-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||     

HOME   ଜିଲ୍ଲା

ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ

12-Sep-2026



ବରପାଲି (ସୁଦାମ ଦୀପ) ବରଗଡ଼ ଜିଲ୍ଲା ବରପାଲିସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ଉତ୍ସାହ ଓ ଆନନ୍ଦର ସହ ପାଳିତ ହୋଇଯାଇଛି। ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଅଞ୍ଜନା ବାଗଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ ବିଜେପୁର ବିଧାୟକ ସନତ କୁମାର ଗଡ଼ତୀୟା ମୁଖ୍ୟ ଅତିଥି ଏବଂ ବରପାଲି ଏବିଇଓ ଦୁର୍ଯ୍ୟୋଧନ ସିଂ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଅତିଥିମାନେ ବିଦ୍ୟାଳୟର ଶିକ୍ଷା, ସାଂସ୍କୃତିକ ଓ ସହଶିକ୍ଷା କାର୍ଯ୍ୟକଳାପର ଉନ୍ନତି ନେଇ ଆଲୋକପାତ କରିବା ସହ ଛାତ୍ରଛାତ୍ରୀମାନେ ନିଜର ପ୍ରତିଭା ବିକାଶ ଦିଗରେ ନିରନ୍ତର ଉଦ୍ୟମ କରିବାକୁ ଆହ୍ୱାନ ଦେଇଥିଲେ।
ଏହି ଅବସରରେ ବିଦ୍ୟାଳୟରେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା ।ଉତ୍ସବରେ ବିଦ୍ୟାଳୟର ଛାତ୍ରୀମାନେ ମନୋରମ ସ୍ୱାଗତ ସଙ୍ଗୀତ ପରିବେଷଣ କରି ଅତିଥିମାନଙ୍କୁ ସ୍ୱାଗତ କରିଥିଲେ। ପରବର୍ତ୍ତୀ ସମୟରେ ଛାତ୍ରଛାତ୍ରୀମାନଙ୍କ ପକ୍ଷରୁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ, ନୃତ୍ୟ ଓ ସଙ୍ଗୀତ ପରିବେଷଣ କରାଯାଇଥିଲା। ଛାତ୍ରଛାତ୍ରୀଙ୍କ ପ୍ରତିଭାପୂର୍ଣ୍ଣ ପରିବେଷଣ ଉପସ୍ଥିତ ଅତିଥି ଓ ଅଭିଭାବକମାନଙ୍କ ମନ ମୋହିଥିଲା।‘ସ୍ପାର୍କ’ କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ଶିକ୍ଷା ସହିତ ସେମାନଙ୍କର ସୃଜନଶୀଳତା, କଳା ଓ ସାଂସ୍କୃତିକ ପ୍ରତିଭାକୁ ଉତ୍ସାହିତ କରିବାର ପ୍ରୟାସ କରାଯାଇଥିଲା। ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏକତା, ଶୃଙ୍ଖଳା, ଦଳଗତ କାର୍ଯ୍ୟ ଓ ନେତୃତ୍ୱ ଗୁଣର ବିକାଶ ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଥିଲା।କାର୍ଯ୍ୟକ୍ରମକୁ ଅନନ୍ତ ସାହୁ ସଂଯୋଜନା କରିଥିବାବେଳେ ଭବାନୀ ନାଏକ ସହଯୋଗ କରିଥିଲେ। ଶିବାନୀ ସାହୁ ପରିଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ। ପୁରସ୍କାର ବିତରଣ ପର୍ଯ୍ୟାୟକୁ ମଧ୍ୟ ସୁଚାରୁ ଭାବେ ପରିଚାଳନା କରାଯାଇଥିଲା। କାର୍ଯ୍ୟକ୍ରମର ସଫଳ ଆୟୋଜନରେ ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ, କର୍ମଚାରୀ ଓ ଛାତ୍ରଛାତ୍ରୀ ସକ୍ରିୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026

You Might Also Like