-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||     

HOME   ଜିଲ୍ଲା

ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ

09-Sep-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର): ରାଜ୍ୟର ଯୁବପିଢ଼ିଙ୍କ ନେତୃତ୍ୱ, ସୃଜନଶୀଳତା ଓ ନବସୃଜନକୁ ଜାତୀୟ ସ୍ତରରେ ନୂଆ ପରିଚୟ ଦେବା ଉଦ୍ଦେଶ୍ୟରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ମାନ୍ୟବର କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଏକ ସାମ୍ବାଦିକ ସମ୍ମିଳନୀରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ (VBYLD)-୨୦୨୭’ ସମ୍ପର୍କରେ ସୂଚନା ଦେଇଛନ୍ତି। କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ଅଧୀନସ୍ଥ ‘MY Bharat’ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଏହି ଅଭିଯାନ ମାଧ୍ୟମରେ ଯୁବମାନଙ୍କୁ ‘ବିକଶିତ ଭାରତ @୨୦୪୭’ର ଲକ୍ଷ୍ୟ ପ୍ରତି ନିଜର ଚିନ୍ତାଧାରା ଓ ଅବଦାନ ଉପସ୍ଥାପନ କରିବାର ଅପୂର୍ବ ସୁଯୋଗ ମିଳିବ।

ସାମ୍ବାଦିକ ସମ୍ମିଳନୀରେ ମନ୍ତ୍ରୀ ଶ୍ରୀ ସୂରଜ କହିଛନ୍ତି ଯେ, _ଏହି ସଂଳାପ ହେଉଛି ରାଜ୍ୟ ଓ ଦେଶର ଆଗାମୀ ଯୁବ ନେତାମାନଙ୍କ ପାଇଁ ‘ଖେଳପଡ଼ିଆରୁ ସଂସଦ’  ଏବଂ ‘ଶ୍ରେଣୀଗୃହରୁ ବୋର୍ଡରୁମ୍‌’ ପର୍ଯ୍ୟନ୍ତ ପହଞ୍ଚିବାର ଏକ ଦକ୍ଷ ମଞ୍ଚ। ଚିନ୍ତାଧାରାରୁ ନବସୃଜନ ପ୍ରକ୍ରିୟାରେ ବିଭିନ୍ନ ଉତ୍ପାଦ ଓ ସେବା ସାମିଲ ରହିଛି। ଯୁବପିଢ଼ିଙ୍କ ମଧ୍ୟରେ ଥିବା ନୂତନ ଚିନ୍ତାଧାରା ଏବଂ ନବସୃଜନକୁ କିପରି ସମୃଦ୍ଧ ଓ ପ୍ରୋତ୍ସାହିତ କରାଯାଇପାରିବ, ତାହା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ। ଏହି ଉତ୍ତମ ଚିନ୍ତାଧାରାଗୁଡ଼ିକୁ ସାକାର କରିବା ପାଇଁ ସରକାର IIT ଏବଂ ଅନ୍ୟାନ୍ୟ ପ୍ରମୁଖ ଶିକ୍ଷାନୁଷ୍ଠାନଗୁଡ଼ିକର ସହାୟତା ମଧ୍ୟ ନେଉଛନ୍ତି।_

ସ୍ୱାମୀ ବିବେକାନନ୍ଦଙ୍କର ଅମର ବାଣୀ “ମୋତେ ୧୦୦ ଜଣ ସମର୍ପିତ ଯୁବକ ଦିଅ, ମୁଁ ସମ୍ପୂର୍ଣ୍ଣ ବିଶ୍ୱକୁ ବଦଳାଇ ଦେବି” କୁ ସ୍ମରଣ କରି ମନ୍ତ୍ରୀ କହିଛନ୍ତି ଯେ _ଓଡ଼ିଶାରେ ପ୍ରତିଭାର କୌଣସି ଅଭାବ ନାହିଁ। ନୂତନ ଚିନ୍ତାଧାରା, ନବସୃଜନ ଏବଂ ସଂସ୍କୃତିର ମିଳନ ହେଉଛି ‘ଦକ୍ଷ ଓଡ଼ିଶା’, ‘ବିକଶିତ ଓଡ଼ିଶା’ ଏବଂ ସର୍ବୋପରି ‘ବିକଶିତ ଭାରତ’ର ମୂଳଦୁଆ। ପୂର୍ବରୁ ଓମ୍‌ପ୍ରକାଶ  ରଥ ଏବଂ ସୁଜାତା ଭୂଇଆଁ ଙ୍କ ଭଳି ପ୍ରତିଭାମାନେ ଜାତୀୟ ସ୍ତରରେ ରାଜ୍ୟ ପାଇଁ ସୁନାମ ଆଣିଛନ୍ତି। ଏବେ ଓଡ଼ିଶାରୁ ଏହିଭଳି ଆହୁରି ଅନେକ ନୂଆ ପ୍ରତିଭାଙ୍କୁ ଆଗକୁ ବଢ଼ାଇବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ଏହି ଅଭିଯାନକୁ ଅଧିକ ସଫଳ କରିବା ଏବଂ ବ୍ୟାପକ ସଚେତନତା ସୃଷ୍ଟି କରିବା ପାଇଁ କ୍ରୀଡ଼ା ଓ ଯୁବସେବା ବିଭାଗ 'MY Bharat' ଏବଂ 'NSS' ସହିତ ସହବନ୍ଧିତା କରୁଛି।_

