-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||     

HOME   ରାଜ୍ୟ

‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ

01-Aug-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର): ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଶ୍ରୀମତୀ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ ହୋଇଛନ୍ତି । ଦେଶର ସର୍ବୋଚ୍ଚ ମତ୍ସ୍ୟଜୀବୀ ସମବାୟ ସଂଘର ପ୍ରଥମ ମହିଳା ଭାବେ ଉପାଧ୍ୟକ୍ଷ ପଦ ଅଳଙ୍କୃତ କରି ଭାରତର ସମବାୟ ଆନ୍ଦୋଳନରେ ସେ ଇତିହାସ ସୃଷ୍ଟି କରିଛନ୍ତି । ସମବାୟ କ୍ଷେତ୍ରରେ ମହିଳା ନେତୃତ୍ୱ ପାଇଁ ଏକ ମାଇଲଖୁଣ୍ଟ । ମତ୍ସ୍ୟଜୀବୀ ସମବାୟ ଆନ୍ଦୋଳନରେ ଅନ୍ତର୍ଭୁକ୍ତିମୂଳକ ଶାସନ ବ୍ୟବସ୍ଥାକୁ ସୁଦୃଢ଼ କରିବ ବୋଲି ମତ ପ୍ରକାଶ ପାଇଛି ।

ମଲ୍ଟି-ଷ୍ଟେଟ୍ କୋଅପରେଟିଭ୍ ସୋସାଇଟିଜ୍ (MSCS) Act, 2002 ଅନୁଯାୟୀ ନୂଆଦିଲ୍ଲୀ ସରିତା ବିହାରସ୍ଥିତ ‘ଫିସକୋଫେଡ୍’ ପଞ୍ଜୀକୃତ ମୁଖ୍ୟାଳୟରେ ଏହି ନିର୍ବାଚନ ଅନୁଷ୍ଠିତ ହୋଇଥିଲା । ନିର୍ବାଚନ ପ୍ରକ୍ରିୟାକୁ ରିଟର୍ଣ୍ଣିଂ ଅଫିସର ଡ. ଶ୍ରବଣ ବାଗାରିଆ ପରିଚାଳନା କରିଥିବା ବେଳେ ବୋର୍ଡ ଅଫ୍ ଡାଇରେକ୍ଟର୍ସଙ୍କ ମୋଟ ୧୧ଟି ଭୋଟ ମଧ୍ୟରୁ ୯ଟି ଭୋଟ ପାଇ ଶ୍ରୀମତୀ ଗଡ଼ନାୟକ ନିର୍ବାଚନ ଜିତିଥିଲେ ।

ନିର୍ବାଚନ ଜିତିବା ପରେ ଶ୍ରୀମତୀ ଗଡ଼ନାୟକ ନିଜ ପ୍ରତିକ୍ରିୟାରେ; ପ୍ରାଥମିକ ମତ୍ସ୍ୟଜୀବୀ ସମବାୟ ସମିତିଗୁଡ଼ିକର ଆର୍ଥିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଅନୁଷ୍ଠାନିକ ଋଣ, ବୀମା ସୁବିଧା ଓ ଡିଜିଟାଲ ବ୍ୟାଙ୍କିଂ ସେବାର ସୁଲଭତା ବୃଦ୍ଧି; ଜାତୀୟ ମତ୍ସ୍ୟ ଓ ସମବାୟ ଯୋଜନାଗୁଡ଼ିକର ସୁଫଳ ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଞ୍ଚାଇବା ଓ ତୃଣମୂଳ ସ୍ତରରେ ଫଳପ୍ରଦ କାର୍ଯ୍ୟକାରିତା ସୁନିଶ୍ଚିତ କରିବା; ଏବଂ ସମବାୟ ଅନୁଷ୍ଠାନଗୁଡ଼ିକରେ ମହିଳାମାନଙ୍କର ଅଧିକ ସହଭାଗିତା ଓ ନେତୃତ୍ୱକୁ ପ୍ରୋତ୍ସାହନ କରିବା ପାଇଁ ନିଷ୍ଠାପର ଉଦ୍ୟମ କରିବେ ବୋଲି କହିଛନ୍ତି । ଦେଶବ୍ୟାପୀ ମତ୍ସ୍ୟଜୀବୀ ସମବାୟ ସଂସ୍ଥାଗୁଡ଼ିକର ବିକାଶ ଏବଂ ପାରମ୍ପରିକ ମତ୍ସ୍ୟଜୀବୀ ସମ୍ପ୍ରଦାୟର ସାମାଜିକ ଓ ଆର୍ଥିକ ସଶକ୍ତିକରଣକୁ ନୂତନ ଗତି ପ୍ରଦାନ କରିବା ପାଇଁ ପ୍ରତିବଦ୍ଧ ରହିବେ ବୋଲି ସେ କହିଛନ୍ତି ।

ସୂଚନାଯୋଗ୍ୟ, ଫାଇନାନ୍ସରେ ଏମବିଏ ଡିଗ୍ରୀଧାରୀ ଶ୍ରୀମତୀ ଗଡ଼ନାୟକଙ୍କର ସମବାୟ ଶାସନ, ଆର୍ଥିକ ପରିଚାଳନା ଓ ଅନୁଷ୍ଠାନିକ ପ୍ରଶାସନ କ୍ଷେତ୍ରରେ ଦୁଇ ଦଶନ୍ଧିରୁ ଅଧିକ ଅଭିଜ୍ଞତା ରହିଛି । ପ୍ରାଥମିକ ସମବାୟ ସମିତିଠାରୁ ଆରମ୍ଭ କରି ଜିଲ୍ଲା, ରାଜ୍ୟ ଓ ଜାତୀୟ ସ୍ତରର ସମବାୟ ଅନୁଷ୍ଠାନ ପର୍ଯ୍ୟନ୍ତ ବିଭିନ୍ନ ସ୍ତରରେ ସେ ନେତୃତ୍ୱ ପ୍ରଦାନ କରିଆସିଛନ୍ତି । ନିର୍ବାଚନ ଜିତିବା ପରେ ବିଭିନ୍ନ ମହଲରୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି । ଭାରତର ସମବାୟ କ୍ଷେତ୍ରରେ ଲିଙ୍ଗ-ସମାବେଶୀ ନେତୃତ୍ୱକୁ ସୁଦୃଢ଼ କରିବା ଦିଗରେ ଏହା ଏକ ପ୍ରଗତିଶୀଳ ପଦକ୍ଷେପ ବୋଲି ବିବେଚନା କରାଯାଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like