-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଜିଲ୍ଲା

ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼

05-Aug-2026



 

 

ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ )

 

ସମ୍ବଲପୁର ସହରର ମୋଦିପଡ଼ା ସ୍ଥିତ ଦୁର୍ଗା ମନ୍ଦିର ନିକଟରେ ଡ୍ରେନ୍‌ ଉପରେ ହୋଇଥିବା ବେଆଇନ ଜବରଦଖଲ ଉଚ୍ଛେଦ ଏବଂ ସହରର ଜଳନିଷ୍କାସନ ବ୍ୟବସ୍ଥାକୁ ସୁଚାରୁ ରୂପେ ପରିଚାଳିତ କରିବା ଉଦ୍ଦେଶ୍ୟରେ ଏକ ବ୍ୟାପକ ମିଳିତ ଅଭିଯାନ ସଫଳତାର ସହ ସମ୍ପାଦିତ ହୋଇଯାଇଛି। ସମ୍ବଲପୁର ମହାନଗର ନିଗମର ନିର୍ଦ୍ଦେଶନାରେ ଆୟୋଜିତ ଏହି ସ୍ୱତନ୍ତ୍ର ଅଭିଯାନରେ ସମ୍ବଲପୁର ମହାନଗର ନିଗମ ର ସ୍ୱଚ୍ଛତା ଟିମ୍ ‘ନିର୍ମଳ’, ଟାଟା ପାୱାର (TPWODL), ୱାଟକୋ (WATCO) ଏବଂ ସ୍ଥାନୀୟ କେବୁଲ୍ ଅପରେଟରମାନେ ମିଳିତ ଭାବେ ସାମିଲ ହୋଇଥିଲେ।

 

ଏହି ଅଭିଯାନ ସମୟରେ ଡ୍ରେନ୍‌ର ସ୍ୱାଭାବିକ ଜଳ ପ୍ରବାହରେ ବାଧା ସୃଷ୍ଟି କରୁଥିବା ବିଭିନ୍ନ ଅସ୍ଥାୟୀ ନିର୍ମାଣ ଓ ବେଆଇନ ଜବରଦଖଲଗୁଡ଼ିକୁ ସମ୍ପୂର୍ଣ୍ଣ ଉଚ୍ଛେଦ କରାଯିବା ସହ ବୃହତ ସଫେଇ କାର୍ଯ୍ୟ ହାତକୁ ନିଆଯାଇଥିଲା। ସମ୍ବଲପୁର ମହାନଗର ନିଗମ ର ‘ନିର୍ମଳ’ ଟିମ୍ ଅତ୍ୟନ୍ତ ନିଷ୍ଠାର ସହ ଡ୍ରେନ୍‌ ଭିତରେ ଜମା ହୋଇ ରହିଥିବା ଆବର୍ଜନା, ପ୍ଲାଷ୍ଟିକ୍ ଫୋପାଡ଼ା ଓ ଗାଢ଼ ପଙ୍କ ସଫା କରି ବର୍ଷା ଜଳର ସୁଗମ ପ୍ରବାହ ସୁନିଶ୍ଚିତ କରିଛନ୍ତି।

 

ଏହା ସହିତ ରାସ୍ତାଘାଟରେ ସାଧାରଣ ନାଗରିକଙ୍କ ଯାତାୟାତରେ ବାଧା ସୃଷ୍ଟି କରୁଥିବା ଅନାବଶ୍ୟକ ତଥା ବିପଜ୍ଜନକ ବିଦ୍ୟୁତ ଖୁଣ୍ଟ, ଟେଲିଫୋନ୍ ଓ କେବୁଲ ତାର ଏବଂ ପାନୀୟ ଜଳ ପାଇପ୍‌ଗୁଡ଼ିକୁ ସମ୍ପୃକ୍ତ ବିଭାଗୀୟ ଅଫିସରମାନଙ୍କ ସୁଦୃଢ଼ ସମନ୍ୱୟରେ ତୁରନ୍ତ ସ୍ଥାନାନ୍ତର ଓ ଅପସାରଣ କରାଯାଇଛି। ସହରରେ ସୁଦୃଢ଼ ଜଳନିଷ୍କାସନ ବ୍ୟବସ୍ଥା, ଉନ୍ନତ ପରିମଳ ପରିଚାଳନା ଏବଂ ସ୍ୱଚ୍ଛ ତଥା ନିରାପଦ ସହରୀ ପରିବେଶ ପ୍ରଦାନ କରିବା ପାଇଁ ପ୍ରଶାସନ ପକ୍ଷରୁ ଏହିଭଳି ପଦକ୍ଷେପ ଆଗାମୀ ଦିନରେ ମଧ୍ୟ ଜାରି ରହିବ। ଡେପୁଟି କମିସନର ଶ୍ରୀ ଶୁଶାନ୍ତ ସାହୁ, additional tahasildar ଶ୍ରୀ ପ୍ରତାପ ଶଙ୍କର ଦାସ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like