-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||     

HOME   ଜିଲ୍ଲା

ପାଟଣା ହାଇକୋର୍ଟ ର ପ୍ରତିଷ୍ଠା ଦିବସରେ ବଲାଙ୍ଗୀରରେ ହାଇକୋର୍ଟ ର ସ୍ଥାୟୀ ଵେଞ୍ଚ ଆନ୍ଦୋଳନ ତେଜିଲା, ପାଟଣା ହାଇକୋର୍ଟ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଜ୍ୟୋତି ଯାତ୍ରା

06-Sep-2026



ବଲାଙ୍ଗୀର: ପାଟଣା ଷ୍ଟେଟ ସମୟରେ ବାଲାଙ୍ଗୀରରେ ଏକ ହାଇକୋର୍ଟ କାର୍ଯ୍ୟକରୁଥିଲା। ୧୯୪୦ ମସିହା ସେପ୍ଟେମ୍ବର ୬ ତାରିଖରେ ଏହି କୋର୍ଟ ପ୍ରତିଷ୍ଠା ହୋଇ ପାଟଣା ଷ୍ଟେଟ ର ଜନସାଧାରଣ ଙ୍କୁ ନ୍ୟାୟ ପ୍ରଦାନରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରି ଆସୁଥିଲା। ତେବେ ସମୟ କ୍ରମେ ଏହି ହାଇକୋର୍ଟ କଟକ କୁ ସ୍ଥାନାନ୍ତରଣ କରାଯଇଥିଲା। ଆଜି ଏହି ପାଟଣା ହାଇକୋର୍ଟ ପ୍ରତିଷ୍ଠା ଦିବସ ର ୮୬ବର୍ଷ ପୂର୍ତ୍ତି ଅବସରରେ ବାଲାଙ୍ଗୀରରେ ଏକ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ଏହି ଐତିହାସିକ ଦିନ କୁ ମନେ ପକାଇବା ପାଇଁ  ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।  ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା  ପରି ଏକ ନ୍ୟାର୍ଯ୍ୟ ଦାବି କୁ ନେଇ  ହାଇକୋର୍ଟ ଜ୍ୟୋତିଯାତ୍ରା ସହର ପରିକ୍ରମା କରିଥିଲା । ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଶତାଧିକ ସଭ୍ୟ, ସଚେତନ ନାଗରିକ ଓ ବୁଦ୍ଧିଜୀବୀ ଏହି ଜ୍ୟୋତି ଯାତ୍ରା ରେ ସାମିଲ ହୋଇଥିଲେ। ପ୍ରଥମେ ମାଁ ପାଟଣେଶ୍ବରୀ ମନ୍ଦିରରେ ପୂଜାର୍ଚ୍ଚନା କରାଯାଇଥିଲା।  ବରିଷ୍ଠ ଆଇନଜୀବୀ ଅମରେନ୍ଦ୍ର ମିଶ୍ର ଜ୍ୟୋତି ମଶାଲ ଧରି ପରିକ୍ରମା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।ଏହି ଶୋଭାଯାତ୍ରାରେ ଜିଲା ଓକିଲ ସଂଘ ସଭାପତି ବାସୁଦେବ ରଥ, ସମ୍ପାଦକ ଅସିତ ଷଡ଼ଙ୍ଗୀ, ଉପସଭାପତି ଚିନ୍ମୟ ମିଶ୍ର, ବରିଷ୍ଠ ଓକିଲ ଭବାନୀ ଶଙ୍କର ଶତପଥୀ, ଡ. ଶ୍ରୀକର ମିଶ୍ର, ସରୋଜ ଗୁପ୍ତା, ରବିନାରାୟଣ ବହିଦାର, ପ୍ରମୋଦ ତ୍ରିପାଠୀ, ଜୟରାମ ମିଶ୍ର, ସୁମିତ ଖୁଆସ, ମାଧବ ପୁରୋହିତ,  ରତନ ମହାରଣା, ଦୀପ୍ତି ଶର୍ମା, ଦେବେନ୍ଦ୍ର ପାଣିଗ୍ରାହୀ, ସୁଧାଂଶୁ ଶେଖର ଦେଓ, ସଞ୍ଜୟ ପଟେଲ, ଦେବାଶିଷ ବିଶ୍ବାଳ, ସନ୍ତୋଷ ପାଢ଼ୀ, ଅଶୋକ ରାଉତ, ଉମାକାନ୍ତ ସାହୁ, ଅର୍ଜୁନ ମୁଗ୍ରୀ ଙ୍କ  ସମେତ ବିଭିନ୍ନ ସଂଗଠନରୁ ପ୍ରକାଶ ନେପାକ, ଭଗବାନ ବଗର୍ତ୍ତୀ, ନଗର କଂଗ୍ରେସ ସଭାପତି ବୁଲୁ ଦାନୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।  ଜ୍ୟୋତି ଯାତ୍ରା ପାଟଣେଶ୍ୱରୀ ମନ୍ଦିରରୁ ବାହାରି ସମଲେଶ୍ୱରୀ ମନ୍ଦିର ଦେଇ ଜିଲ୍ଳାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ ପହଞ୍ଚିଥିଲା। ବଲାଙ୍ଗୀର କଚେରି ଛକଠାରେ ଶୋଭାଯାତ୍ରା ପହଞ୍ଚିବା ପରେ ସେଠାରେ ଓକିଲ ମାନଙ୍କ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ସେଠାରେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର ଯୋଗଦେଇ ଓକିଲମାନଙ୍କୁ ଉତ୍ସାହିତ କରିଥିଲେ। ଶୋଭାଯାତ୍ରା ସହର ପରିକ୍ରମା କରି

ସିଭିଲ କୋର୍ଟରେ ପହଞ୍ଚିଥିଲା।

  ସୂଚନାଯୋଗ୍ୟ ଯେ, ଗତ କିଛି ଦିନ ତଳେ ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ମଧ୍ୟ ବଲାଙ୍ଗୀରରେ ହାଇକୋର୍ଟ ଵେଞ୍ଚ ସ୍ଥାପନ ଦାବିର ଯଥାର୍ଥତାକୁ ଦୋହରାଇଥିଲେ। ପାଲ କମିଶନ ଓ ଯଶବନ୍ତ କମିଶନ ର ରିପୋର୍ଟ ଅନୁସାରେ ବାଲାଙ୍ଗୀରରେ ହାଇକୋର୍ଟ ଵେଞ୍ଚ ସ୍ଥାପନ ର ଯୁକ୍ତି ରହିଥିବା ବେଳେ ରାଜ୍ୟରେ ଚାଲିଥିବା ଡବଲ ଇଂଜିନ ସରକାର ଏହି ଦାବି ପୂରଣ ଦିଗରେ ତତ୍ପରତା ପ୍ରକାଶ କରିବାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ସଭାପତି ବାସୁଦେବ ରଥ ନିବେଦନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026

You Might Also Like