-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ

15-Aug-2026



ବଲାଙ୍ଗୀର (ପ୍ରେରଣା ଖବର): ବଲାଙ୍ଗୀର ଗସ୍ତରେ ଥିବା ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କୁ ବିଜୁ ଛାତ୍ର ଜନତା ଦଳ ବଲାଙ୍ଗିର ପକ୍ଷରୁ ଏକ ପ୍ରତିନିଧିମଣ୍ଡଳୀ ସାକ୍ଷାତ କରି ବଲାଙ୍ଗିର ଜିଲ୍ଲାର ଉଚ୍ଚଶିକ୍ଷା ସମ୍ପର୍କିତ ବିଭିନ୍ନ ସମସ୍ୟା ଓ ଦାବି ନେଇ ଦାବିପତ୍ର ପ୍ରଦାନ କରିଛି।

ତେବେ ଏହି ଦାବିଗୁଡ଼ିକ ଉପରେ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ସାମ୍ବାଦିକଙ୍କୁ ଦିଆଯାଇଥିବା ବିବୃତ୍ତି ଅତ୍ୟନ୍ତ ନୈରାଶ୍ୟଜନକ ବୋଲି ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ବିଜୁ ଛାତ୍ର ଜନତା ଦଳର ବଲାଙ୍ଗିର ସଭାପତି ସୁମନ ନନ୍ଦ।

ସୁମନ ନନ୍ଦ କହିଛନ୍ତି ଯେ, ବିଶ୍ୱବିଦ୍ୟାଳୟଗୁଡ଼ିକରେ ଖାଲି ଥିବା ଶିକ୍ଷକ ପଦବୀ ପୂରଣ ପାଇଁ ଆବେଦନ ପ୍ରକ୍ରିୟା ଶେଷ ହୋଇଥିବା କଥା ସମସ୍ତଙ୍କୁ ଜଣା। ଶିକ୍ଷକ ପଦବୀ ପୂରଣ ନିଶ୍ଚିତ ଭାବେ ସ୍ୱାଗତଯୋଗ୍ୟ ପଦକ୍ଷେପ। କିନ୍ତୁ କେବଳ ଶିକ୍ଷକ ପଦବୀ ପୂରଣ କରିଦେଲେ କ’ଣ ବିଶ୍ୱବିଦ୍ୟାଳୟ ଚାଲିପାରିବ?

ବିଶ୍ୱବିଦ୍ୟାଳୟର ସୁଚାରୁ ପରିଚାଳନା ପାଇଁ ଅଣଶିକ୍ଷକ କର୍ମଚାରୀ, ଜମି,ଆବଶ୍ୟକ ଅନୁଦାନ, ଭିତ୍ତିଭୂମି ବିକାଶ, ଲାଇବ୍ରେରୀ, ଅଡିଟୋରିୟମ୍ ଓ ଅନ୍ୟାନ୍ୟ ମୌଳିକ ସୁବିଧାର ଆବଶ୍ୟକତା ରହିଛି। ଏସବୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ସାମ୍ବାଦିକ ବନ୍ଧୁମାନଙ୍କ ପ୍ରଶ୍ନର ସ୍ପଷ୍ଟ ଉତ୍ତର ନଦେଇ ମନ୍ତ୍ରୀ ହରବର ତରବର ଭାବେ ଚାଲିଯିବା ବଲାଙ୍ଗିରର ଛାତ୍ରଛାତ୍ରୀଙ୍କୁ ନିରାଶ କରିଛି।

“ବଲାଙ୍ଗିରର ଛାତ୍ରଛାତ୍ରୀଙ୍କ ପ୍ରଶ୍ନର ଉତ୍ତର ଦେବା ସରକାରଙ୍କ ଦାୟିତ୍ୱ। ଶିକ୍ଷକ ପଦବୀ ପୂରଣକୁ ନେଇ ସରକାର କେବଳ ନିଜ ସଫଳତାର କଥା କହିବେ, କିନ୍ତୁ ଅଣଶିକ୍ଷକ ପଦବୀ, ଅନୁଦାନ ଓ ଭିତ୍ତିଭୂମି ବିଷୟରେ ନୀରବ ରହିବେ—ଏହା ବଲାଙ୍ଗିର ପ୍ରତି ବୈମାତୃକ ମନୋଭାବର ପ୍ରମାଣ,
“ଆମେ ଦୟା ନୁହେଁ, ଛାତ୍ରଛାତ୍ରୀଙ୍କ ଅଧିକାର ଦାବି କରୁଛୁ। ବଲାଙ୍ଗିରର ଉଚ୍ଚଶିକ୍ଷାକୁ ଅବହେଳା କରିବା ବନ୍ଦ କରି ସରକାର ତୁରନ୍ତ ସ୍ପଷ୍ଟ ରୋଡମ୍ୟାପ୍ ଦିଅନ୍ତୁ,” ବୋଲି ସୁମନ ନନ୍ଦ ଦାବି କରିଛନ୍ତି।

ଏହି ସମସ୍ୟାଗୁଡ଼ିକର ସମାଧାନ ଦାବିରେ ଆଗାମୀ ଦିନରେ ବଲାଙ୍ଗିରର ସମସ୍ତ କ୍ୟାମ୍ପସରେ ଦସ୍ତଖତ ଅଭିଯାନ କରାଯିବ ବୋଲି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଘୋଷଣା କରାଯାଇଛି। ଏହା ସହିତ ବଲାଙ୍ଗିରର ବିଶ୍ୱବିଦ୍ୟାଳୟ ଓ ସରକାରୀ କଲେଜଗୁଡ଼ିକର ବିକାଶ ପାଇଁ ଆବଶ୍ୟକ ହେଲେ ରାଜରାସ୍ତାକୁ ଓହ୍ଲାଇ ଗଣତାନ୍ତ୍ରିକ ଉପାୟରେ ଜୋରଦାର ଆନ୍ଦୋଳନ କରାଯିବ ବୋଲି ସୁମନ ନନ୍ଦ ଚେତାବନୀ ଦେଇଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like