-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଜିଲ୍ଲା

ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ

05-Aug-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର):  ଚଳିତ ବର୍ଷ ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବେ । 
ଏହି ପରିପ୍ରେକ୍ଷୀରେ ଆଜି ଅପରାହ@୍ନରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ୱାଧୀନତା ଦିବସ-୨୦୨୬ ପାଳନର ରୂପରେଖ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସ୍ୱାଧୀନତା ଦିବସ ଆମ ସମସ୍ତଙ୍କ ଭାବାବେଗ ଏବଂ ଗର୍ବର ପ୍ରତୀକ ହୋଇଥିବାରୁ ଉତ୍ସବ ଆୟୋଜନ ସମୟରେ ସମସ୍ତ ବିଷୟକୁ ଟିକିନିଖି ଭାବେ ଗୁରୁତ୍ୱ ଦେବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ବୈଠକରେ ନିର୍ଦ୍ଦେଶ ଦେଇଥିଲେ । ଚଳିତ ବର୍ଷ ମହାତ୍ମା ଗାନ୍ଧୀ ମାର୍ଗଠାରେ ସକାଳ ୯ ଘଟିକା ସମୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆନୁଷ୍ଠାନିକ ଭାବେ ପତାକା ଉତ୍ତୋଳନ କରିବେ । ସୂଚନା ଓ ଲୋକସଂପର୍କ ବିଭାଗ ଦ୍ୱାରା ପ୍ୟାରେଡ୍‌ ଓ ପତାକା ଉତ୍ତୋଳନ ସ୍ଥାନଠାରେ ଆନୁଷଙ୍ଗିକ ବ୍ୟବସ୍ଥା ଗ୍ରହଣ, ପ୍ରଭାତରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ରାମଧୁନ ପରିବେଷଣ, ସ୍ୱାଧୀନତା ଦିବସ ଉତ୍ସବର ଟିଭି ଓ ସାମାଜିକ ଗଣମାଧ୍ୟମ ଯୋଗେ ସିଧା ପ୍ରସାରଣ, ଗଣମାଧ୍ୟମକୁ ସୂଚନା ପ୍ରଦାନ, ଉତ୍ସବସ୍ଥଳର ସାଜସଜ୍ଜା, ବରପୁତ୍ରମାନଙ୍କ ଫଟୋଚିତ୍ର ପ୍ରଦର୍ଶନ, ନିମନ୍ତ୍ରିତ ଅତିଥିଙ୍କ ଉପବେଶନ ବ୍ୟବସ୍ଥା ନେଇ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା । ରାଜଭବନରୁ ଉତ୍ସବସ୍ଥଳ ପର୍ଯ୍ୟନ୍ତ ରାସ୍ତାକୁ ସୁସଜ୍ଜିତ କରାଯିବ । ସାଧାରଣତନ୍ତ୍ର ଦିବସ-୨୦୨୬ରେ ଆୟୋଜିତ ରାଜ୍ୟସ୍ତରୀୟ ପ୍ୟାରେଡ୍‌ରେ ଶ୍ରେଷ୍ଠ ବିବେଚିତ ବିଭିନ୍ନ କଣ୍ଟିଜେଣ୍ଟ ଓ ପ୍ରଜ୍ଞାପନ ମେଢ଼କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ପୁରସ୍କାର ପ୍ରଦାନ ସହ ସମ୍ବର୍ଦ୍ଧିତ କରିବେ । ଏଥି ସହ ଉତ୍ସବସ୍ଥଳକୁ ଆକର୍ଷଣୀୟ ସାଜସଜ୍ଜା କରିବା ପାଇଁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶର୍ମା ପରାମର୍ଶ ଦେଇଥିଲେ । 
ଚଳିତ ସ୍ୱାଧୀନତା ଦିବସ ଅବସରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିିଭିନ୍ନ କୋଠା, ସରକାରୀ ଉଦ୍ୟୋଗ ଓ ପ୍ରମୁଖ କୋଠାର ଆଲୋକୀକରଣ କରାଯିବ । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଉତ୍ସବ ସ୍ଥଳର ସାନିଟାଇଜେସନ୍‌ ଓ ପିଇବା ପାଣି ବ୍ୟବସ୍ଥା କରାଯିବ । ସେହିପରି ସୁରକ୍ଷା ବ୍ୟବସ୍ଥା ତଥା ଟ୍ରାଫିକ୍‌ ନିୟନ୍ତ୍ରଣକୁ କମିଶନରେଟ୍‌ ପୋଲିସ ପକ୍ଷରୁ ପରିଚାଳନା କରାଯିବ । 
ଏହି ବୈଠକରେ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସ ପଟ୍ଟନାୟକ, ନିର୍ଦ୍ଦେଶକ(ବୈଷୟିକ) ଶ୍ରୀ ଗୁର୍‌ବୀର୍‌ ସିଂ, ଅତିରିକ୍ତ ଶାସନ ସଚିବ ଶ୍ରୀ ଅଶୋକ କୁମାର ବେଉରିଆ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀମତୀ ସ୍ମିତା କର, ଯୁଗ୍ମ ନିର୍ଦ୍ଦେଶକ (କ୍ଷେତ୍ର) ଶ୍ରୀମତୀ ସୁଚେତା ପି୍ରୟଦର୍ଶିନୀଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like