-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର

30-Jul-2026



(ପ୍ରେରଣା ଖବର )
ବଲାଙ୍ଗିର କାରାବାସୀଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ଏବଂ ସଂକ୍ରାମକ ରୋଗର ପ୍ରାଥମିକ ଚିହ୍ନଟକୁ ଗୁରୁତ୍ୱ ଦେଇ ବଲାଙ୍ଗିର ଜିଲ୍ଲା କାରାଗାର ପରିସରରେ ବଲାଙ୍ଗିର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ *ହିନ୍ଦୁସ୍ତାନ ଲାଟେକ୍ସ ଫ୍ୟାମିଲି ପ୍ଲାନିଂ ପ୍ରମୋସନ ଟ୍ରଷ୍ଟ (HLFPPT)ର ମିଳିତ ସହଯୋଗରେ ଏକ ବ୍ୟାପକ ସ୍ୱାସ୍ଥ୍ୟ ଶିବିର ସଫଳତାର ସହ ଆୟୋଜିତ ହୋଇଥିଲା।
ଶିବିରରେ ଜିଲ୍ଲା କାରାଗାରର ଅନ୍ତେବାସୀମାନଙ୍କର ସାଧାରଣ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବା ସହ ସେମାନଙ୍କୁ ଆବଶ୍ୟକୀୟ ଚିକିତ୍ସା, ଔଷଧ ଓ ସ୍ୱାସ୍ଥ୍ୟ ସମ୍ପର୍କିତ ପରାମର୍ଶ ପ୍ରଦାନ କରାଯାଇଥିଲା। ସେହିପରି ଏଚ୍‌ଆଇଭି (HIV), ସିଫିଲିସ୍ (Syphilis) ଏବଂ ହେପାଟାଇଟିସ୍ (Hepatitis) ଭଳି ସଂକ୍ରାମକ ରୋଗର ସ୍କ୍ରିନିଂ ପାଇଁ ଅନ୍ତେବାସୀମାନଙ୍କଠାରୁ ରକ୍ତ ନମୁନା ସଂଗ୍ରହ କରାଯାଇଥିଲା।
ଜିଲ୍ଲା କାରାଗାର ଅଧୀକ୍ଷକ ଉମାଶଙ୍କର ମାଝୀ, ଜେଲ୍ ମେଡିକାଲ ଅଫିସର ଡା. ଅବିନାଶ ନେପାକ, ଫାର୍ମାସିଷ୍ଟ ଶିବ ନାରାୟଣ କବି ଓ ସଞ୍ଜୟ ସାହୁ, ଜେଲର ରାମଜୀ ଓରାମଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ଶିବିରରେ ଜିଲ୍ଲା କାଉନ୍ସେଲର ସୁପରଭାଇଜର ଜିତେନ୍ଦ୍ର ବିଶ୍ୱାଳ, ଡିଏସ୍‌ଆର୍‌ସି କାଉନ୍ସେଲର ବେଞ୍ଜାମିନ ଦୀପ, ଲ୍ୟାବ୍ ଟେକ୍ନିସିଆନ ସତ୍ୟବ୍ରତ ସାରଙ୍ଗୀ, ଟିବି ୟୁନିଟ୍‌ର ଅଶୋକ କୁମାର ଓ ତାଙ୍କ ଟିମ୍ ସହିତ HLFPPTର ପ୍ରିଜନ୍ କୋ-ଅର୍ଡିନେଟର ପ୍ରଶାନ୍ତ କୁମାର ମାଝୀ ପ୍ରମୁଖ ଉପସ୍ଥିତ ରହି ଶିବିରକୁ ସଫଳ କରିଥିଲେ।
ଏହି ଅବସରରେ ପ୍ରିଜନ୍ କୋ-ଅର୍ଡିନେଟର ପ୍ରଶାନ୍ତ କୁମାର ମାଝୀ ଅନ୍ତେବାସୀମାନଙ୍କୁ ଏଚ୍‌ଆଇଭି/ଏଡ୍ସ, ଯୌନ ସଂକ୍ରମିତ ରୋଗର ପ୍ରତିରୋଧ, ବ୍ୟକ୍ତିଗତ ସ୍ୱଚ୍ଛତା, ସ୍ୱାସ୍ଥ୍ୟ ସଚେତନତା ଏବଂ ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷାର ଆବଶ୍ୟକତା ସମ୍ପର୍କରେ ବିସ୍ତୃତ ସଚେତନତା ସୃଷ୍ଟି କରିଥିଲେ।
ଉଲ୍ଲେଖଯୋଗ୍ୟ ଯେ, ଏହି ସ୍ୱାସ୍ଥ୍ୟ ଶିବିରର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟରେ ମୋଟ ୩୫୩ ଜଣ ଅନ୍ତେବାସୀଙ୍କଠାରୁ ରକ୍ତ ନମୁନା ସଂଗ୍ରହ କରାଯାଇ ସଫଳତାର ସହ ସମାପ୍ତ କରାଯାଇଛି। ଏହି ପଦକ୍ଷେପ କାରାବାସୀଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ଓ ସଂକ୍ରାମକ ରୋଗର ପ୍ରାଥମିକ ଚିହ୍ନଟ କ୍ଷେତ୍ରରେ ଏକ ପ୍ରଶଂସନୀୟ ଉଦ୍ୟମ ବୋଲି ମତ ପ୍ରକାଶ ପାଇଛି।
ଶିବିର ଶେଷରେ ଅନ୍ତେବାସୀମାନେ ଏଭଳି ଜନହିତକର ପଦକ୍ଷେପ ପାଇଁ HLFPPT, ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଏବଂ କାରା କର୍ତ୍ତୃପକ୍ଷଙ୍କୁ ଭୂୟସୀ ପ୍ରଶଂସା କରିବା ସହ କୃତଜ୍ଞତା ଜଣାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା