-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ

07-Sep-2026



ନୂଆଦିଲ୍ଲୀ/ଭୁବନେଶ୍ୱର(ମୁରଲୀଧର ମିଶ୍ର): ଆଜି ନୂଆଦିଲ୍ଲୀରେ ଆୟୋଜିତ ସର୍ବଭାରତୀୟ ସ୍ତରରେ କାପାସିଟି ବିଲ୍‌ଡିଂ ସମ୍ମିଳନୀରେ ଯୋଗଦେଇ ମାନ୍ୟବର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ କହିଛନ୍ତି ଯେ ଆମେ ବଜେଟ୍‌ ପ୍ରସ୍ତୁତିଠାରୁ ଆରମ୍ଭ କରି ଆଇନ ପ୍ରଣୟନ ପର୍ଯ୍ୟନ୍ତ ସବୁକ୍ଷେତ୍ରରେ ମହିଳାମାନଙ୍କୁ ସର୍ବାଗ୍ରେ ଗୁରୁତ୍ୱ ଦେଇଆସୁଅଛୁ । ତୃଣମୂଳ ସ୍ତରରେ ମହିଳାମାନଙ୍କୁ ସଶକ୍ତ କରିବା ପାଇଁ ପଞ୍ଚାୟତ ସ୍ତରରେ ସଂରକ୍ଷଣର ସୁବିଧା ପ୍ରଦାନ କରୁଅଛୁ । ମିଶନ ଶକ୍ତି ମାଧ୍ୟମରେ ୬ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ୭୦ ଲକ୍ଷ ମହିଳା ଆଜି ଉପକୃତ ହୋଇପାରିଛନ୍ତି । ସ୍ୱୟଂ ସହାୟକ ମହିଳା ଗୋଷ୍ଠୀମାନଙ୍କୁ ବିଭିନ୍ନ କ୍ଷେତ୍ରରେ ଉଦ୍ୟୋଗୀ ଭାବେ ଗଢ଼ିତୋଳିବା ପାଇଁ ସରକାର ସବୁ ପ୍ରକାର ସହାୟତା ଯୋଗାଇ ଦେଇଛନ୍ତି । ମାତୃଓ ଶିଶୁ ମୃତୁ୍ୟହାର ହ୍ରାସ କରିବା ଉଦ୍ଦେଶ୍ୟରେ କିଶୋରୀମାନଙ୍କ ପୋଷଣ ବୃଦ୍ଧି ପାଇଁ ଯୋଜନା କାର୍ଯ୍ୟକାରୀ ହେଉଛି । ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ସ୍ତରରେ ଛାତ୍ରୀମାନଙ୍କୁ ଆତ୍ମସୁରକ୍ଷା କୈଶଳ ଶିକ୍ଷା ପାଇଁ ୭୩୦ ସରକାରୀ ଓ ସରକାରୀ ସହାୟତାପ୍ରାପ୍ତ ମହାବିଦ୍ୟାଳୟ ଓ ୧୬ଟି ବିଶ୍ୱବିଦ୍ୟାଳୟରେ ବ୍ୟବସ୍ଥା କରାଯାଇଛି ବୋଲି ଶ୍ରୀମତୀ ପାଢ଼ୀ କହିଛନ୍ତି । 
ସୂଚନାଯୋଗ୍ୟ ଯେ ସର୍ବଭାରତୀୟ କାପାସିଟି ବିଲ୍‌ଡିଂ ସମ୍ମିଳନୀ ୭ ଓ ୮ ସେପେଫମ୍ବର ଦୁଇଦିନ ଧରି ଦିଲ୍ଲୀଠାରେ ଅନୁଷ୍ଠିତ ହେଉଛି । ଲୋକସଭାର ବାଚସ୍ପତି ଶ୍ରୀ ଓମ୍‌ ବିର୍ଲା ଏହି କାର୍ଯ୍ୟକ୍ରମର ଶୁଭ ଉଦ୍‌ଘାଟନ କରିଥିବାବେଳେ ଜାତୀୟ ମହିଳା କମିଶନ (NCW)ର ଅଧ୍ୟକ୍ଷା ଶ୍ରୀମତୀ ବିଜୟା ରାହାତକର୍‌ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । । ମହିଳାମାନଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରି ଏକ ସୁଦୃଢ଼ ଓ ସମୃଦ୍ଧ ଗଣତନ୍ତ୍ର ପ୍ରତିଷ୍ଠା ସହ ମହିଳାମାନଙ୍କୁ ସଶକ୍ତ କରିବା ଉଦ୍ଦେଶ୍ୟରେ ଏହି ସର୍ବଭାରତୀୟ କାପାସିଟି ବିଲ୍‌ଡିଂ ସମ୍ମିଳନୀ ଆରମ୍ଭ ହୋଇଛି । ଜାତୀୟ ମହିଳା କମିଶନଙ୍କ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ମହିଳାମାନଙ୍କୁ ତାଲିମ ପ୍ରଦାନ ଦ୍ୱାରା ସେମାନଙ୍କର ଲେଖନୀ ଶୈଳୀ, ଭାବଗତ ଆଦାନପ୍ରଦାନ, ଚିନ୍ତନ ଶୈଳୀରେ ପରିବର୍ତ୍ତନ ମାଧ୍ୟମରେ ସେମାନଙ୍କ ମଧ୍ୟରେ ନେତୃତ୍ୱ ନେବାର ଦକ୍ଷତା ବିକାଶ ଘଟିବ । ଏଥି ପାଇଁ ମହିଳା କମିଶନ ପକ୍ଷରୁ ବିଧାୟିକାମାନଙ୍କୁ ‘ଜେଣ୍ଡର ରେସ୍‌ପନ୍‌ସିଭ୍‌ ଗଭର୍ଣ୍ଣାନାନ୍ସ’ ତାଲିମ ମାଧ୍ୟମରେ ମହିଳାମାନଙ୍କୁ ସଶକ୍ତ କରିବାର ଲକ୍ଷ୍ୟ ରଖାଯାଇଛି । 
ଏହି ସମ୍ମିଳନୀରେ ପ୍ରଥମ ଥର ପାଇଁ ଦେଶର ସମସ୍ତ ରାଜ୍ୟର ମହିଳା ବିଧାୟିକା ଓ ବିଧାନ ପରିଷଦର ସଦସ୍ୟାମାନେ ଯୋଗଦେଇଛନ୍ତି । ଏଥିରେ ଓଡ଼ିଶାରୁ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କ ନେତୃତ୍ୱରେ ବିଜେଡି ବିଧାୟକ ଦଳର ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ, ବିଧାୟିକା ସୁବାସିନୀ ଜେନା, ଶ୍ରୀମତୀ ସୁଜାତା ସାହୁ, ଶ୍ରୀମତୀ ସୀମାରାଣୀ ନାୟକ, ଶ୍ରୀମତୀ ମନୋରମା ମହାନ୍ତି, ସୋଫିଆ ଫିର୍‌ଦୋସ୍‌, ଶ୍ରୀମତୀ ଉପାସନା ମହାପାତ୍ର, ଶ୍ରୀମତୀ ବର୍ଷା ସିଂହ ବରିହା ପ୍ରମୁଖ ଯୋଗଦେଇଥିବାବେଳେ ବିଧାନସଭାର ଗବେଷଣା ଅଧିକାରୀ ଶ୍ରୀ ଜୟକୃଷ୍ଣ ପ୍ରଧାନ ଓ ରଣଧିର ରାୟ ଦିଲ୍ଲୀ ଗସ୍ତରେ ଯାଇଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like