-+91-9937148622 |
prerana_bgr@rediffmail.com |
Tuesday 15th September 2026 |
R.N.I. Regd No. ODIODI/2010/46693
Breaking News
02-Sep-2026
ଲୋଇସିଂହା, (ପ୍ରେରଣା ଖବର) ବାଳିକା ଉଚ୍ଚ ବିଦ୍ୟାଳୟ ଲୋଇସିଂହା ଠାରେ ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ଏକ ଦିବସୀୟ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ତାଲିମ କାର୍ଯ୍ୟକ୍ରମ ରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଲୋଇସିଂହା ଶ୍ରୀଯୁକ୍ତ ନାରାୟଣ ଭୁଏ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଲୋଇସିଂହା ଶ୍ରୀଯୁକ୍ତ ବସନ୍ତ କୁମାର ଭୋଇ ଏବଂ ଶ୍ରୀଯୁକ୍ତ ରୁଦ୍ରଦେବ ଷଡ଼ଙ୍ଗୀ ଯୋଗ ଦେଇଥିଲେ। ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ନାରାୟଣ ଭୁଏ ସରକାର ଙ୍କ ଦ୍ଵାରା ଗ୍ରହଣ କରାଯାଇଥିବା ଏହି କାର୍ଯ୍ୟକ୍ରମକୁ ସହଯୋଗ କରି ଶତପ୍ରତିଶତ ସଫଳ କରିବା ପାଇଁ ସମସ୍ତଙ୍କୁ ଆହ୍ୱାନ କରିଥିଲେ। ଆଗାମୀ ୨୦ତାରିଖ ଦିନ ଅନୁଷ୍ଠିତ ହେବାକୁ ଥିବା ନବସାକ୍ଷରଙ୍କ ପାଇଁ ଉଦ୍ଦିଷ୍ଟ ମୂଲ୍ୟାୟନ କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ସମ୍ପାଦନ କରିବାକୁ ସମସ୍ତଙ୍କୁ ଅନୁରୋଧ କରିଥିଲେ। ଆଞ୍ଚଳିକ ସାଧନକର୍ମୀ ନିତ୍ୟାନନ୍ଦ ବାଗ ଏବଂ ଶୋଭଙ୍କର ପ୍ରଧାନ ପ୍ରଶିକ୍ଷକ ଭାବରେ ଦାୟିତ୍ଵ ତୁଲାଇଥିଲେ। ଏହି କାର୍ଯ୍ୟକ୍ରମରେ ମୋଟ୍ ୪୦ ଜଣ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ ଶିକ୍ଷିକାଙ୍କୁ ତାଲିମ ପ୍ରଦାନ କରାଯାଇଥିଲା। ଉଦଯାପନୀ ପର୍ବରେ ବାଳିକା ଉଚ୍ଚ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ସଦାନନ୍ଦ ଭୋଇ ଯୋଗ ଦେଇଥିଲେ।