VBYLD–2027ର ପ୍ରଥମ ପର୍ଯ୍ୟାୟ ଭାବେ ‘Viksit Bharat Quiz’ ଅନଲାଇନ୍‌ରେ ୧୭ ଅଗଷ୍ଟରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ଚାଲିବ ଯେଉଁଥିରେ ବୟସ ସୀମା ହୋଉଛି ୧୫ ରୁ ୨୯ ବର୍ଷ । କୁଇଜ୍‌ରେ କୃତକାର୍ଯ୍ୟ ଯୁବକମାନେ ୫୦୦ ଶବ୍ଦର ‘ନିବନ୍ଧ ପ୍ରତିଯୋଗିତା’ ରେ ଭାଗ ନେବେ। ଏହାପରେ ଜିଲ୍ଲା ଓ ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହେବ। ରାଜ୍ୟରୁ ଚୟନିତ ଯୁବମାନେ ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ, ବରିଷ୍ଠ ଅଧିକାରୀ ଏବଂ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ସମ୍ମୁଖରେ ନିଜର ନୂତନ ଚିନ୍ତାଧାରା ଉପସ୍ଥାପନ କରିବାର ସୁଯୋଗ ପାଇବେ।

ଏହି କାର୍ଯ୍ୟକ୍ରମରେ ବିକଶିତ ଭାରତ ଚ୍ୟାଲେଞ୍ଜ, କଲଚରାଲ ଟ୍ରାକ୍, ଡିଜାଇନ୍ ଫର୍ ଭାରତ, ହ୍ୟାକ୍ ଫର୍ ସୋସିଆଲ୍ କଜ୍, ୟୁଥ୍ ଆଣ୍ଟ୍ରପ୍ରେନରସିପ୍ ଚ୍ୟାଲେଞ୍ଜ ଏବଂ ୟୁଥ୍ ପାର୍ଲାମେଣ୍ଟ ଭଳି ୬ଟି ଗୁରୁତ୍ୱପୂର୍ଣ୍ଣ ଟ୍ରାକ୍ ସାମିଲ ରହିଛି। ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ, ମହାବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନର ଯୁବପିଢ଼ିଙ୍କୁ MY Bharat ପୋର୍ଟାଲ ([https://mybharat.gov.in/vbyld-2027](https://mybharat.gov.in/vbyld-2027)) ଜରିଆରେ ଏହି ପ୍ରତିଯୋଗିତାରେ ଅଧିକରୁ ଅଧିକ ସଂଖ୍ୟାରେ ପଞ୍ଜୀକରଣ କରିବାକୁ ମନ୍ତ୍ରୀ ଆହ୍ୱାନ ଦେଇଛନ୍ତି।

ଏହି ସାମ୍ବାଦିକ ସମ୍ମିଳନୀରେ କ୍ରୀଡ଼ା ବିଭାଗର ନିର୍ଦେଶକ ଡା. ୟେଦୁଲା ବିଜୟ, ଅତିରିକ୍ତ ସାଶନ ସଚିବ ଶ୍ରୀ ସୁଧାକର ନାଏକଙ୍କ ସହିତ 'ମାଇ ଭାରତର' ରାଜ୍ୟ ନିର୍ଦେଶକ ଏବଂ ଏନ.ଏସ.ଏସ. ର ଆଞ୍ଚଳିକ ନିର୍ଦେଶକ  ମଧ୍ୟ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026

You Might Also Like