-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର

11-Sep-2026



ବଲାଙ୍ଗୀର(ପ୍ରେରଣା ଖବର): ସ୍ମୃତି,ସମ୍ପର୍କ ଓ ସେବାର ଏକ ଅନନ୍ୟ ମିଳନର ସାକ୍ଷୀ ହୋଇଛି ବଲାଙ୍ଗିର।ସରସ୍ୱତୀ ଶିଶୁ ବିଦ୍ୟା ଜ୍ଞାନ ମନ୍ଦିର, କଦମପଡ଼ା ପରିସରରେ ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଭାବାବେଗପୂର୍ଣ୍ଣ ପରିବେଶରେ ଅନୁଷ୍ଠିତ ହୋଇଯାଇଛି।ଦୀର୍ଘ ବର୍ଷ ପରେ ପୁରୁଣା ସହଯୋଗୀ,ଗୁରୁଭାଇ-ଭଉଣୀ ଓ ସହକର୍ମୀମାନେ ଏକାଠି ହୋଇ ଅତୀତର ସ୍ମୃତିକୁ ମନେ ପକାଇବା ସହ ନିଜ ନିଜ ଅନୁଭୂତି ବଖାଣିଥିଲେ।
କାର୍ଯ୍ୟକ୍ରମରେ ଜିଲ୍ଲାର ପ୍ରଥମ ଆଚାର୍ଯ୍ୟ ସହଦେବ ଖମାରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଜିଲ୍ଲାର ପ୍ରଥମ ଆଚାର୍ଯ୍ୟା କଲ୍ୟାଣୀ ସରାଫ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଯୋଜନାର ଇତିବୃତ୍ତ ଓ ନିଜର ସ୍ମୃତି ଚାରଣ କରିଥିଲେ।
କଦମପଡ଼ା ସରସ୍ୱତୀ ଶିଶୁ ବିଦ୍ୟା ଜ୍ଞାନ ମନ୍ଦିରର ପ୍ରଥମ ପ୍ରଧାନ ଆଚାର୍ଯ୍ୟ ଚିନ୍ତାମଣି ମହନ୍ତ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ବିଶ୍ୱହିନ୍ଦୁ ପରିଷଦର ପ୍ରାନ୍ତ ସମ୍ପାଦକ ଯୋଗୀନ୍ଦ୍ର ଦାସ ମୁଖ୍ୟବକ୍ତା ଭାବେ ଯୋଗଦେଇ ଏଭଳି ଏକତ୍ରୀକରଣର ମହତ୍ତ୍ୱ ଓ ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ।
ପୂର୍ବତନ ଆଚାର୍ଯ୍ୟ ତଥା ଆଶୁକବି ଡ.ହେମନ୍ତ କୁମାର ଦାଶ ନିଜସ୍ୱ କାବ୍ୟିକ ଶୈଳୀରେ କାର୍ଯ୍ୟକ୍ରମ ସଞ୍ଚାଳନ କରି ସଭାକୁ ଅଧିକ ଭାବପ୍ରବଣ କରିଥିଲେ।ଜିଲ୍ଲାର ଶତାଧିକ ପୁରାତନ ପ୍ରଧାନ ଆଚାର୍ଯ୍ୟ,ପ୍ରଧାନ ଆଚାର୍ଯ୍ୟା,ଆଚାର୍ଯ୍ୟ ଓ ଆଚାର୍ଯ୍ୟା ଏଥିରେ ଯୋଗଦେଇ ପୁରୁଣା ଦିନର ଅନୁଭୂତି ଓ ସ୍ମୃତିକୁ ପରସ୍ପର ମଧ୍ୟରେ ବାଣ୍ଟିଥିଲେ।ଅନେକେ ଭାବବିହ୍ୱଳ ହୋଇ ନିଜର ସେବାଜୀବନର ସ୍ମୃତିକୁ ମନେ ପକାଇଥିଲେ।
ସଭାର ପ୍ରାରମ୍ଭରେ ଦୟାନିଧି କରଣଙ୍କ ଶୋକ ପ୍ରସ୍ତାବ ଅନୁସାରେ ଦିବଂଗତ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ଦୁଇ ମିନିଟ୍‌ର ନିରବ ଶୋକସଭା ଅନୁଷ୍ଠିତ ହୋଇଥିଲା।
