-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ

28-Jul-2026



ବଲାଙ୍ଗୀର(ପ୍ରେରଣା ଖବର): ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ପବିତ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଆଗାମୀ ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନ ସମ୍ବନ୍ଧୀୟ ପୂର୍ବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଡ. ବିଜୟାନନ୍ଦ ସେଠୀ ଏବଂ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହିମାଂଶୁ ବେହେରା ମଞ୍ଚାସୀନ ଥିଲେ । ଅତିରିକ୍ତ ଜିଲ୍ଲାପାଳ ସମସ୍ତଙ୍କୁ ସ୍ବାଗତ କରି ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସକୁ ଅତ୍ୟନ୍ତ ସଫଳ, ସ୍ମରଣୀୟ ଓ ମହାସମାରୋହରେ ପାଳନ କରିବା ପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରାଜେନ୍ଦ୍ର କୁମାର ମାଝୀ ବୈଠକର ଆଲୋଚ୍ୟ ବିଷୟ

ଉପସ୍ଥାପନ କରିଥିଲେ । ବୈଠକର ନିଷ୍ପତ୍ତି ଅନୁସାରେ, ତା. ୧୫.୦୮.୨୦୨୬ ସ୍ଵାଧୀନତା ଦିବସ ଦିନ ପ୍ରାତଃ ୪ ଘଣ୍ଟାରେ ରାମଧୂନ, ସକାଳ ୬ ରୁ ୭ ଘଣ୍ଟା ପର୍ଯ୍ୟନ୍ତ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପ୍ରଭାତ ଫେରି, ସକାଳ ୭.୦୦ରୁ ୮.୦୦ ମଧ୍ୟରେ ସରକାରୀ, ବେସରକାରୀ ଓ ଶିକ୍ଷାନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ, ସକାଳ ୭.୩୦ରୁ ୭.୪୫ ମଧ୍ୟରେ ସହରରେ ଥିବା ମହାପୁରୁଷମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଏବଂ ସକାଳ ୯.୧୫ରେ ମନୋହରପୁର ରିଜର୍ଭ ପୋଲିସ ପଡିଆରେ ମୁଖ୍ୟ ଅତିଥି ଜାତୀୟ ପତାକା ଉତ୍ତୋଳନ କରି, ସମ୍ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କରି, ଜନସାଧାରଣଙ୍କୁ ଉଦ୍ବୋଧନ ଦେବା ସହ କୃତି ପ୍ରତିଯୋଗୀ ଓ ପ୍ରତିଭାମାନଙ୍କୁ ପୁରସ୍କୃତ ଓ ସମ୍ମାନିତ କରିବେ । ଏହି ସମ୍ମିଳିତ ପ୍ୟାରେଡ୍‌ରେ ସଶସ୍ତ୍ର ପୋଲିସ ବାହିନୀ, ଓଡ୍ରାଫ୍, ଗୃହରକ୍ଷୀ ବାହିନୀ, ପୋଲିସ କଲର ପାର୍ଟି ସହିତ ବିଭିନ୍ନ ଶିକ୍ଷାନୁଷ୍ଠାନର ଏନ.ସି.ସି, ସ୍କାଉଟ୍, ଗାଇଡ୍, ରେଡ୍‌କ୍ରସ୍ ଏବଂ ସିଭିଲିଆନ୍ ଦଳ ଅଂଶଗ୍ରହଣ କରିବେ । ସ୍ଵାଧୀନତା ଦିବସ ଉପଲକ୍ଷେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ଦେଶାତ୍ମବୋଧକ ସଙ୍ଗୀତ, ଚିତ୍ରକଳା, ବ୍ୟଙ୍ଗଚିତ୍ର, ସ୍ଵାଧୀନତା ସଂଗ୍ରାମୀ ବେଶସଜ୍ଜା ଏବଂ ସଂସ୍କୃତ, ଓଡିଆ, ହିନ୍ଦୀ ଓ ଇଂରାଜୀ ଭାଷାରେ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହେବ । ମାଧ୍ୟମିକ ଶିକ୍ଷା ପରିଷଦ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଏବଂ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସ୍ନାତକରେ ସର୍ବୋଚ୍ଚ ନମ୍ବର ରଖିଥିବା ମେଧାବୀ ଛାତ୍ରଛାତ୍ରୀ ଏବଂ ଜାତୀୟ/ଅନ୍ତର୍ଜାତୀୟ ସ୍ତରରେ କୃତିତ୍ୱ ଅର୍ଜନ କରିଥିବା ପ୍ରତିଭାମାନଙ୍କୁ ସମ୍ବର୍ଦ୍ଧିତ କରାଯିବ । ପ୍ୟାରେଡ୍ ଉତ୍ସବ ପରେ ଜିଲ୍ଲା କାରାଗାରର ଅନ୍ତେବାସୀ ଏବଂ ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ରୋଗୀମାନଙ୍କୁ ଫଳ ଓ ମିଷ୍ଠାନ୍ନ ବଣ୍ଟନ କରାଯିବ । ପାର୍ବତୀଗିରି ବାଳ ନିକେତନ, ଡାଃ. ହରେକୃଷ୍ଣ ମହତାବ ମାନସିକ ଅନଗ୍ରସର ସଂସ୍ଥାନ, ଉତ୍କଳବନ୍ଧୁ ସେବାଶ୍ରମ ଏବଂ ଡେଷ୍ଟିଚ୍ୟୁଟ୍ ହୋମର ଅନ୍ତେବାସୀଙ୍କୁ ମଧ୍ୟ ଫଳ ଓ ମିଷ୍ଠାନ୍ନ ପ୍ରଦାନ କରାଯିବ । ଅପରାହ୍ନ ୪:୦୦ ଘଣ୍ଟାରେ ଟାଉନ ବାଳକ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ ଜିଲ୍ଲା ପ୍ରଶାସନ ଏକାଦଶ ବନାମ ଜିଲ୍ଲା ଗଣମାଧ୍ୟମ ଏକାଦଶ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ ମ୍ୟାଚ୍ ଅନୁଷ୍ଠିତ ହେବ । ଏହି ବୈଠକରେ ବଲାଙ୍ଗୀର ପୌରପରିଷଦର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର 

ବେହେରା, ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଞ୍ଜନ ମିଶ୍ର, କ୍ରୀଡ଼ାବାସ ଅଧିକ୍ଷକ ପରାଶର ବାଗ, ଆଞ୍ଚଳିକ ପରିବହନ ଅଧିକାରୀ ପ୍ରିୟବ୍ରତ ମହାନ୍ତି, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଶୋଭନା ଭୋଇ, ଆରଆଇ ଓଫ ପୋଲିସ ଲୋକନାଥ ଭୋଇ, ସହକାରୀ କମାଣ୍ଡଣ୍ଟ ଶରତ କୁମାର ସୁନା, ଡ଼ିଏସପି ପୀତାମ୍ବର ମଲ୍ଲିକ, ଜନସ୍ୱାସ୍ଥ୍ୟ ବିଭାଗର କନିଷ୍ଠ ଯନ୍ତ୍ରୀ ଅଜୟ କୁମାର ଜେନା, ବିଭିନ୍ନ ବିଭାଗର ଅଧିକାରୀ, ସହରର ମାନ୍ୟଗଣ୍ୟ ବ୍ୟକ୍ତି, ସାମାଜିକ ଅନୁଷ୍ଠାନର କର୍ମକର୍ତ୍ତା ଏବଂ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେ । ଶେଷରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ମାଝୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026

You Might Also Like