-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||     

HOME   ଜିଲ୍ଲା

ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର

06-Sep-2026



 ଭୁବନେଶ୍ୱର(ମୁରଲୀଧର ମିଶ୍ର): “ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ (ଏନ୍ ସିଏପି)-୨୦୨୬” ସପ୍ତାହ ଅବସରରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ହାତିଆଶୁଣି ସଂପଦ କେନ୍ଦ୍ର ନିକଟରେ ବିଏମ୍ ସି ସ୍ତରୀୟ ସଚେତନତା ସଭା ଓ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ମାନନୀୟା ମେୟର ଶ୍ରୀମତୀ ସୁଲୋଚନା ଦାସ ଡେପୁଟି ମେୟର ଶ୍ରୀମତୀ ମଂଜୁଲତା କହଁର, ବିଏମ୍ ସି କମିଶନର ଶ୍ରୀ ଚଞ୍ଚଳ ରାଣା (ଆଇଏଏସ୍), ପଲ୍ୟୁସନ କଣ୍ଟ୍ରୋଲ ବୋର୍ଡ, ଓଡିଶାର ମେମ୍ବର ସେକ୍ରେଟାରୀ ଡକ୍ଟର ମନୋଜ ଭି. ନାୟାର, ବିଏମ୍ ସି ଆମ୍ୱାସଡର ତଥା ଅଲମ୍ପିଆନ ଶ୍ରୀମତୀ ଅନୁରାଧା ବିଶ୍ୱାଳ, ଅତିରିକ୍ତ କମିଶନର ଶ୍ରୀ ଶୁଭେନ୍ଦୁ କୁମାର ସାହୁ, ଶ୍ରୀ କୈଳାସ ଚନ୍ଦ୍ର ଦାସ, ପରିବେଶ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଶ୍ରୀ ବିରଞ୍ଚି ନାରାୟଣ ମହାସୂପକାର, ସ୍ଲମ ସେଟଲମେଣ୍ଟ ଷ୍ଟାଣ୍ଡି କମିଟିର ଅଧ୍ୟକ୍ଷା ଶ୍ରୀମତୀ ମହାମାୟା ସ୍ୱାଇଁ, ସ୍ଥାନୀୟ କର୍ପୋରେଟରଙ୍କ ସହ  ବହୁ କର୍ପୋରେଟର ମଞ୍ଚାସୀନ ଥିଲେ । ଅନ୍ୟମାନଙ୍କ ମଧ୍ୟରେ ଶହ ଶହ ଛାତ୍ରଛାତ୍ରୀ, ସ୍ୱେଚ୍ଛାସେବୀ ସଂଗଠନର କର୍ମକର୍ତ୍ତା ଓ ସଦସ୍ୟ, ସଦସ୍ୟା, ବିଭିନ୍ନ ଏଜେନ୍ସିର କର୍ମକର୍ତ୍ତାଙ୍କ ସହ ଟିମ୍ ବିଏମ୍ ସି ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ।

ବିଏମ୍ ସି ଅତିରିକ୍ତ କମିଶନର ଶ୍ରୀ ଶୁଭେନ୍ଦୁ କୁମାର ସାହୁ ପ୍ରାରମ୍ଭିକ ଅଭିଭାଷଣ ପ୍ରଦାନ ପୂର୍ବକ କାର୍ଯ୍ୟକ୍ରମ ସଂପର୍କରେ ସମକ୍ୟ ସୂଚନା ପ୍ରଦାନ କରିଥିଲେ । ଭାରତ ସରକାରଙ୍କ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ନିର୍ଦେଶ କ୍ରମେ ଏହି କାର୍ଯ୍ୟକ୍ରମ ସମଗ୍ର ଦେଶବ୍ୟାପି କରାଯାଉଥିବା ସେ ସୂଚନା ଦେବା ସହ ବିଏମ୍ ସି ପକ୍ଷରୁ ବାୟୁ ପ୍ରଦୂଷଣ ରୋକିବା ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ଅବଗତ କରାଇଥିଲେ । 