ଏହି ଅବସରରେ ପୂର୍ବତନ ପ୍ରଧାନ ଆଚାର୍ଯ୍ୟ ଜବର ସିଂ ବନଛୋର,ଜଗନ୍ନାଥ ମିଶ୍ର,ଦିଲୀପ ପାଢ଼ୀ,ମନମୋହନ ପଟ୍ଟନାୟକ,ବିଶ୍ୱଜିତ ଗୁରୁ,ଆଚାର୍ଯ୍ୟ ଭବାନୀ ଶଙ୍କର ପାଣିଗ୍ରାହୀ, ସୁଶାନ୍ତ ମହାନ୍ତି ପ୍ରମୁଖ ସମ୍ବର୍ଦ୍ଧିତ ପ୍ରତିଭାଙ୍କୁ ମଞ୍ଚାସୀନ ଅତିଥିମାନେ ସମ୍ମାନିତ କରିଥିଲେ।ଏଥିସହ ଦୀର୍ଘ ସମୟ ଧରି ସେବା ପ୍ରଦାନ କରି ଅବସର ଗ୍ରହଣ କରିଥିବା କୈଳାସ ବହିଦାର ଏବଂ ଜିଲ୍ଲାରୁ ପ୍ରଥମେ ଅବସର ଗ୍ରହଣ କରିଥିବା ଦିଲୀପ କୁଅଁରଙ୍କୁ ଉପଢ଼ୌକନ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ଉତ୍ସାହଜନକ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା।
କାର୍ଯ୍ୟକ୍ରମର ସୁଚାରୁ ପରିଚାଳନାରେ ଅଞ୍ଜନ କୁମାର ସାଏ, ଧୀରେନ୍ଦ୍ର ମାହାଣା ଓ ରବୀନ୍ଦ୍ର ସାହୁଙ୍କ ଭୂମିକା ପ୍ରଶଂସନୀୟ ରହିଥିଲା।
ସଭାରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ମଧ୍ୟ ଉଠିଥିଲା।କୌଣସି ପୂର୍ବତନ ଆଚାର୍ଯ୍ୟ କିମ୍ବା ଆଚାର୍ଯ୍ୟା ଗୁରୁତର ସ୍ୱାସ୍ଥ୍ୟଗତ ସମସ୍ୟା ରେ ପଡ଼ିଲେ ପରିଷଦ ପକ୍ଷରୁ ସମ୍ପୃକ୍ତ ଭାଇ କିମ୍ବା ଭଉଣୀଙ୍କୁ ଆର୍ଥିକ ସହାୟତା ଯୋଗାଇ ଦିଆଯିବା ନେଇ ଉପସ୍ଥିତ ସମସ୍ତଙ୍କ ପକ୍ଷରୁ ପ୍ରସ୍ତାବ ଆସିଥିଲା।
ବକ୍ତାମାନେ କହିଥିଲେ,ଓଡ଼ିଶାରେ ପ୍ରଥମ ଥର ପାଇଁ ଏଭଳି ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ଆୟୋଜନ ଏକ ଅଭିନବ ପଦକ୍ଷେପ।ଏହା କେବଳ ପୁରୁଣା ସ୍ମୃତିକୁ ତାଜା କରିନାହିଁ,ବରଂ ପରସ୍ପର ମଧ୍ୟରେ ଭାବଗତ ସମ୍ପର୍କକୁ ଆହୁରି ଦୃଢ଼ କରିଛି।ଏହି ଆୟୋଜନ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକ ପାଇଁ ମଧ୍ୟ ପ୍ରେରଣାର ଉତ୍ସ ହେବ ବୋଲି ସେମାନେ ମତ ପ୍ରକାଶ କରିଥିଲେ।
ଶେଷରେ ସତ୍ୟ ନାରାୟଣ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026

You Might Also Like