-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||     

HOME   ଜିଲ୍ଲା

ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ

03-Sep-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର): ରାଜ୍ୟ ଯୋଗାଣ ନିଗମର ୪୭ତମ ପ୍ରତିଷ୍ଠା ଦିବସ ଆଜି ନିଗମ ପରିସରରେ ପାଳିତ ହୋଇଯାଇଛି । ୧୯୮୦ ମସିହାରେ ପ୍ରତିଷ୍ଠା ହୋଇଥିବା ଏହି ନଗମ ଏହାର ଯାତ୍ରା ବଜାୟ ରଖିଛି । କୃଷକ ଓ ସରକାରଙ୍କ ମଧ୍ୟରେ ଏକ ସେତୁ ଭାବେ କାର୍ଯ୍ୟ କରି ଅନେକ ପ୍ରଶଂସା ମଧ୍ୟ ସାଉଁଟିଛି । ଆଜି ଅନୁଷ୍ଠିତ ଏହି ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ନିଗମର କାର୍ଯ୍ୟଧାରାର ଭୂୟସୀ ପ୍ରଶଂସା କରିଥିଲେ । ଚାଷୀମାନଙ୍କ ଧାନ ସଂଗ୍ରହଠାରୁ ଆରମ୍ଭ କରି ସେମାନଙ୍କ ପ୍ରାପ୍ୟ ପ୍ରଦାନରେ ତ୍ୱରିତ ପଦକ୍ଷେପ ଗ୍ରହଣ କରିଛି । ଖାଦ୍ୟ ସୁରକ୍ଷା ଯୋଜନା ଅନ୍ତର୍ଗତ ହିତାଧିକାରୀମାନଙ୍କୁ ଠିକଣା ସମୟରେ ରାସନ ସାମଗ୍ରୀ ପ୍ରଦାନ କରିବାରେ ସଫଳ ହୋଇଛି ବୋଲି ମନ୍ତ୍ରୀ ଶ୍ରୀ ପାତ୍ର ପ୍ରକାଶ କରିଥିଲେ । 

ଏହି କାର୍ଯ୍ୟକ୍ରମରେ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀ କେ. ସୁଦର୍ଶନ ଚକ୍ରବର୍ତ୍ତୀ କହିଲେ ଯେ ଚାଷୀମାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ନିଗମ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି । ଆଧାର ଆଧାରିତ ପଞ୍ଜିକରଣଠାରୁ ଆରମ୍ଭ କରି ଠିକଣା ସମୟରେ ଧାନ ସଂଗ୍ରହ ଓ ଦେଶରେ ପ୍ରମୁଖ ରାଜ୍ୟ ଭାବେ ଧାନକିଣାର ୪୮ ଘଣ୍ଟା ମଧ୍ୟରେ ଚାଷୀମାନଙ୍କୁ ସେମାନଙ୍କ ପ୍ରାପ୍ୟ ପ୍ରଦାନ କରି ଉଦାହରଣ ସୃଷ୍ଟି କରିଛି ବୋଲି ସେ ଉଲ୍ଲେଖ କରିଛନ୍ତି ।

ସେହିଭଳି ଭାରତୀୟ ଖାଦ୍ୟ ନିଗମର ସାଧାରଣ ପରିଚାଳକ ଶ୍ରୀ ନିହାର ରଞ୍ଜନ ପ୍ରଧାନ ଓ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀ ଶ୍ରୀକାନ୍ତ ବେହୁରା ପ୍ରମୁଖ ନିଗମର କାର୍ଯ୍ୟଧାରା ଉପରେ ଆଲୋକପାତ କରିଥିଲେ । 

ଏହି ଅବସରରେ ବିଭାଗୀର ମାସିକ ସଂକ୍ଷିପ୍ତ ପୁସ୍ତିକା ‘ଯୋଗାଣ ଦର୍ପଣ’ ଉନ୍ମୋଚନ କରାଯାଇଥିବାବେଳେ ଗତ ବର୍ଷକ ମଧ୍ୟରେ ନିଗମରୁ ଅବସର ଗ୍ରହଣ କରିଥିବା ଅଧିକାରୀ ଓ କର୍ମଚାରୀମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । 
ନିଗମର ଅର୍ଥ ସାଧାରଣ ପରିଚାଳକ ଶ୍ରୀ ବିବେକାନନ୍ଦ ଦାସ ବାର୍ଷିକ ବିବରଣୀ ପାଠ କରିଥିବାବେଳେ ସାଧାରଣ ପରିଚାଳକ ଶ୍ରୀ ପ୍ରଭାତ କୁମାର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ । ନିଗମ ପକ୍ଷରୁ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଅଧିକାରୀ ଓ କର୍ମଚାରୀମାନେ ଉପଭୋଗ କରିଥିଲେ । 

ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ  ସାଧାରଣ ପରିଚାଳକ ଶ୍ରୀମତୀ ଏଲୋରା ସାମଲ, ପ୍ରଣତି ପ୍ରିୟଦର୍ଶିନୀ, ବିତ୍ତ ପରାମର୍ଶଦାତା ଶ୍ରୀ ଦେବରାଜ ମଣ୍ଡଳଙ୍କ ସମେତ ବିଭାଗୀୟ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026

You Might Also Like