-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ

22-Jul-2026



ମାଲକାନଗିରି, ମାଲକାନଗିରି ଜିଲ୍ଲାବାସୀଙ୍କ ଦୀର୍ଘ ଦିନର ସ୍ୱପ୍ନକୁ ସାକାର କରି ଜିଲ୍ଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆଜି ମାଲକାନଗିରି ଏୟାରଷ୍ଟ୍ରିପ୍‌ ଠାରେ ପରୀକ୍ଷା ମୂଳକ ଭାବେ ବିମାନ ଉଡ଼ାଣ ବା ଟ୍ରାଏଲ୍ ରନ୍ ସଫଳତାର ସହ ସମ୍ପନ୍ନ ହୋଇଛି। ମେସର୍ସ ଇଣ୍ଡିଆଓନ୍ ଏୟାର୍‌ର ସ୍ୱତନ୍ତ୍ର ସେସନା ଗ୍ରାଣ୍ଡ କାରାଭାନ ୨୦୮ବି ଇଏକ୍ସ  ବିମାନଟି ନିର୍ଦ୍ଧାରିତ ସମୟ ସୂଚୀ ଅନୁଯାୟୀ ଜୟପୁରରୁ ବାହାରି ଦିନ ୨ ଟା ୩୦ ମିନିଟ୍ ରେ ମାଲକାନଗିରି ରନ୍‌ୱେରେ ଅବତରଣ କରିଥିଲା । ଏହାକୁ ଅଗ୍ନିଶମ ବିଭାଗ ପକ୍ଷରୁ ଭବ୍ୟ ୱାଟର କ୍ୟାନନ୍ ସାଲ୍ୟୁଟ୍ ପ୍ରଦାନ କରାଯାଇଥିଲା। ଏହି ସଫଳ ପରୀକ୍ଷଣ ପରେ ଆସନ୍ତା ଏକ ମାସ ମଧ୍ୟରେ ଜିଲ୍ଲାରୁ ପ୍ରାରମ୍ଭିକ ଭାବେ ୯ ସିଟ୍ ବିଶିଷ୍ଟ ନନ-ସେଡ୍ୟୁଲ୍ ବିମାନ ସେବା ଆରମ୍ଭ ହେବ।
ଜିଲ୍ଲାରେ ବିମାନ ସେବା କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ଏହି ବହୁ ପ୍ରତୀକ୍ଷିତ ପ୍ରକଳ୍ପକୁ ସଫଳତାର ସହ କାର୍ଯ୍ୟକାରୀ କରିବା ପଛରେ ମାଲକାନଗିରି ଜିଲ୍ଲାପାଳଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱ ଓ ନିରଳସ ପ୍ରଚେଷ୍ଟା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ରହିଛି। ଏହି ଅବସରରେ ଜିଲ୍ଲାପାଳ କହିଛନ୍ତି, ଆଜିର ସଫଳ ଟ୍ରାଏଲ୍ ଲ୍ୟାଣ୍ଡିଂ ମାଲକାନଗିରିର ଯୋଗାଯୋଗ କ୍ଷେତ୍ରରେ ଏକ ମାଇଲଖୁଣ୍ଟ। ଜିଲ୍ଲା ପ୍ରଶାସନ ସମସ୍ତ ଅଂଶୀଦାରଙ୍କ ସହ ସମନ୍ୱୟ ରକ୍ଷା କରି ଏକ ମାସ ମଧ୍ୟରେ ସାଧାରଣ ଜନତାଙ୍କ ପାଇଁ ନିୟମିତ ଉଡ଼ାଣ ଆରମ୍ଭ କରିବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି। ଏହା କେବଳ ପରିବହନ ସୁବିଧା ଯୋଗାଇବ ନାହିଁ, ବରଂ ଜିଲ୍ଲାର ପର୍ଯ୍ୟଟନ ଓ ଆର୍ଥିକ ବିକାଶର ନୂତନ ଦ୍ୱାର ଉନ୍ମୋଚନ କରିବ।
ଜିଲ୍ଲାପାଳଙ୍କ ନିର୍ଦ୍ଦଶକ୍ରମେ ଆରକ୍ଷୀ ଅଧୀକ୍ଷକ ବିନୋଦ ପାଟିଲ, ବନଖଣ୍ଡ ଅଧିକାରୀ ସାଇ କିରଣ, ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ) ସୋମନାଥ ପ୍ରଧାନ,ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ବେଦବର ପ୍ରଧାନ,  ଉପ ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ ଏବଂ ରାସ୍ତା ଓ କୋଠାବାଡ଼ି ସୁପରିଟେଣ୍ଡିଂ ଇଞ୍ଜିନିୟର ରବୀନ୍ଦ୍ର କୁମାର ବେହେରା ଉପସ୍ଥିତ ରହି ସମଗ୍ର ପ୍ରକ୍ରିୟାକୁ ସୁଚାର ରୂପେ ପରିଚାଳନା କରିଥିଲେ। ମୁଖ୍ୟ ପାଇଲଟ୍ କ୍ୟାପ୍ଟେନ ପ୍ରେମ କୁମାର ଗର୍ଗ ଏବଂ କୋ-ପାଇଲଟ୍  ସତୀଶ ଏସ କେ ବିମାନବନ୍ଦରର ରନ୍‌ୱେ ସମେତ ସମସ୍ତ ଭିତ୍ତିଭୂମିକୁ ସମ୍ପୂର୍ଣ୍ଣ ସୁରକ୍ଷିତ ଓ ଉପଯୁକ୍ତ ବୋଲି ଦର୍ଶାଇଛନ୍ତି। ଭୁବନେଶ୍ୱରରୁ ଆସିଥିବା ନିର୍ଦ୍ଦେଶାଳୟର ସହକାରୀ ନିର୍ଦ୍ଦେଶକ (ସୁରକ୍ଷା)  ମନୋଜ କୁମାର ଦାସ, ସହକାରୀ ନିର୍ଦ୍ଦେଶକ (ଏରୋ ସେଫ୍ଟି)  ନିରଜ କୁମାର ନାୟକ ଏବଂ ବିମାନବନ୍ଦର ଆକାଉଣ୍ଟେବଲ୍ ମ୍ୟାନେଜର  ଅଶୋକ କୁମାର ରାଉତ ଏହି ପ୍ରସ୍ତୁତି ଏବଂ ସଫଳ ଟ୍ରାଏଲ୍ ରନ୍‌ର ଚୂଡ଼ାନ୍ତ ସମୀକ୍ଷା କରିଛନ୍ତି।
ସରକାରଙ୍କ ଆଞ୍ଚଳିକ ସଂଯୋଗୀକରଣ ଯୋଜନା  ଅଧୀନରେ ପ୍ରାରମ୍ଭିକ ପର୍ଯ୍ୟାୟରେ ଏହି  ବିମାନ ଚଳାଚଳ ବ୍ୟବସ୍ଥା ନନ-ସେଡ୍ୟୁଲ୍ ଭିତ୍ତିରେ କାର୍ଯ୍ୟ କରିବ, ଯେଉଁଠାରେ ଯାତ୍ରୀମାନଙ୍କର ସମ୍ପୂର୍ଣ୍ଣ ଟିକେଟ୍ ବୁକିଂ ନିଶ୍ଚିତ ହେବା ପରେ ହିଁ ବିମାନ ଉଡ଼ାଣ ଭରିବ। ଯାତ୍ରୀମାନଙ୍କ ସୁବିଧା ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜଣେ ସ୍ୱତନ୍ତ୍ର ନୋଡାଲ୍ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି ଏବଂ ନିୟମିତ ପ୍ୟାସେଞ୍ଜର ଅପଡେଟ୍ ପାଇଁ ପର୍ଯ୍ୟଟନ ବିଭାଗକୁ ମଧ୍ୟ ସାମିଲ କରାଯାଇଛି। ବର୍ତ୍ତମାନର  ୧୫୦୦ ମିଟର ରନ୍‌ୱେକୁ ଆହୁରି ୩୦୦ ମିଟର ପର୍ଯ୍ୟନ୍ତ ସମ୍ପ୍ରସାରଣ କରି ୧୮୦୦ ମିଟର ର ରନ୍ ୱେ ତିଆରି କରିବାକୁ ରାଜ୍ୟ ସରକାର ଯୋଜନା ରଖିଛନ୍ତି, ଯାହା ଭବିଷ୍ୟତରେ ଏଠାରେ କମର୍ସିଆଲ ଜେଟ୍ ଏୟାରକ୍ରାଫ୍ଟ ର ଅବତରଣ ସହ ମାଲକାନଗିରି ଜିଲ୍ଲାର ଅର୍ଥନୀତି, ପରିବହନ ଓ ପର୍ଯ୍ୟଟନ କ୍ଷେତ୍ରରେ ଏକ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା