-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଦେଶ ବିଦେଶ

ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା

22-Jul-2026



ଭୁବନେଶ୍ଵର(ପ୍ରେରଣା ଖବର): ଯେଉଁ ସ୍ୱଦେଶାନୁରାଗ ଓ ଭାବପ୍ରବଣତା ଗୋଟିଏ ଜାତିକୁ ଆନୁଗତ୍ୟ, ସହାନୁଭୂତି ଓ ସାଂସ୍କୃତିକ ବନ୍ଧନ ମଧ୍ୟରେ ବାନ୍ଧି ଜନସାଧାରଣଙ୍କ ମଧ୍ୟରେ ଏକତାର ଭାବ ସୃଷ୍ଟି କରିଥାଏ ତାହା ଜାତୀୟତାବାଦ। ଓଡ଼ିଆ ସାହିତ୍ୟରେ ଉତ୍କଳଦୀପିକା, ବାଲେଶ୍ଵରର ସମ୍ବାଦବାହିକା, ସମ୍ବଲପୁର ହିତୈଷିଣୀ, ଉତ୍କଳପୁତ୍ର, ପୁରୁଷୋତ୍ତମ ଚନ୍ଦ୍ରିକା ଉତ୍କଳ ସାହିତ୍ୟ ଆଦି ପତ୍ରିକାର ଭୂମିକା ମଧ୍ୟ ଏ କ୍ଷେତ୍ରରେ ସ୍ମରଣୀୟ। ରାଧାନାଥ ରାୟ, ଫକୀରମୋହନ ସେନାପତି, ମଧୁସୂଦନ ଦାସ, ଗଙ୍ଗାଧର ମେହର, ନନ୍ଦକିଶୋର ବଳ, କୁନ୍ତଳାକୁମାରୀ ସାବତଙ୍କ ସମେତ ସତ୍ୟବାଦୀର ସାଧକଗଣ ତଥା ଅନ୍ୟାନ୍ୟ କବିମାନେ ସେମାନଙ୍କ କବିତାରେ ଐତିହ୍ୟ ପ୍ରୀତି, ମାତୃଭୂମି ପ୍ରୀତି, ଭାଷାପ୍ରୀତି, ଆଞ୍ଚଳିକତାର ମୋହ ଓ ସର୍ବୋପରି ମୁକ୍ତି ଆନ୍ଦୋଳନ ପ୍ରତି ରହିଥିବା ସମର୍ଥନକୁ ପ୍ରକାଶ କରି ନିଜ ନିଜର ଜାତୀୟ ଚେତନାର ଯଥାର୍ଥ ପରିଚୟ ପ୍ରଦାନ କରିପାରିଅଛନ୍ତି ବୋଲି ସାହିତ୍ୟ ଅକାଦେମି ଓ ଓଡ଼ିଶା ସାହିତ୍ୟ ଏକାଡେମୀର ମିଳିତ ପ୍ରୟାସରେ ୨୨ ଜୁଲାଇ ୨୦୨୬ ପୂର୍ବାହ୍ଣ ୧୧.୦୦ ଘଟିକାରେ ଭୁବନେଶ୍ଵରସ୍ଥିତ ସଂସ୍କୃତି ଭବନ ସମ୍ମିଳନୀ କକ୍ଷଠାରେ ଆୟୋଜିତ ଏକଦିବସୀୟ ଆଲୋଚନାଚକ୍ର "ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା' ଶୀର୍ଷକ ବିଷୟବସ୍ତୁଙ୍କୁ ନେଇ ଆମନ୍ତ୍ରିତ ଅତିଥି ଓ ବକ୍ତାଙ୍କ ଦ୍ଵାରା ମତପ୍ରକାଶ ପାଇଥିଲା।
ଉଦ୍‌ଘାଟନୀ ଅଧିବେଶନରେ ସାହିତ୍ୟ ଅକାଦେମିର ସଚିବ ଡକ୍ଟର ବରୁଣ ଗୁଲାଟି ଏହାର ଆଭିମୁଖ୍ୟ ସଂପର୍କରେ ବକ୍ତବ୍ୟ ଉପସ୍ଥାପନ କରିଥିଲେ। ବିଶିଷ୍ଟ କଥାକାର ଓ ସୁସାହିତ୍ୟିକ ତଥା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀଯୁକ୍ତ ଦେବପ୍ରସାଦ ଦାଶ ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା ଶୀର୍ଷକ ବିଷୟବସ୍ତୁ ଉପରେ ନିଜର ଉଦ୍‌ଘାଟନୀ ଅଭିଭାଷଣ ପ୍ରଦାନ କରିଥିଲେ। ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ଡକ୍ଟର ଚନ୍ଦ୍ରଶେଖର ହୋତା ସମ୍ମାନନୀୟ ଅତିଥି ଭାବେ ଯୋଗଦାନ କରି ଓଡ଼ିଆ ଜାତିର ଜନଜୀବନକୁ ସଂଗଠିତ କରିବା କ୍ଷେତ୍ରରେ ତଥା ଓଡ଼ିଆ କବିତାରେ ରହିଥିବା ଜାତୀୟତାବାଦୀ ଚେତନାରେ ଚିରନମସ୍ୟ ସାଧକମାନଙ୍କର ଅବଦାନ ଅବିସ୍ମରଣୀୟ ବୋଲି ବକ୍ତବ୍ୟ ଉପସ୍ଥାପନ କରିଥିଲେ। ବିଶିଷ୍ଟ ଅନୁବାଦିକା ତଥା ସୁଲେଖିକା ଡକ୍ଟର ଶକୁନ୍ତଳା ବଳିଆରସିଂହ ଆଲୋଚ୍ୟ ବିଷୟବସ୍ତୁକୁ ନେଇ ମୂଳ ଭାଷଣ ପ୍ରଦାନ କରିଥିଲେ। ସାହିତ୍ୟ ଅକାଦେମି ଓ ଓଡ଼ିଆ ଉପଦେଷ୍ଟା ପରିଷଦର ଆବାହକ ଡକ୍ଟର ଗୌରହରି ଦାସ ସଭାମୁଖ୍ୟ ଭାବରେ ଯୋଗଦାନ କରି ପୂର୍ବରୁ ଆଲୋଚନା କରିଥିବା ମାନ୍ୟଗଣ୍ୟ ବ୍ୟକ୍ତିବିଶେଷଙ୍କ ବକ୍ତବ୍ୟ ସଂପର୍କରେ ସମ୍ୟକ୍ ସୂଚନା ପ୍ରଦାନ କରିବା ସହ ଗାଥାକବିତା ଓ ବିଭିନ୍ନ ଉଦ୍‌ବୋଧନ ମୂଳକ କବିତାରେ ଓଡ଼ିଶାର ଜାତୀୟ ଜୀବନ କିପରି ସଂଗଠିତ ହୋଇପାରିଥିଲା ଏହାରି ଉପରେ ନିଜର

ବକ୍ତବ୍ୟ ଉପସ୍ଥାପନ କରିଥିଲେ। ସାହିତ୍ୟ ଅକାଦେମି ପକ୍ଷରୁ ଶ୍ରୀଯୁକ୍ତ କ୍ଷେତ୍ରବାସୀ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।
ପ୍ରଥମ ଅଧିବେଶନରେ ଡକ୍ଟର ବାସୁଦେବ ଦାସଙ୍କ ସଭାପତିତ୍ଵରେ ଆୟୋଜିତ ସଭାରେ ଅରୁଣ କୁମାର ସାହୁ, ବିଶ୍ଵରଂଜନ ଦାସ ଓ ନାରାୟଣ ପଣ୍ଡା ତତ୍‌ସହ ଦ୍ଵିତୀୟ ଅଧିବେଶନରେ ସଭାମୁଖ୍ୟ ଭାବେ ପ୍ରଫେସର ଉଦୟନାଥ ସାହୁଙ୍କ ସଭାପତିତ୍ଵରେ ଆୟୋଜିତ ସଭାରେ ଡକ୍ଟର ରମେଶ ଚନ୍ଦ୍ର ବେହେରା ଓ ରଂଜିତ ପରିଡ଼ା ଆଦି ଯୋଗଦାନ କରି ପ୍ରବନ୍ଧ ଉପସ୍ଥାପନ କରିଥିଲେ। ପରିଶେଷରେ ଓଡ଼ିଶା ସାହିତ୍ୟ ଏକାଡେମୀର ସହ-ସଚିବ ସଞ୍ଜୟ କୁମାର ଛୁଆଳସିଂହ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ସାହିତ୍ୟ ଅକାଦେମି ପକ୍ଷରୁ ଏକ ପୁସ୍ତକ ପ୍ରଦର୍ଶନୀ ଓ ବିକ୍ରୟ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like