-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ରାଜ୍ୟ

‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ

01-Aug-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର): ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଶ୍ରୀମତୀ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ ହୋଇଛନ୍ତି । ଦେଶର ସର୍ବୋଚ୍ଚ ମତ୍ସ୍ୟଜୀବୀ ସମବାୟ ସଂଘର ପ୍ରଥମ ମହିଳା ଭାବେ ଉପାଧ୍ୟକ୍ଷ ପଦ ଅଳଙ୍କୃତ କରି ଭାରତର ସମବାୟ ଆନ୍ଦୋଳନରେ ସେ ଇତିହାସ ସୃଷ୍ଟି କରିଛନ୍ତି । ସମବାୟ କ୍ଷେତ୍ରରେ ମହିଳା ନେତୃତ୍ୱ ପାଇଁ ଏକ ମାଇଲଖୁଣ୍ଟ । ମତ୍ସ୍ୟଜୀବୀ ସମବାୟ ଆନ୍ଦୋଳନରେ ଅନ୍ତର୍ଭୁକ୍ତିମୂଳକ ଶାସନ ବ୍ୟବସ୍ଥାକୁ ସୁଦୃଢ଼ କରିବ ବୋଲି ମତ ପ୍ରକାଶ ପାଇଛି ।

ମଲ୍ଟି-ଷ୍ଟେଟ୍ କୋଅପରେଟିଭ୍ ସୋସାଇଟିଜ୍ (MSCS) Act, 2002 ଅନୁଯାୟୀ ନୂଆଦିଲ୍ଲୀ ସରିତା ବିହାରସ୍ଥିତ ‘ଫିସକୋଫେଡ୍’ ପଞ୍ଜୀକୃତ ମୁଖ୍ୟାଳୟରେ ଏହି ନିର୍ବାଚନ ଅନୁଷ୍ଠିତ ହୋଇଥିଲା । ନିର୍ବାଚନ ପ୍ରକ୍ରିୟାକୁ ରିଟର୍ଣ୍ଣିଂ ଅଫିସର ଡ. ଶ୍ରବଣ ବାଗାରିଆ ପରିଚାଳନା କରିଥିବା ବେଳେ ବୋର୍ଡ ଅଫ୍ ଡାଇରେକ୍ଟର୍ସଙ୍କ ମୋଟ ୧୧ଟି ଭୋଟ ମଧ୍ୟରୁ ୯ଟି ଭୋଟ ପାଇ ଶ୍ରୀମତୀ ଗଡ଼ନାୟକ ନିର୍ବାଚନ ଜିତିଥିଲେ ।

ନିର୍ବାଚନ ଜିତିବା ପରେ ଶ୍ରୀମତୀ ଗଡ଼ନାୟକ ନିଜ ପ୍ରତିକ୍ରିୟାରେ; ପ୍ରାଥମିକ ମତ୍ସ୍ୟଜୀବୀ ସମବାୟ ସମିତିଗୁଡ଼ିକର ଆର୍ଥିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଅନୁଷ୍ଠାନିକ ଋଣ, ବୀମା ସୁବିଧା ଓ ଡିଜିଟାଲ ବ୍ୟାଙ୍କିଂ ସେବାର ସୁଲଭତା ବୃଦ୍ଧି; ଜାତୀୟ ମତ୍ସ୍ୟ ଓ ସମବାୟ ଯୋଜନାଗୁଡ଼ିକର ସୁଫଳ ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଞ୍ଚାଇବା ଓ ତୃଣମୂଳ ସ୍ତରରେ ଫଳପ୍ରଦ କାର୍ଯ୍ୟକାରିତା ସୁନିଶ୍ଚିତ କରିବା; ଏବଂ ସମବାୟ ଅନୁଷ୍ଠାନଗୁଡ଼ିକରେ ମହିଳାମାନଙ୍କର ଅଧିକ ସହଭାଗିତା ଓ ନେତୃତ୍ୱକୁ ପ୍ରୋତ୍ସାହନ କରିବା ପାଇଁ ନିଷ୍ଠାପର ଉଦ୍ୟମ କରିବେ ବୋଲି କହିଛନ୍ତି । ଦେଶବ୍ୟାପୀ ମତ୍ସ୍ୟଜୀବୀ ସମବାୟ ସଂସ୍ଥାଗୁଡ଼ିକର ବିକାଶ ଏବଂ ପାରମ୍ପରିକ ମତ୍ସ୍ୟଜୀବୀ ସମ୍ପ୍ରଦାୟର ସାମାଜିକ ଓ ଆର୍ଥିକ ସଶକ୍ତିକରଣକୁ ନୂତନ ଗତି ପ୍ରଦାନ କରିବା ପାଇଁ ପ୍ରତିବଦ୍ଧ ରହିବେ ବୋଲି ସେ କହିଛନ୍ତି ।

ସୂଚନାଯୋଗ୍ୟ, ଫାଇନାନ୍ସରେ ଏମବିଏ ଡିଗ୍ରୀଧାରୀ ଶ୍ରୀମତୀ ଗଡ଼ନାୟକଙ୍କର ସମବାୟ ଶାସନ, ଆର୍ଥିକ ପରିଚାଳନା ଓ ଅନୁଷ୍ଠାନିକ ପ୍ରଶାସନ କ୍ଷେତ୍ରରେ ଦୁଇ ଦଶନ୍ଧିରୁ ଅଧିକ ଅଭିଜ୍ଞତା ରହିଛି । ପ୍ରାଥମିକ ସମବାୟ ସମିତିଠାରୁ ଆରମ୍ଭ କରି ଜିଲ୍ଲା, ରାଜ୍ୟ ଓ ଜାତୀୟ ସ୍ତରର ସମବାୟ ଅନୁଷ୍ଠାନ ପର୍ଯ୍ୟନ୍ତ ବିଭିନ୍ନ ସ୍ତରରେ ସେ ନେତୃତ୍ୱ ପ୍ରଦାନ କରିଆସିଛନ୍ତି । ନିର୍ବାଚନ ଜିତିବା ପରେ ବିଭିନ୍ନ ମହଲରୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି । ଭାରତର ସମବାୟ କ୍ଷେତ୍ରରେ ଲିଙ୍ଗ-ସମାବେଶୀ ନେତୃତ୍ୱକୁ ସୁଦୃଢ଼ କରିବା ଦିଗରେ ଏହା ଏକ ପ୍ରଗତିଶୀଳ ପଦକ୍ଷେପ ବୋଲି ବିବେଚନା କରାଯାଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like