-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ

30-Jul-2026



 

ଦେବଗଡ଼, ତା. ୩୦/୦୭(ପ୍ରେରଣା ଖବର ) : ଓଡ଼ିଶା ରାଜ୍ୟ ଜୁନିଅର ରେଡକ୍ରସ, ଦେବଗଡ଼ ଜିଲ୍ଲା ଶାଖା ପକ୍ଷରୁ ଆୟୋଜିତ ଜିଲ୍ଲାସ୍ତରୀୟ ତ୍ରିଦିବସୀୟ ଅଣତାଲିମପ୍ରାପ୍ତ ଜୁନିଅର ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସମାରୋହରେ ଦେବଗଡ଼ ଜିଲ୍ଲା ଶିକ୍ଷା ଅଧିକାରୀ  ଗେନ୍ଦ୍ରା କୁଜୁର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରିଣୀ  ପଦ୍ମିନୀ ମହାପାତ୍ର, ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷିକା ଶ ଇପ୍ସିତା ପଟ୍ଟନାୟକ, ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ଶ୍ରୀ ରଶ୍ମିନ କୁମାର ଦାସ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଶ୍ରୀମତୀ ମହିମା ହେମ୍ବ୍ରମ, ଦେବଗଡ଼ ମହିଳା ମହାବିଦ୍ୟାଳୟର ଓଡ଼ିଆ ଅଧ୍ୟାପକ ଶ୍ରୀ ଚିତ୍ତରଞ୍ଜନ ଦାସ, ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘର ସଭାପତି ଶ୍ରୀ ସୁଶାନ୍ତ କୁମାର ନନ୍ଦ ଏବଂ ମ୍ୟୁନିସିପାଲିଟିର ସାଧନ ସଂଯୋଜକ ଶ୍ରୀ ଚୂଡ଼ାମଣି ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।  ରେଡକ୍ରସର ରାଜ୍ୟସ୍ତରୀୟ ପ୍ରଶିକ୍ଷକ ଡ. ରବି ଚନ୍ଦ୍ର ପଶାୟତ, ଶ୍ରୀ ରାମନାରାୟଣ ଦାଶ, ଶ୍ରୀ ସର୍ବବିଦ୍ୟ ଶକ୍ତିମୟ ପ୍ରଧାନ ଓ ଶ୍ରୀ ଅମିତ କୁମାର ସାହୁ ପ୍ରମୁଖ ତାଲିମ ପ୍ରଦାନ କରିଥିଲେ।
ଉଦ୍‌ଯାପନୀ ଅଭିଭାଷଣରେ ମୁଖ୍ୟ ଅତିଥି ଶ୍ରୀ କୁଜୁର କହିଥିଲେ ଯେ, ରକ୍ତଦାନ ହେଉଛି ସର୍ବଶ୍ରେଷ୍ଠ ମାନବ ସେବା। ପ୍ରତ୍ୟେକ ସୁସ୍ଥ ବ୍ୟକ୍ତି ନିୟମିତ ରକ୍ତଦାନ କରି ସମାଜ ପ୍ରତି ନିଜର ଦାୟିତ୍ୱ ପାଳନ କରିବା ଉଚିତ। ସେ ଜୁନିଅର ରେଡକ୍ରସର ସ୍ୱେଚ୍ଛାସେବା, ମାନବିକତା ଓ ସାମାଜିକ ସଚେତନତାମୂଳକ କାର୍ଯ୍ୟକ୍ରମର ପ୍ରଶଂସା କରିବା ସହ ତାଲିମପ୍ରାପ୍ତ କାଉନସେଲରମାନେ ବିଦ୍ୟାଳୟସ୍ତରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସେବା, ଶୃଙ୍ଖଳା ଓ ସାମାଜିକ ଦାୟିତ୍ୱବୋଧର ବିକାଶ କରିବାକୁ ଆହ୍ୱାନ ଦେଇଥିଲେ। ଏହି ତ୍ରିଦିବସୀୟ ତାଲିମ ଶିବିରରେ ଦେବଗଡ଼ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରୁ ପ୍ରାୟ ୬୦ ଜଣ ଅଣତାଲିମପ୍ରାପ୍ତ ଜୁନିଅର ରେଡକ୍ରସ କାଉନସେଲର ଅଂଶଗ୍ରହଣ କରିଥିଲେ। ତିନି ଦିନ ଧରି ଜୁନିଅର ରେଡକ୍ରସର ବିଭିନ୍ନ କାର୍ଯ୍ୟକ୍ରମ, ସ୍ୱାସ୍ଥ୍ୟ ସଚେତନତା, ପ୍ରାଥମିକ ଚିକିତ୍ସା, ବିପର୍ଯ୍ୟୟ ପରିଚାଳନା, ରକ୍ତଦାନର ଗୁରୁତ୍ୱ ଓ ସମାଜସେବା ଆଦି ବିଷୟରେ ବିଶେଷଜ୍ଞମାନେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ଉଦ୍‌ଯାପନୀ ସମାରୋହରେ ଅତିଥିମାନଙ୍କ ଦ୍ୱାରା ତାଲିମପ୍ରାପ୍ତ ସମସ୍ତ କାଉନସେଲରଙ୍କୁ ଜୁନିଅର ରେଡକ୍ରସ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ଶେଷରେ ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରିଣୀ ଶ ପଦ୍ମିନୀ ମହାପାତ୍ର ସମସ୍ତ ଅତିଥି, ପ୍ରଶିକ୍ଷକ, ରକ୍ତଦାତା ଓ ପ୍ରଶିକ୍ଷଣାର୍ଥୀଙ୍କୁ ଧନ୍ୟବାଦ ଜଣାଇବା ପରେ କାର୍ଯ୍ୟକ୍ରମର ସମାପନ ହୋଇଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like