-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ

31-Aug-2026



ଭୁବନେଶ୍ୱର(ପ୍ରେରଣା ଖବର): ଆଜି ଭୁବନେଶ୍ୱରସ୍ଥିତ କୃଷି ଶିକ୍ଷା ସଦନରେ ରାଜ୍ୟସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଓଡ଼ିଶାର ବିଭିନ୍ନ ପୌର ସଂସ୍ଥାର ଉଲ୍ଲେଖନୀୟ କାର୍ଯ୍ୟଦକ୍ଷତାକୁ ସମ୍ମାନିତ କରାଯାଇଥିଲା।

ଏହି ଭବ୍ୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେହିପରି ନଗର ଉନ୍ନୟନ ମନ୍ତ୍ରୀ ଡ଼ଃ କୃଷ୍ଣଚନ୍ଦ୍ର ମହାପାତ୍ର, ଭୁବନେଶ୍ୱର ମେୟର, ବିଧାୟକ ବାବୁ ସିଂହ, ମୁଖ୍ୟ ଶାସନ ସଚିବ ଶ୍ରୀ ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ ଏବଂ ପୌର ନିର୍ଦ୍ଦେଶକ ଶ୍ରୀ ଅରିନ୍ଦମ ଡାକୁଆ ଙ୍କ ସମେତ ଅନେକ ବିଶିଷ୍ଟ ଅତିଥି ଉପସ୍ଥିତ ଥିଲେ।

ରାଜ୍ୟର ଉଲ୍ଲେଖନୀୟ କାର୍ଯ୍ୟଦକ୍ଷତା ପ୍ରଦର୍ଶନ କରିଥିବା ୪ଟି ପୌର ପରିଷଦ ଓ ୧୧ ଟି ବିଜ୍ଞାପିତ ଅଞ୍ଚଳ ପରିଷଦ କୁ ଏହି ଅବସରରେ ସମ୍ମାନିତ କରାଯାଇଥିଲା।

ରାଜସ୍ୱ ଆଦାୟ ଓ ଅନ୍ୟାନ୍ୟ ଆନୁଷଙ୍ଗିକ କାର୍ଯ୍ୟରେ ସଫଳତା ଆଧାରରେ ପୌର ସଂସ୍ଥାଗୁଡ଼ିକୁ ପୁରସ୍କୃତ କରାଯାଇଥିଲା। ୯୦ ପ୍ରତିଶତରୁ ଅଧିକ ସଫଳତା ପାଇଥିବା ସଂସ୍ଥାକୁ ୨ କୋଟି ଟଙ୍କା, ୮୦ ପ୍ରତିଶତରୁ ଅଧିକ ସଫଳତା ପାଇଥିବା ସଂସ୍ଥାକୁ ୧ କୋଟି ଟଙ୍କା ଏବଂ ୭୦ ପ୍ରତିଶତରୁ ଅଧିକ ସଫଳତା ପାଇଥିବା ସଂସ୍ଥାକୁ ୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯାଇଥିଲା।

ଏହି ସମ୍ମାନଜନକ ଅବସରରେ ବଲାଙ୍ଗୀର ପୌର ପରିଷଦ ପକ୍ଷରୁ ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ଏବଂ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରା ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କରକମଳରୁ ୧ କୋଟି ଟଙ୍କାର ପୁରସ୍କାର ରାଶି ଗ୍ରହଣ କରିଥିଲେ।

ପୁରସ୍କାର ଗ୍ରହଣ ପରେ ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ଏହି ୧ କୋଟି ଟଙ୍କାର ପୁରସ୍କାର ରାଶିକୁ ବଲାଙ୍ଗୀର ସହରର ବନ୍ଧ ଉନ୍ନୟନ ଓ ଅବଶିଷ୍ଟ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାରେ ବିନିଯୋଗ କରାଯିବ। ବନ୍ଧର ଅନେକ ଉନ୍ନୟନମୂଳକ କାର୍ଯ୍ୟ ଏପର୍ଯ୍ୟନ୍ତ ବାକି ରହିଥିବାରୁ ସେଗୁଡ଼ିକୁ ଶୀଘ୍ର ସମ୍ପୂର୍ଣ୍ଣ କରି ସହରବାସୀଙ୍କ ପାଇଁ ଏକ ସୁନ୍ଦର ଓ ଉନ୍ନତ ପରିବେଶ ସୃଷ୍ଟି କରାଯିବ ବୋଲି ସେ ମତ ପ୍ରକାଶ କରିଥିଲେ।

ସେ ଆହୁରି କହିଥିଲେ—

ଏହି ସମ୍ମାନ କେବଳ ବଲାଙ୍ଗୀର ପୌର ପରିଷଦର ନୁହେଁ, ଏହା ବଲାଙ୍ଗୀର ସହରର ପ୍ରତ୍ୟେକ ନାଗରିକଙ୍କର ସମ୍ମାନ। ସହରବାସୀଙ୍କ ସହଯୋଗ, ବିଶ୍ୱାସ ଓ ଭଲପାଇବା ଯୋଗୁଁ ଆଜି ବଲାଙ୍ଗୀର ପୌର ପରିଷଦ ଏହି ସଫଳତା ହାସଲ କରିପାରିଛି। ଏହି ସମ୍ମାନକୁ ମୁଁ ବଲାଙ୍ଗୀରର ସମସ୍ତ ନାଗରିକଙ୍କୁ ସମର୍ପିତ କରୁଛି।

ରାଜ୍ୟ ସ୍ତରରେ ମିଳିଥିବା ଏହି ଗୌରବମୟ ସମ୍ମାନ ବଲାଙ୍ଗୀର ପୌର ପରିଷଦ ପାଇଁ ଏକ ଐତିହାସିକ ସଫଳତା ହୋଇଥିବାବେଳେ, ସମଗ୍ର ବଲାଙ୍ଗୀର ବାସୀଙ୍କ ପାଇଁ ଆଣିଛି ଗର୍ବ ଓ ଆନନ୍ଦର ମୁହୂର୍ତ୍ତ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like