-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଜିଲ୍ଲା

ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ

05-Aug-2026



ବରଗଡ଼, (ସୁଦାମ ଦୀପ)ପଶ୍ଚିମ ଓଡ଼ିଶାର ୱେବ୍ ସାମ୍ବାଦିକମାନଙ୍କ ସର୍ବବୃହତ୍ ସଂଗଠନ *ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନ (WOWMA)*ର ଷଷ୍ଠ ବାର୍ଷିକ ଉତ୍ସବ ଓ ବନ୍ଧୁ  ମିଳନ ଉତ୍ସବ ବରଗଡ଼ ସ୍ଥିତ ଯଦୁମଣି ପ୍ରଧାନ ଅଡିଟୋରିୟମ୍‌ରେ ଉତ୍ସାହ ଓ ଗରିମାର ସହ ଅନୁଷ୍ଠିତ ହୋଇଯାଇଛି। ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ଶତାଧିକ ୱେବ୍ ସାମ୍ବାଦିକ, ଗଣମାଧ୍ୟମ ପ୍ରତିନିଧି, ଜନପ୍ରତିନିଧି, ସାମାଜିକ କର୍ମୀ ଓ ବିଶିଷ୍ଟ ବ୍ୟକ୍ତିବିଶେଷ ଏହି ଗରିମାମୟ ସମାରୋହରେ ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳ କରିଥିଲେ।
ଏହି ଅବସରରେ ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ, ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ, ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା, ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ ଏବଂ କଂଗ୍ରେସ ନେତା ନିପନ ଦାଶ ପ୍ରମୁଖ ଉପସ୍ଥିତ ରହି ଆସୋସିଏସନର କାର୍ଯ୍ୟଧାରାର ପ୍ରଶଂସା କରିଥିଲେ। ପଶ୍ଚିମ ଓଡ଼ିଶାର ସାମ୍ବାଦିକମାନଙ୍କ ସ୍ୱାର୍ଥରକ୍ଷା, ଏକତା ଓ ପେଶାଗତ ବିକାଶ ଦିଗରେ ଆସୋସିଏସନର ପ୍ରୟାସ ନିଶ୍ଚିତ ଭାବେ ପ୍ରଶଂସନୀୟ ବୋଲି ସେମାନେ କହିଥିଲେ। ବରଗଡ଼ ସହରରେ ସାମ୍ବାଦିକ ଭବନ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିବା ଘଟଣା ସାମ୍ବାଦିକ ସମାଜ ପାଇଁ ଏକ ଐତିହାସିକ ପଦକ୍ଷେପ ବୋଲି ମଧ୍ୟ ମତ ପ୍ରକାଶ ପାଇଥିଲା।ଆସୋସିଏସନର ସଭାପତି ଅସିତ କୁମାର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥିମାନେ ଡିଜିଟାଲ୍ ସାମ୍ବାଦିକତାର ବର୍ତ୍ତମାନ ସ୍ଥିତି, ଭବିଷ୍ୟତ ଏବଂ ସମାଜ ପ୍ରତି ଏହାର ଦାୟିତ୍ୱ ଉପରେ ମତ ରଖିଥିଲେ। ସେମାନେ କହିଥିଲେ ଯେ, ବର୍ତ୍ତମାନର ଡିଜିଟାଲ୍ ଯୁଗରେ ୱେବ୍ ମିଡିଆ କେବଳ ଖବର ପ୍ରସାରଣର ମାଧ୍ୟମ ନୁହେଁ, ବରଂ ସମାଜର ଅବହେଳିତ, ନିଷ୍ପେଷିତ ଓ ବଞ୍ଚିତ ବର୍ଗର ସ୍ୱରକୁ ସରକାର ଓ ପ୍ରଶାସନ ପାଖରେ ପହଞ୍ଚାଇବାର ଏକ ଶକ୍ତିଶାଳୀ ମଞ୍ଚ। ଜନସାଧାରଣଙ୍କ ସମସ୍ୟା, ଦୁର୍ନୀତି, ଅନିୟମିତତା ଏବଂ ବିକାଶମୂଳକ ପ୍ରସଙ୍ଗକୁ ତ୍ୱରିତ ଭାବେ ଲୋକଲୋଚନକୁ ଆଣିବାରେ ୱେବ୍ ମିଡିଆର ଭୂମିକା ଦିନକୁ ଦିନ ବଢ଼ି ଚାଲିଛି।