ପରେ କମିଶନର ଶ୍ରୀ ଚଞ୍ଚଳ ରାଣା ସ୍ୱାଗତ ଅଭିଭାଷଣ ପ୍ରଦାନ କରି ପ୍ରତ୍ୟେକ ବ୍ୟକ୍ତି ବାୟୁ ପ୍ରଦୂଷଣ ରୋକିବା ଦିଗରେ କିପରି ସ୍ଥାୟୀ ଅଭ୍ୟାସ ଆପଣେଇବେ ସେ ସଂପର୍କରେ ପୁଙ୍ଖାନୁପୁଙ୍ଖ ଆଲୋକପାତ କରିଥିଲେ । ପ୍ରଦୂଷଣ ମୁକ୍ତ ସ୍ଥାୟୀ ସହରୀ ଗତିଶୀଳତା ପାଇଁ ବିଏମ୍ ସିର ପ୍ରତିବଦ୍ଧତାକୁ ସେ ଦୋହରାଇଥିଲେ । ସହରକୁ ସ୍ୱଚ୍ଛ, ସବୁଜ ଓ ପ୍ରଦୂଷଣ ମୁକ୍ତ ଗଠନ କରିବା ପାଇଁ ନାଗରିକଙ୍କ ସହଭାଗିତା ନିହାତି ଆବଶ୍ୟକ ବୋଲି କହିଥିଲେ । 

ମୁଖ୍ୟ ଅତିଥି ଭାବେ ଯୋଗଦେଇ ମାନନୀୟା ମେୟର ଶ୍ରୀମତୀ ସୁଲୋଚନା ଦାସ କହିଥିଲେ ଯେ, ପ୍ରତ୍ୟେକ ବ୍ୟକ୍ତି ଯଦି ନିଜ ପାଇଁ ଗୋଟିଏ ଗୋଟିଏ ବୃକ୍ଷ ରୋପଣ କରିବେ ଏବଂ ତାର ଯତ୍ନ ନେବେ, ତେବେ ଭୁବନେଶ୍ୱର ମହାନଗର ନିଗମ ସବୁଜ ବନାନୀରେ ହସି ଉଠିବ । ବାୟୁ ପ୍ରଦୂଷଣ ରୋକିବା ପାଇଁ ବିଏମ୍ ସି ବିଭିନ୍ନ ପଦକ୍ଷେପ ନେଇଥିବାରୁ ସମଗ୍ର ଦେଶରେ ସ୍ୱଚ୍ଛ ବାୟୁ ତାଲିକାର ଚତୁର୍ଥ ସ୍ଥାନରେ ରହିଛି । ଯଦି ଭୁବନେଶ୍ୱର ବାସୀ ସମସ୍ତେ ସହଯୋଗର ହାତ ବଢାଇବେ, ନିଜ ଘର, ଆଖପାଖ ଓ ପଡିଆ ଜମିରେ ବୃକ୍ଷ ରୋପଣ କରି ତାର ଯତ୍ନ ନେବେ, ତେବେ ଆମର ପରପିଢି ସ୍ୱଚ୍ଛ, ସବୁଜ, ସୁସ୍ଥ, ସୁନ୍ଦର ଓ ପ୍ରଦୂଷଣ ମୁକ୍ତ  ଭୁବନେଶ୍ୱର ଗଠନ ହୋଇପାରିବ ।  

