-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ

03-Sep-2026



ବଲାଙ୍ଗିର(ପ୍ରେରଣା ଖବର): ନୂତନ ଶିକ୍ଷାବର୍ଷର ଶୁଭାରମ୍ଭ ଅବସରରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିର ପରିସରରେ ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ଜଣାଇବା ନିମନ୍ତେ ପ୍ରବେଶ ଉତ୍ସବ ଉତ୍ସାହ ଓ ଆନନ୍ଦମୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ କୌତୁକ ପନ୍ଦରଙ୍କ ସଭାପତିତ୍ୱରେ ଏହି ପ୍ରବେଶ ଉତ୍ସବ ଆୟୋଜିତ ହୋଇଅଛି। ଏହି ଉତ୍ସବରେ ଶିକ୍ଷାନୁଷ୍ଠାନର ଇତିହାସ, ଛାତ୍ରବୃତ୍ତି ତଥା ଆଭାସୀ ଶିକ୍ଷା ଭଳି ବିଭିନ୍ନ ସରକାରୀ ସୁବିଧା ସମ୍ଵନ୍ଧରେ କହିବା ସହିତ ନିୟମିତ ପାଠ ପଢିବାକୁ  ଉତ୍ସାହିତ କରିଥିଲେ | ଛାତ୍ରଛାତ୍ରୀଙ୍କୁ ଶିକ୍ଷା ହିଁ ଜୀବନର ସର୍ବଶ୍ରେଷ୍ଠ ସମ୍ପଦ ବୋଲି ଉଲ୍ଲେଖ କରିବା ସହ ନିଷ୍ଠା, ଶୃଙ୍ଖଳା, ନୈତିକତା ଓ ଆତ୍ମବିଶ୍ୱାସକୁ ଜୀବନର ସଫଳତାର ମୂଳମନ୍ତ୍ର ଭାବେ ଗ୍ରହଣ କରିବାକୁ ଅଧ୍ୟକ୍ଷ ପରାମର୍ଶ ଦେଇଥିଲେ । ଅନ୍ୟାନ୍ୟ ଅଧ୍ୟାପକ ଅଧ୍ୟାପିକାମାନେ କହିଥିଲେ ଯେ, ବିଦ୍ୟାଳୟ କେବଳ ପାଠପଢ଼ାର ସ୍ଥାନ ନୁହେଁ; ଏହା ଛାତ୍ରଛାତ୍ରୀଙ୍କ ଚରିତ୍ର ଗଠନ, ପ୍ରତିଭାର ବିକାଶ ଓ ଭବିଷ୍ୟତ ଗଢ଼ିବାର ଏକ ମହତ୍ତ୍ୱପୂର୍ଣ୍ଣ ମଞ୍ଚ। ତେଣୁ ନିଜ ଲକ୍ଷ୍ୟ ପ୍ରତି ଏକାଗ୍ର ରହିବା ସହିତ ଅଧ୍ୟୟନ, କ୍ରୀଡ଼ା, ସାଂସ୍କୃତିକ ଓ ବିଭିନ୍ନ ସେବା କାର୍ଯ୍ୟକ୍ରମରେ ମଧ୍ୟ ସକ୍ରିୟ ଭାବେ ଯୋଗଦେବାକୁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ ଦିଆଯାଇଥିଲା। ଏହାଛଡ଼ା ମହାବିଦ୍ୟାଳୟର  ନିୟମ-ଶୃଙ୍ଖଳା ପାଳନ କରି ନିଜର ଉଜ୍ଜ୍ୱଳ ଭବିଷ୍ୟତ ଗଢ଼ିବା ସହ ମହାବିଦ୍ୟାଳୟର ଗୌରବ ବୃଦ୍ଧି କରିବା ପାଇଁ ସଙ୍କଳ୍ପବଦ୍ଧ ହେବାକୁ ପ୍ରେରଣା ଦେଇଛନ୍ତି। ପ୍ରବେଶ ଉତ୍ସବରେ ମହାବିଦ୍ୟାଳୟର ଅଧ୍ୟାପକ-ଅଧ୍ୟାପିକା ସହକାରୀ ପ୍ରଫେସର ଶ୍ରୀକାନ୍ତ କୁମାର ବାରିକ, ସହକାରୀ ପ୍ରଫେସର ବନ୍ଦନା ବାର, ସହକାରୀ ପ୍ରଫେସର କୁଶ କହଁର,  ଅଧ୍ୟାପକ ପ୍ରେମାନନ୍ଦ ରଣା, ଅଧ୍ୟାପକ ବାସୁଦେବ କର୍ମୀ, ଅଧ୍ୟାପକ ତେଜରାଜ ହରପାଲ, ଅଧ୍ୟାପକ ବିଶ୍ୱଭୂଷଣ ବିଶ୍ୱାଳ, ଅଧ୍ୟାପକ ପ୍ରେମାନନ୍ଦ ମହାନନ୍ଦ, ଅଧ୍ୟାପକ ନୀଳକଣ୍ଠ ନାଗ ପ୍ରଭୃତି ଉପସ୍ଥିତ ରହି ନବାଗତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଥିଲେ।ଉତ୍ସବର ଶେଷ ପର୍ଯ୍ୟାୟରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ମନୋରମ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ସମସ୍ତଙ୍କ ସହଯୋଗରେ ପ୍ରବେଶ ଉତ୍ସବ ଏକ ସ୍ମରଣୀୟ ଓ ଅନୁପ୍ରେରଣାଦାୟକ ଅନୁଭୂତିରେ ପରିଣତ ହୋଇଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like