-+91-9937148622 |
prerana_bgr@rediffmail.com |
Wednesday 21st October 2026 |
R.N.I. Regd No. ODIODI/2010/46693
Breaking News
04-Aug-2026
(ଡୋଲେଶ୍ୱର ବାଗ )
ନୂଆପଡ଼ା ସଦର ମହକୁମା ସ୍ଥିତ ସଦ୍ଭାବନା ସଭାଗୃହରେ ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମ୍ରିତପାଳ ସିଂଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।
ଆଜିର ଶିବିରରେ ମୋଟ ୧୩୯ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା। ସେଥିମଧ୍ୟରୁ ୧୧୯ଟି ବ୍ୟକ୍ତିଗତ, ୧୯ଟି ସାମୂହିକ ଏବଂ ୧ଟି ରେଡ୍ କ୍ରସ ସମ୍ବନ୍ଧୀୟ ଆବେଦନ ରହିଥିଲା।
ଶିବିରରେ ପଞ୍ଜିକୃତ ସମସ୍ତ ଅଭିଯୋଗର ଗୁରୁତ୍ୱର ସହ ଶୁଣାଣି କରି ଜିଲ୍ଲାପାଳ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ତୁରନ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରି ନିର୍ଦ୍ଧାରିତ ସମୟ ମଧ୍ୟରେ ଅଭିଯୋଗଗୁଡ଼ିକର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ବିଶେଷକରି ଶିକ୍ଷା ଓ ସ୍ୱାସ୍ଥ୍ୟ କ୍ଷେତ୍ରକୁ ସର୍ବାଧିକ ପ୍ରାଥମିକତା ଦେଇ କାର୍ଯ୍ୟ କରିବାକୁ ସେ ସମସ୍ତ ସମ୍ପୃକ୍ତ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ।
ଏହି ଅବସରରେ ବରିଷ୍ଠ ନାଗରିକମାନଙ୍କ ପାଇଁ ଏକ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ପରୀକ୍ଷା ଓ ଚିକିତ୍ସା ଶିବିର ଆୟୋଜିତ ହୋଇଥିଲା। ସେହିପରି ରେଡ୍ କ୍ରସ ପାଣ୍ଠିରୁ କୁରୁମପୁରୀ ଗ୍ରାମର ବେଲମତୀ ସତନାମୀଙ୍କୁ ତତ୍କାଳୀନ ସହାୟତା ସ୍ୱରୂପ ୫,୦୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା।