-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ

14-Aug-2026



ବରପାଲି : (ସୁଦାମ ଦୀପ) ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ସତଲମା ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-2026 ଅନ୍ତର୍ଗତ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ଭରତ ଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସଚେତନତା କାର୍ଯ୍ୟକ୍ରମରେ ଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ଅତିଥିମାନେ ଯୋଗଦେଇଥିଲେ।କାର୍ଯ୍ୟକ୍ରମରେ ବରପାଲି ଥାନାର ଆଇଆଇସି ପ୍ରମୋଦ କୁମାର ସାହୁ ଯୋଗଦେଇ ଛାତ୍ରୀମାନଙ୍କୁ ସାଇବର ଅପରାଧ ସମ୍ପର୍କରେ ବିସ୍ତୃତ ଭାବେ ସଚେତନ କରିଥିଲେ। ବର୍ତ୍ତମାନର ଡିଜିଟାଲ ଯୁଗରେ ମୋବାଇଲ ଫୋନ୍‌, ଇଣ୍ଟରନେଟ୍‌ ଓ ସୋସିଆଲ ମିଡିଆର ବ୍ୟବହାର ବଢ଼ିଥିବାରୁ ଏହାର ସୁରକ୍ଷିତ ଓ ସତର୍କ ବ୍ୟବହାର ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ଅଜଣା ବ୍ୟକ୍ତିଙ୍କ ଫୋନ୍‌ କଲ୍‌, ସନ୍ଦେହଜନକ ମେସେଜ୍‌, ଲିଙ୍କ୍‌ କିମ୍ବା ଅନଲାଇନ୍‌ ଲୋଭନୀୟ ପ୍ରସ୍ତାବରେ ପ୍ରଲୋଭିତ ନ ହେବା ସହିତ ବ୍ୟକ୍ତିଗତ ତଥ୍ୟ, ପାସୱାର୍ଡ ଓ ଓଟିପି ଆଦି କାହା ସହିତ ଅନାବଶ୍ୟକ ଭାବେ ଅଂଶୀଦାର ନ କରିବାକୁ ସେ ପରାମର୍ଶ ଦେଇଥିଲେ।
ଏଥିସହ ଅନଲାଇନ୍‌ ଠକେଇ, ନକଲି ସୋସିଆଲ ମିଡିଆ ଆକାଉଣ୍ଟ, ଫିଶିଂ ଲିଙ୍କ୍‌, ଡିଜିଟାଲ ପେମେଣ୍ଟ ସମ୍ପର୍କିତ ଠକେଇ ଓ ସାଇବର ବୁଲିଂ ଭଳି ଘଟଣାରୁ କିପରି ନିଜକୁ ସୁରକ୍ଷିତ ରଖିହେବ, ସେନେଇ ମଧ୍ୟ ଛାତ୍ରୀମାନଙ୍କୁ ସଚେତନ କରାଯାଇଥିଲା। କୌଣସି ସାଇବର ଠକେଇର ଶିକାର ହେଲେ ଭୟଭୀତ ନହୋଇ ତୁରନ୍ତ ଅଭିଭାବକ, ଶିକ୍ଷକ କିମ୍ବା ପୋଲିସର ସହାୟତା ନେବାକୁ ଆଇଆଇସି ପରାମର୍ଶ ଦେଇଥିଲେ।
କାର୍ଯ୍ୟକ୍ରମରେ ସରପଞ୍ଚ ପ୍ରତିନିଧି ରାଘବ ନାଏକ ଓ ବାଳିକା ଉଚ୍ଚ ବିଦ୍ୟାଳୟ ର ବିଧାୟକ ପ୍ରତିନିଧି ସୁବୋଧ କୁମାର ସାହୁ ଯୋଗଦେଇ ସାଇବର ସୁରକ୍ଷାର ଗୁରୁତ୍ୱ ଉପରେ ନିଜ ମତ ରଖିଥିଲେ। ଛାତ୍ରୀମାନେ ସାଇବର ସୁରକ୍ଷା ସମ୍ପର୍କିତ ବିଭିନ୍ନ ପ୍ରଶ୍ନ ରଖିଥିବାବେଳେ ଅତିଥିମାନେ ସେଗୁଡ଼ିକର ଉତ୍ତର ଦେଇଥିଲେ। ଏହି ଅବସରରେ ମୋହନଚାନ୍ଦ ପଧାନ, ଅରୁନ୍ଧତୀ ପଣ୍ଡା ଓ ଭାଗୀରଥୀ ପଧାନଙ୍କ ସମେତ ବିଦ୍ୟାଳୟର ଶିକ୍ଷକ-ଶିକ୍ଷୟିତ୍ରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ସୁବାସନ ସାହୁ, ଶ୍ରୀକାନ୍ତ ସାହୁ, ଅଲେଖ ମହାକୁର ଓ ଦୁର୍ଯୋଧନ ପଧାନ ପ୍ରମୁଖ ସହଯୋଗ କରିଥିଲେ। ସାଇବର ଅପରାଧ ଦିନକୁ ଦିନ ନୂଆ ରୂପ ନେଉଥିବା ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଡିଜିଟାଲ ସୁରକ୍ଷା ସମ୍ପର୍କିତ ସଚେତନତା ବୃଦ୍ଧି କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ ଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like