-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||     

HOME   ଜିଲ୍ଲା

ସାକ୍ଷରତା ର ସନ୍ଦେଶ ନେଇ ସହରରେ ଛାତ୍ରଛାତ୍ରୀଙ୍କ ସଚେତନତା ରାଲି

08-Sep-2026



ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟରେ ଅନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ

ବଲାଙ୍ଗୀର,ତା.୦୮/୦୯/୨୦୨୬:ଶିକ୍ଷା ଓ ସାକ୍ଷରତାର ମହତ୍ତ୍ୱ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର କନଫରେନ୍ସ ହଲ୍‌ଠାରେ ଅନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ ହୋଇଯାଇଛି।ଜିଲ୍ଲା ଶିକ୍ଷା ଅଧିକାରୀ ସୁଧାଂଶୁ ଶେଖର ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସାକ୍ଷରତାକୁ ସମାଜର ସାମଗ୍ରିକ ବିକାଶର ମୁଖ୍ୟ ଆଧାର ଭାବେ ଗୁରୁତ୍ୱାରୋପ କରାଯାଇଥିଲା।କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ତଥା ନୋଡାଲ ଅଧିକାରୀ ରୀନା କୁମାରୀ

ବେହେରା ଯୋଗଦେଇ ସାକ୍ଷରତା ଦିବସର ଉଦ୍ଦେଶ୍ୟ ଓ ଏହାର ଗୁରୁତ୍ୱ ସମ୍ପର୍କରେ ଆଲୋକପାତ କରିବା ସହ ସାକ୍ଷରତା କେବଳ ପଢ଼ିବା ଓ ଲେଖିବାରେ ସୀମିତ ନୁହେଁ;ଏହା ଜ୍ଞାନ,ସୁଯୋଗ,ସମାନତା ଓ ଉନ୍ନତିର ଦ୍ୱାର ଖୋଲିଥାଏ ବୋଲି ସେ ନିଜ ବକ୍ତବ୍ୟରେ କହିଥିଲେ।ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରବୀର କୁମାର ପଣ୍ଡା ଓ ସେବାଶ୍ରୀ ଭୋଇ ମଧ୍ୟ ନିଜ ବକ୍ତବ୍ୟ ରଖି ସମାଜର ପ୍ରତ୍ୟେକ ବର୍ଗଙ୍କ ମଧ୍ୟରେ ଶିକ୍ଷା ଓ ସାକ୍ଷରତାର ପ୍ରସାର ପାଇଁ ସମସ୍ତଙ୍କ ମିଳିତ ପ୍ରୟାସ ଆବଶ୍ୟକ ବୋଲି କହିଥିଲେ।ଏହି ଅବସରରେ ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ର ଛାତ୍ରୀ ଓ ପିଏମ ଶ୍ରୀ ପୃଥ୍ଵୀରାଜ ଉଚ୍ଚ ବିଦ୍ୟାଳୟ ର ଛାତ୍ର ମାନେ ସଚେତନତା ରାଲିରେ ସାମିଲ ହୋଇ ବିଭିନ୍ନ ସ୍ଲୋଗାନ ମାଧ୍ୟମରେ ସାକ୍ଷରତାର ଆବଶ୍ୟକତା,ଶିକ୍ଷାର ମହତ୍ତ୍ୱ ଓ ସମାଜରେ ଜ୍ଞାନର ପ୍ରସାର ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିଥିଲେ।ପରେ ଆୟୋଜିତ ସଭାରେ ଛାତ୍ରଛାତ୍ରୀ ମାନେ ସାକ୍ଷରତା ଓ ଶିକ୍ଷାର ପ୍ରସାର ପାଇଁ ଶପଥ ପାଠ କରିଥିଲେ।କାର୍ଯ୍ୟକ୍ରମରେ ଜିଲ୍ଲା କ୍ରୀଡା ଶିକ୍ଷା ଅଧିକାରୀ ପ୍ରଦୀପ ପାତ୍ର ଓ ଶିକ୍ଷକ କୃଷ୍ଣ ଚନ୍ଦ୍ର ଶତପଥୀ ମଞ୍ଚାସୀନ ଥିଲେ।ଜିଲ୍ଲାର ୧୪ଟି ବ୍ଲକରୁ 'ଉଲ୍ଲାସ' କାର୍ଯ୍ୟକ୍ରମରେ ଯୋଡି ହୋଇ ଅକ୍ଷର ଜ୍ଞାନ ହାସଲ କରିଥିବା ନବସାକ୍ଷର ମାନେ ଏଥିରେ ଯୋଗଦେଇଥିଲେ।ସେମାନେ ଅକ୍ଷର ଜ୍ଞାନ ଶିଖିବା ପୂର୍ବର ଜୀବନ ଓ ଶିକ୍ଷା ହାସଲ କରିବା

ପରେ ଆସିଥିବା ପରିବର୍ତ୍ତନ ସମ୍ପର୍କରେ ନିଜ ଅଭିଜ୍ଞତା ବଖାଣିଥିଲେ।ଅକ୍ଷର ଚିହ୍ନିବା,ନିଜ ନାମ ଲେଖିବା ଓ ଦୈନନ୍ଦିନ ଜୀବନରେ ପଢ଼ାଲେଖାର ଉପଯୋଗ କରିପାରୁଥିବାର ଅନୁଭବ ସେମାନଙ୍କ ମୁହଁରେ ଆତ୍ମସନ୍ତୋଷ ଓ ଆତ୍ମବିଶ୍ୱାସ ଆଣିଥିବା ପ୍ରକାଶ ପାଇଥିଲା।ସେମାନଙ୍କ ଅଭିଜ୍ଞତା ଉପସ୍ଥିତ ଅନ୍ୟମାନଙ୍କୁ ମଧ୍ୟ ଅନୁପ୍ରାଣିତ କରିଥିଲା।ଶିକ୍ଷକ ହେମନ୍ତ ପଧାନ କାର୍ଯ୍ୟକ୍ରମର ସଂଯୋଜନା କରିଥିବା ବେଳେ ଶିକ୍ଷକ ଜଗଦୀଶ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।ଏହି କାର୍ଯ୍ୟକ୍ରମ ରେ ବିଭିନ୍ନ ବ୍ଲକ ର ସିଆରସିସି ଓ ନବସାକ୍ଷର ମାନେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026

You Might Also Like