-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||     

HOME   ଜିଲ୍ଲା

ସମ୍ବଲପୁର ବିଶ୍ୱବିଦ୍ୟାଳୟର ୩୬ତମ ସମାବର୍ତ୍ତନ ସମାରୋହ

09-Sep-2026



 

 

ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ )- ଶିକ୍ଷା ସହିତ କୌଶଳ ମିଶିଲେ ହିଁ ପ୍ରକୃତ ଦକ୍ଷତା ତିଆରି ହୁଏ । ବିଶ୍ୱବିଦ୍ୟାଳୟରୁ ମିଳିଥିବା ଜ୍ଞାନ ଓ କୌଶଳ ଆମକୁ ସମାଜ ପ୍ରତି ନିଜର ଦାୟିତ୍ୱ ପାଳନ କରିବାରେ ସମର୍ଥ କରିବ। ଯେତେବେଳେ ଜଣେ ବ୍ୟକ୍ତି ନିଜର ଦାୟିତ୍ୱ ନିଏ, ସେତେବେଳେ ହିଁ ସମାଜର ହଜାର ହଜାର ଲୋକଙ୍କ ଅଧିକାର ଓ ସୁରକ୍ଷା ସୁନିଶ୍ଚିତ ହୋଇପାରେ ବୋଲି ସମ୍ବଲପୁର ବିଶ୍ୱବିଦ୍ୟାଳୟର ଐତିହାସିକ ୩୬ତମ ସମାବର୍ତ୍ତନ ସମାରୋହରେ ଯୋଗଦେବା ଅବସରରେ କହିଛନ୍ତି ସାଂସଦ ତଥା ପୂର୍ବତନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

 

ଏହି ଅବସରରେ କଠୋର ସାଧନା, ନିଷ୍ଠା ଓ ଗବେଷଣା ବଳରେ ସ୍ନାତକ, ସ୍ନାତକୋତ୍ତର, ଡିଗ୍ରୀ ଓ ସ୍ୱର୍ଣ୍ଣପଦକ ହାସଲ କରିଥିବା ସମସ୍ତ ଯୁବ ପ୍ରତିଭା, ସେମାନଙ୍କ ଗୁରୁଜନ ଏବଂ ଗୌରବାନ୍ୱିତ ପିତାମାତାଙ୍କୁ ସେ ହୃଦୟର ସହ ଅଭିନନ୍ଦନ ଜଣାଇଛନ୍ତି । ସମ୍ବଲପୁର ଓ ବୁର୍ଲା କ୍ୟାମ୍ପସକୁ ବ୍ୟକ୍ତିତ୍ୱ ବିକାଶର ଶ୍ରେଷ୍ଠ ସୋପାନ ଭାବେ ବର୍ଣ୍ଣନା କରି ସେ କହିଛନ୍ତି ଯେ, ଆଜିର 'ଡିସରପ୍ଟିଭ୍ ଟେକ୍ନୋଲୋଜି' ଓ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ଯୁଗରେ ବିଶ୍ୱ ଏକ ବଡ଼ ପରିବର୍ତ୍ତନ ଓ ସନ୍ଧିକ୍ଷଣ ଦେଇ ଗତି କରୁଛି । ଏଭଳି ସମୟରେ ଲାଇବ୍ରେରୀର ଗଭୀର ପଠନ ସହ ଚାଟ୍ ଜିପିଟ୍ ଭଳି ନୂତନ ପ୍ରଯୁକ୍ତିବିଦ୍ୟାର ସଠିକ୍ ଉପଯୋଗ କରି ଆମକୁ ସମାଜ ଓ ଅଞ୍ଚଳର ନୂଆ ଆହ୍ୱାନଗୁଡ଼ିକୁ ପୂରଣ କରିବାକୁ ହେବ ।  

 

ବରଗଡ଼ର ଅସୁରଗଡ଼ ଏବଂ ଭୀମ ମଣ୍ଡଳୀର ପ୍ରାଚୀନ ଶିଳାଚିତ୍ରର ଉଦାହରଣ ଦେଇ ସେ କହିଛନ୍ତି ଯେ, ମହାନଦୀ ଅବବାହିକାରେ ହଜାର ହଜାର ବର୍ଷର ପ୍ରାଚୀନ ସଭ୍ୟତାର ବୈଜ୍ଞାନିକ ପ୍ରମାଣ ରହିଛି। ଆମକୁ କେବଳ ନିଜର ବ୍ୟକ୍ତିଗତ କିମ୍ବା ପରିବାରର ବିକାଶ ମଧ୍ୟରେ ସୀମିତ ନରହି ଏହି ଗୌରବମୟ ଐତିହ୍ୟକୁ ଆଗକୁ ନେବାକୁ ହେବ । ଆଗାମୀ ୧୦ ବର୍ଷ ପରେ ୨୦୩୬ରେ ଓଡ଼ିଶା ପ୍ରଦେଶ ଗଠନର ଶତବାର୍ଷିକୀ ଏବଂ ୨୦୪୭ରେ ଦେଶର ସ୍ୱାଧୀନତାର ୧୦୦ ବର୍ଷ ପୂର୍ତ୍ତି ୨୧ ବର୍ଷ ପରେ ଅବସରରେ ଆମ ଯୁବପିଢ଼ିକୁ ଓଡ଼ିଶା ଓ ଭାରତର ନିର୍ମାଣ ପାଇଁ ଗୁରୁ ଦାୟିତ୍ୱ ନେବାକୁ ପଡ଼ିବ । 

 

ସମ୍ବଲପୁର ବିଶ୍ୱବିଦ୍ୟାଳୟ ଜାତୀୟ ଗବେଷଣା ଫାଉଣ୍ଡେସନ୍ ସହ ଯୋଡ଼ିହୋଇ ଗବେଷଣା, ସାମାଜିକ ସମୀକ୍ଷା ଓ ଦକ୍ଷତା ବୃଦ୍ଧିରେ ଦେଶର ଏକ ଅଗ୍ରଣୀ ଅନୁଷ୍ଠାନ ଭାବେ ନିଜର ସ୍ୱତନ୍ତ୍ର ପରିଚୟ ବଜାୟ ରଖିବ ଏବଂ ଏଠାକାର ଯୁବବର୍ଗ ଦେଶର ବୌଦ୍ଧିକ ମେରୁଦଣ୍ଡ ସାଜିବେ ବୋଲି ଶ୍ରୀ ପ୍ରଧାନ ଆଶା ବ୍ୟକ୍ତ କରିଛନ୍ତି।

 

ଏହି ସମାରୋହରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡଃ ହରିବାବୁ କମ୍ଭମପାଟି ଓ ଉଚ୍ଚ ଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026

You Might Also Like