାର ଉପରେ ଅଧିକ ଗୁରୁତ୍ୱ ଦେବାକୁ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ନିବେଦନ ମଧ୍ୟ କରିଛନ୍ତି।

ବୈଠକରେ ହୋଇଥିବା ଆଲୋଚନାରୁ ଜଣା ଯାଇଛି ଯେ, ରଥଯାତ୍ରା ଠାରୁ ଆଜି ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସମସ୍ତ ନୀତିକାନ୍ତି ପ୍ରାୟତଃ ଠିକ୍ ଭାବରେ ପରିଚାଳିତ ହୋଇଛି। ଲଗାଣ ବର୍ଷା, ପ୍ରତିକୂଳ ପାଗ, ଗରମ ଓ ଗୁଳୁଗୁଳି ସତ୍ତ୍ୱେ ଅଧିକାରୀ ଓ କର୍ମଚାରୀ ତଥା ଭକ୍ତମାନଙ୍କ ସେବା ଓ ସମର୍ପଣ କୌଣସି ମାତ୍ରାରେ ପ୍ରଭାବିତ ହୋଇନାହିଁ। ସେବାୟତମାନଙ୍କ ନିଷ୍ଠା ଓ ସମର୍ପଣ ମନୋଭାବର ଉଚ୍ଚ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଦେଇଛନ୍ତି। ମହାପ୍ରଭୁଙ୍କ ସେବାରେ ସମସ୍ତ ଅଧିକାରୀ ଓ କର୍ମଚାରୀ ଟିମ୍ ସ୍ପିରିଟ ନେଇ କାମ କରୁଥିବାରୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ।

ପୁରୀ ସହରରେ ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ ସଜାଗ ରହି ସମସ୍ତ ବ୍ୟବସ୍ଥାର ନିୟମିତ ପରିଚାଳନା ଓ ତଦାରଖ କରୁଛନ୍ତି। ପହଣ୍ଡି, ରଥଟଣା, ଦକ୍ଷିଣି ମୋଡ, ଆଡପ ମଣ୍ଡପ ଦର୍ଶନ, ପ୍ରତ୍ୟେକ ସମୟରେ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ନିୟମିତ ତଦାରଖ କରୁଛନ୍ତି। 

ବୈଠକରେ ଭିଡ ପରିଚାଳନା ଓ ନିରନ୍ତର ସୂଚନା ସଞ୍ଚାର (Information Flow) ଉପରେ ଅଧିକ ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ଭିଡରେ ଜନଗହଳିକୁ (Crowd Density) ବୈଜ୍ଞାନିକ ପଦ୍ଧତିରେ ଅନୁଧ୍ୟାନ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ,   CCTV ରୁ ମିଳୁଥିବା ସୂଚନାକୁ ଇଣ୍ଟିଗ୍ରେଟେଡ କମାଣ୍ଡ ଆଣ୍ଡ କଣ୍ଟ୍ରୋଲ ବ୍ୟବସ୍ଥା ଜରିଆରେ ସମସ୍ୟା ଥିବା ସ୍ଥାନକୁ ତୁରନ୍ତ ପ୍ରଦାନ କରାଗଲେ, ସମସ୍ୟାର ସମାଧାନ ହୋଇପାରିବ।   ଆଗକୁ ବାହୁଡା ଯାତ୍ରା ସହିତ ମହାପ୍ରଭୁଙ୍କ ସୁନାବେଶ ଓ ନିଳାଦ୍ରୀବିଜେ ଅନୁଷ୍ଠିତ ହେବ। ତେଣୁ, ସମସ୍ତ ନୀତିକାନ୍ତି ଯେପରି ସୁଚାରୁ ରୂପେ ପାଳିତ ହେବ ସେଥିପ୍ରତି ସ୍ୱତନ୍ତ୍ର ଧ୍ୟାନ ରଖିବାକୁ ମୁଖ୍ୟମନ୍ତ୍ରୀ କହିଥିଲେ। ରଥଯାତ୍ରାରେ ସ୍ୱାସ୍ଥ୍ୟଗତ ସମସ୍ୟା ଯୋଗୁ, ଦୁଇଜଣ ଶ୍ରଦ୍ଧାଳୁଙ୍କ ଜୀବନହାନି ଯୋଗୁ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହିତ

ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମୃତ ଶ୍ରଦ୍ଧାଳୁଙ୍କ ପରିବାରବର୍ଗଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବା ପାଇଁ ଘୋଷଣା କରାଯାଇଛି।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ ଅରବିନ୍ଦ ପାଢୀ ରଥଯାତ୍ରା ପରିଚାଳନା ସମ୍ପର୍କରେ ବିସ୍ତୃତ ସୂଚନା ପ୍ରଦାନ କରିଥିଲେ। ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ, ଅଗ୍ନିଶମ ପୋଲିସ ମହାନିର୍ଦ୍ଦେଶକ ଡଃ ସୁଧାଂଶୁ ଷଡଙ୍ଗୀ, ପୋଲିସ ମଡର୍ଣ୍ଣାଇଜେସନ୍‌ର ଅତିରିକ୍ତ ମହାନିର୍ଦ୍ଦେଶକ ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ପୋଲିସ ପ୍ରଶାସନର ବିଭିନ୍ନ ପ୍ରସ୍ତୁତି ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। 

ବୈଠକରେ ଆଇନ ଓ ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ପ୍ରକାଶ ମିଶ୍ର,  ମୁଖ୍ୟଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଉନ୍ନୟନ କମିଶନର ଶ୍ରୀ ଡି.କେ ସିଂ ପ୍ରମୁଖ ଉପସ୍ଥିତ ରହି ବାହୁଡା ଓ ସୁନାବେଶ ପରିଚାଳନା ସମ୍ପର୍କରେ ମତାମତ ରଖିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026

You Might Also Like