-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ

20-Aug-2026



ବଲାଙ୍ଗୀର ସହରର ଆରାଧ୍ୟ ଦେବୀ ମାଁ ସମଲେଶ୍ୱରୀଙ୍କ ପୁରାତନ ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ଏବେ ଅଣ୍ଟା ଭିଡ଼ିଛି ଜିଲ୍ଲା ପ୍ରଶାସନ।ମନ୍ଦିର ପରିସରକୁ ସୁନ୍ଦର ଓ ବିକଶିତ କରିବା ପାଇଁ ମନ୍ଦିରକୁ ଲାଗିଥିବା ପ୍ରାୟ ୨୩ଟି ଷ୍ଟଲକୁ ଉଚ୍ଛେଦ କରାଯାଉଛି। ପାଞ୍ଚ ଦିନ ପୂର୍ବରୁ ଦେବୋତ୍ତର ବିଭାଗ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଷ୍ଟଲ ଖାଲି କରିବାକୁ ନୋଟିସ ଜାରି ହୋଇ ଥିଲା।ନିର୍ଦ୍ଧାରିତ ସମୟ ମଧ୍ୟରେ ଷ୍ଟଲ ଖାଲି ନହେବାରୁ ଆଜି 

ପୁଲିସ ମୁତୟନ ସହ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି।
କିନ୍ତୁ ଏହି ଉଚ୍ଛେଦକୁ ନେଇ କେବଳ ଷ୍ଟଲ ଭଙ୍ଗା ନୁହେଁ,ଏବେ ସାମ୍ନାକୁ ଆସିଛି ମନ୍ଦିରର ଭବିଷ୍ୟତ ଆୟକୁ ନେଇ ଏକ ବଡ଼ ପ୍ରଶ୍ନ। କାରଣ,ଦୀର୍ଘଦିନ ଧରି ଏହି ଷ୍ଟଲଗୁଡ଼ିକରୁ ଆସୁଥିବା ଆୟ ମନ୍ଦିରର ପୂଜା, ନୀତିକାନ୍ତି ଓ ଅନ୍ୟାନ୍ୟ ଧାର୍ମିକ କାର୍ଯ୍ୟରେ ବ୍ୟବହୃତ ହୋଇ ଆସୁଥିବା କୁହାଯାଉଛି।ତେଣୁ ଷ୍ଟଲ ଉଚ୍ଛେଦ ପରେ ମନ୍ଦିରର ନିୟମିତ ଆୟର ବିକଳ୍ପ ବ୍ୟବସ୍ଥା କ’ଣ ହେବ, ତାହା ନେଇ ଏବେ ପ୍ରଶ୍ନ ଉଠୁଛି।
ଇତିହାସ କହେ, ପାଟଣା ଷ୍ଟେଟ୍‌ର ତତ୍କାଳୀନ ମହାରାଜାଙ୍କ ଦାନ ରେ ଏହି ମନ୍ଦିର ନିର୍ମିତ ହୋଇଥିବା ବିଶ୍ୱାସ ରହିଛି।ପରମ୍ପରା ଓ ଧାର୍ମିକ ବିଶ୍ୱାସର ଏହି ପୀଠରେ ଆଜି ମଧ୍ୟ ପୂଜକମାନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ମାଁ ସମଲେଶ୍ୱରୀଙ୍କ ନୀତିକାନ୍ତି ସମ୍ପନ୍ନ ହୋଇ ଆସୁଛି।  ତେବେ ଆଉ ଏକ ବଡ ପ୍ରଶ୍ନ,  

ଯେଉଁ ସମୟରେ ରାଜା ମହାରାଜା ମାନେ ମନ୍ଦିର ଓ ଦେବଦେବୀଙ୍କ ନାମରେ ଏକର ଏକର ଜମି ଦାନ କରୁଥିଲେ,ସେହି ସମୟରେ ମାଁ ସମଲେଶ୍ୱରୀ ମନ୍ଦିରକୁ ମଧ୍ୟ ପର୍ଯ୍ୟାପ୍ତ ଦେବୋତ୍ତର ଜମି ଦିଆଯାଇଥିବା ଚର୍ଚ୍ଚା ରହିଛି। ଯଦି ତାହା ସତ୍ୟ,ତେବେ ସେହି ଜମି କେଉଁଠି ଅଛି ? କେତେ ଜମି ମନ୍ଦିର ନାମରେ ରହିଛି?କେତେ ଜମି ଜବରଦଖଲରେ ରହିଛି ? ଏବଂ ମନ୍ଦିରର ନିଜସ୍ୱ ସମ୍ପତ୍ତି ଯଦି ଅଛି,ତାହାର ବର୍ତ୍ତମାନ ସ୍ଥିତି କ’ଣ ? ଏସବୁ ପ୍ରଶ୍ନର ଉତ୍ତର ପାଇଁ ଏକ ସ୍ୱଚ୍ଛ ଓ ନିରପେକ୍ଷ ତଦନ୍ତର ଆବଶ୍ୟକତା ରହିଛି।
ମନ୍ଦିରର ସୌନ୍ଦର୍ଯ୍ୟକରଣକୁ ସହରବାସୀ ସ୍ୱାଗତ କରୁଛନ୍ତି।କିନ୍ତୁ ବିକାଶ ସହିତ ମନ୍ଦିରର ପରମ୍ପରା,ପୂଜାବିଧି ଓ ଆର୍ଥିକ ସ୍ୱାବଲମ୍ବନ ମଧ୍ୟ ସୁରକ୍ଷିତ ରହିବା ଆବଶ୍ୟକ।କାରଣ ମାଁ ସମଲେଶ୍ୱରୀ କେବଳ ଏକ ପଥରର ପ୍ରତିମା ନୁହନ୍ତି, ବଲାଙ୍ଗୀରବାସୀଙ୍କ ବିଶ୍ୱାସ, ଭକ୍ତି ଓ ଭାବନାର ଜୀବନ୍ତ ପ୍ରତୀକ।
ତେଣୁ ପ୍ରଶ୍ନ ହେଉଛି,ମନ୍ଦିରର ସୌନ୍ଦର୍ଯ୍ୟୀକରଣ ସହ ହଜାର ହଜାର ଭକ୍ତଙ୍କ ଆସ୍ଥା,ପରମ୍ପରା ଓ ମନ୍ଦିରର ଭବିଷ୍ୟତ ଆର୍ଥିକ ବ୍ୟବସ୍ଥାକୁ କିପରି ସୁରକ୍ଷିତ ରଖାଯିବ? ଏବେ ଏହାର ଉତ୍ତର ଅପେକ୍ଷାରେ ରହିଛନ୍ତି ବଲାଙ୍ଗୀରବାସୀ।

ରିପୋର୍ଟ : ମହେନ୍ଦ୍ର କୁମାର ଦର୍ଜି 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like