ଅତିଥିମାନେ ଆହୁରି କହିଥିଲେ ଯେ, ସତ୍ୟ, ନିଷ୍ଠା, ନିର୍ଭୀକତା ଓ ଜନସେବାର ଆଦର୍ଶକୁ ନେଇ କାର୍ଯ୍ୟ କରୁଥିବା ସାମ୍ବାଦିକମାନେ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭର ଗରିମାକୁ ଅକ୍ଷୁଣ୍ଣ ରଖିଛନ୍ତି। ଭୁଲ୍ ସୂଚନା ଓ ଗୁଜବର ପ୍ରସାରକୁ ରୋକି ସଠିକ୍ ଓ ତଥ୍ୟଭିତ୍ତିକ ଖବର ପରିବେଷଣ କରିବା ପ୍ରତ୍ୟେକ ସାମ୍ବାଦିକଙ୍କ ନୈତିକ ଦାୟିତ୍ୱ ବୋଲି ସେମାନେ ମତବ୍ୟକ୍ତ କରିଥିଲେ। କାର୍ଯ୍ୟକ୍ରମରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ଆସିଥିବା ୱେବ୍ ସାମ୍ବାଦିକ, ସମାଜସେବୀ, ବିଭିନ୍ନ ସଂଗଠନ ଏବଂ ଜନହିତକର କାର୍ଯ୍ୟରେ ସଫଳତା ହାସଲ କରିଥିବା ବ୍ୟକ୍ତିବିଶେଷଙ୍କୁ ମାନପତ୍ର ଓ ସ୍ମାରକ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା। ସମ୍ମାନିତ ଅତିଥିମାନେ ସମାଜ ପ୍ରତି ସେମାନଙ୍କର ଅବଦାନକୁ ପ୍ରଶଂସା କରି ଆଗାମୀ ଦିନରେ ମଧ୍ୟ ଜନସେବାରେ ନିୟୋଜିତ ରହିବାକୁ ଆହ୍ୱାନ ଜଣାଇଥିଲେ। ସଭାରେ ସାମ୍ବାଦିକତାର ନୈତିକ ମୂଲ୍ୟବୋଧ, ବୃତ୍ତିଗତ ଏକତା, ସାମାଜିକ ଦାୟିତ୍ୱ ଏବଂ ଆଧୁନିକ ଡିଜିଟାଲ୍ ସାମ୍ବାଦିକତାର ବିଭିନ୍ନ ଦିଗ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା। କାର୍ଯ୍ୟକ୍ରମକୁ ମୁଗ୍ଧା ଦାଶ ଓ ଗୋପବନ୍ଧୁ ପୁରୋହିତ ସୁଚାରୁ ଭାବେ ସଂଯୋଜନା କରିଥିବା ବେଳେ ଉପସଭାପତି ଧୀରେନ୍ଦ୍ର ମହାନ୍ତି ସ୍ୱାଗତ ଓ ବିବରଣୀ ପାଠ କରିଥିଲେ କରିଥିଲେ। ଆସୋସିଏସନର ସଭାପତି ଅସିତ କୁମାର ସ୍ୱାଇଁ ସଂଗଠନର ବିଗତ ବର୍ଷର କାର୍ଯ୍ୟକଳାପ ଓ ଆଗାମୀ କାର୍ଯ୍ୟଯୋଜନା ସମ୍ପର୍କରେ ମତ ରଖି କହିଥିଲେ ଯେ, ପଶ୍ଚିମ ଓଡ଼ିଶାର ୱେବ୍ ସାମ୍ବାଦିକମାନଙ୍କୁ ଏକ ସଶକ୍ତ ଓ ଦାୟିତ୍ୱବାନ୍ ମଞ୍ଚ ପ୍ରଦାନ କରିବା ହିଁ ଆସୋସିଏସନର ପ୍ରମୁଖ ଲକ୍ଷ୍ୟ। ଶେଷରେ ଆସୋସିଏସନର ସାଧାରଣ ସମ୍ପାଦକ ଲୀଳାମୟ ବେହେରା ସମସ୍ତ ଅତିଥି, ସାମ୍ବାଦିକ, ସହଯୋଗୀ ଅନୁଷ୍ଠାନ ଓ ଉପସ୍ଥିତ ଦର୍ଶକଙ୍କୁ ଧନ୍ୟବାଦ ଜଣାଇଥିଲେ। ସେ କହିଥିଲେ ଯେ, ପଶ୍ଚିମ ଓଡ଼ିଶାର ସାମ୍ବାଦିକମାନଙ୍କ ମଧ୍ୟରେ ଏକତା, ପେଶାଦାରିତା ଓ ପାରସ୍ପରିକ ସହଯୋଗକୁ ଆହୁରି ସୁଦୃଢ଼ କରିବା ଦିଗରେ ଆସୋସିଏସନ ସଦା କାର୍ଯ୍ୟ କରିଆସୁଛି ଏବଂ ଆଗାମୀ ଦିନରେ ମଧ୍ୟ ସମାଜ ଓ ସାମ୍ବାଦିକ ସମୁଦାୟର ସ୍ୱାର୍ଥରେ ବିଭିନ୍ନ ଗଠନମୂଳକ ପଦକ୍ଷେପ ଗ୍ରହଣ କରିବ।କାର୍ଯ୍ୟକ୍ରମ ଶେଷରେ ଆୟୋଜିତ ସାଂସ୍କୃତିକ ପରିବେଷଣ ଉତ୍ସବରେ ଏକ ନୂତନ ଉତ୍ସାହ ଯୋଡ଼ିଥିଲା। ଉପସ୍ଥିତ ଅତିଥି ଓ ସାମ୍ବାଦିକମାନେ ଏହି ଆୟୋଜନକୁ ପଶ୍ଚିମ ଓଡ଼ିଶାର ୱେବ୍ ସାମ୍ବାଦିକମାନଙ୍କ ଏକତା, ସଂହତି ଓ ପେଶାଗତ ବିକାଶର ଏକ ସଫଳ ମଞ୍ଚ ବୋଲି ଅଭିହିତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like