ଜନ ସଚେତନତା ସଭା ପରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ କରାଯାଇଥିଲା । ଉପସ୍ଥିତ ଅତିଥି ଓ ଛାତ୍ରଛାତ୍ରୀ ବୃକ୍ଷ ରୋପଣ କରିଥିଲେ । ପରେ ସ୍ୱଚ୍ଛ ବାୟୁ ଓ ସ୍ଥାୟୀ ଅଭ୍ୟାସ ସଂପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଏକ ଶୋଭାଯାତ୍ରା ସହର ପରିକ୍ରମା କରିଥିଲା । ଏହି ସଚେତନତା ଶୋଭାଯାତ୍ରାକୁ ଅତିଥିମାନେ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି ଅବସରରେ ଅତିଥିମାନେ ବିଭିନ୍ନ ବର୍ଗର ଲୋକଙ୍କୁ ଆରଆରଆର ଜରିଆରେ ବସ୍ତ୍ର ବଣ୍ଟନ କରିଥିଲେ । ଦୁଇଜଣ କୁଷ୍ଠ ମୁକ୍ତ ବ୍ୟକ୍ତିଙ୍କୁ ତିନି ଚକିଆ ସାଇକେଲ ପ୍ରଦାନ କରାଯାଇଥିଲା । ସେହିପରି ବନ ବିଭାଗ ପକ୍ଷରୁ ବିଭିନ୍ନ ଚାରା ମଧ୍ୟ ବଣ୍ଟନ କରାଯାଇଥିଲା । ଏଠାରେ ଓ୍ୱେଷ୍ଟ ଟୁ ଆର୍ଟ, ମୋ ଖତ, ଧୂପକାଠି ପ୍ରସ୍ତୁତି ଆଦି 10 ଗୋଟି ଷ୍ଟଲ ମଧ୍ୟ ଖୋଲାଯାଇଥିଲା । ଅତିଥିମାନେ ଏହି ସବୁ ଷ୍ଟଲ ବୁଲି ଦେଖିବା ସହ ବର୍ଜ୍ୟରୁ କିପରି ସଂପଦ ସୃଷ୍ଟି ହେଉଛି ତାହା ଦେଖି କର୍ଚଚାରୀମାନଙ୍କୁ ପ୍ରସଂଶା କରିଥିଲେ । ଏହି ଅବସରରେ ପରିବେଶ ପ୍ରଦୂଷଣ ମୁକ୍ତ ସହରକୁ ପ୍ରୋତ୍ସାହିତ କରୁଥିବା ଏକ ସଚେତନତା ରଥକୁ ପତାକା ଦେଖାଇ ଅତିଥିମାନେ ଶୁଭାରମ୍ଭ କରିଥିଲେ । 

                ସଂପ୍ରତି ସହରର ବିଭିନ୍ନ ସ୍ଥାନରେ 15 ଗୋଟି ମିଆଓ୍ୱାକି ଜଙ୍ଗଲ ସୃଷ୍ଟି କରିବା ସହ ନଗର ବନ, ପାତ୍ରପଡ଼ା, ଓୟୁଏଟି ବାଉଁଶ ଫାର୍ମ, ପଳାଶୁଣି ଏମ୍ଆରଏଫ୍ ଏବଂ ଆଇସିଏଆର ଛକରେ ମୋଟ ପ୍ରାୟ ୬୦ହଜାର ଚାରା ରୋପଣ କରାଯାଇଛି। ଏହି ଗତିକୁ ଜାରି ରଖି, ଚଳିତ ବର୍ଷ ହାତିଆଶୁଣି, ନଗର ବନ, ପାଇକରାପୁର, ଓୟୁଏଟି ବରମୁଣ୍ଡା, ଏବଂ ଅନ୍ୟାନ୍ୟ ସ୍ଥାନରେ ୫୦ହଜାରରୁ ଅଧିକ ବୃକ୍ଷରୋପଣ କରାଯାଇଛି । ଚଳିତ ବର୍ଷ ୧ଲକ୍ଷ ଚାରା ରୋପଣ କରିବା ପାଇଁ ବିଏମ୍ ସି ଲକ୍ଷ୍ୟ ରଖିଥିବା କୁହାଯାଇଛି । ସେହିପରି ସିଏସ୍ଆର ସହାୟତାରେ ଛଅଗୋଟି ପ୍ରମୁଖ ଅଣ୍ଡରପାଶ ଏବଂ ମିଡିଆନରେ ସବୁଜୀକରଣ ଓ ତାର ରକ୍ଷଣାବେକ୍ଷଣ କରାଯାଉଥିବା ବିଏମ୍ ସି ପକ୍ଷରୁ କୁହାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026

You Might Also Like