-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା

16-Sep-2026



ଲୋଇସିଂହା, (ପ୍ରେରଣା ଖବର) ପବିତ୍ର ନୂଆଁଖାଇ ପର୍ବ ଅବସରରେ ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ହରଭଙ୍ଗା ଗ୍ରାମରେ ‘ନୂଆଁଖାଇ ଭେଟଘାଟ’ କାର୍ଯ୍ୟକ୍ରମ ଉତ୍ସାହ, ଉଦ୍ଦୀପନା ଓ ଆନନ୍ଦମୟ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ନୂଆଁଖାଇର ଭାଇଚାରା ଓ ମିଳନର ବାର୍ତ୍ତାକୁ ନେଇ ଆୟୋଜିତ ଏହି ଭେଟଘାଟରେ ନାଚ, ଗୀତ ସମେତ ବିଭିନ୍ନ ମନୋରଞ୍ଜନଧର୍ମୀ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଦର୍ଶକଙ୍କୁ ବେଶ୍ ଆକର୍ଷିତ କରିଥିଲା l ଏହି ଅବସରରେ ସ୍ଥାନୀୟ କଳାକାର, ଯୁବପିଢ଼ି ଏବଂ କୁନି କୁନି ପ୍ରତିଭାବାନ କଳାକାରମାନେ ନାଚ ଓ ଗୀତ ପ୍ରତିଯୋଗିତାରେ ଭାଗନେଇ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ l ସମ୍ବଲପୁରୀ ଲୋକନୃତ୍ୟ, ଲୋକଗୀତ ଓ ବିଭିନ୍ନ ସାଂସ୍କୃତିକ ପରିବେଷଣରେ ଦର୍ଶକମାନେ ବିଶେଷ ଭାବେ ଆକର୍ଷିତ ହୋଇଥିଲେ l କଳାକାରମାନଙ୍କ ମନୋମୁଗ୍ଧକର ପରିବେଷଣରେ ସମଗ୍ର ମଞ୍ଚ ଓ ପରିବେଶ ଉତ୍ସବମୁଖର ହୋଇଉଠିଥିଲା l କାର୍ଯ୍ୟକ୍ରମର ଅନ୍ୟତମ ଆକର୍ଷଣ ଥିଲା ଯୁବ ସଂଘର କଳାକାରମାନଙ୍କ ଦ୍ୱାରା ପରିବେଷିତ ନାଟକ ‘ଗାଁ ବୁଡ଼ି’ l ଅଜିତ୍ ଭୋଇଙ୍କ ରଚିତ ଏହି ନାଟକରେ ଗ୍ରାମୀଣ ଜୀବନ, ସାମାଜିକ ବାସ୍ତବତା ଓ ମାନବୀୟ ମୂଲ୍ୟବୋଧକୁ ନେଇ ଏକ ସୁନ୍ଦର ବାର୍ତ୍ତା ପ୍ରଦାନ କରାଯାଇଥିଲା। ଯୁବ ସଂଘର କଳାକାରମାନଙ୍କ ଜୀବନ୍ତ ଅଭିନୟ ଦର୍ଶକଙ୍କ ମନ ଜିଣିବା ସହ ନାଟକଟି ବେଶ୍ ପ୍ରଶଂସା ସାଉଁଟିଥିଲା l କାର୍ଯ୍ୟକ୍ରମରେ ଯୋଗଦେଇଥିବା ଅତିଥିମାନେ ନୂଆଁଖାଇ ପର୍ବର ମହତ୍ତ୍ୱ, ଭାଇଚାରା, ସାମାଜିକ ଏକତା ତଥା ଓଡ଼ିଶାର ସମୃଦ୍ଧ ଲୋକକଳା ଓ ସାଂସ୍କୃତିକ ପରମ୍ପରା ଉପରେ ଆଲୋକପାତ କରିଥିଲେ l ଲୋକକଳା, ଲୋକସାହିତ୍ୟ ଓ ପରମ୍ପରାକୁ ଜୀବନ୍ତ ରଖି ଏହାକୁ ନୂଆ ପିଢ଼ି ମଧ୍ୟରେ ପହଞ୍ଚାଇବା ପାଇଁ ଯୁବପିଢ଼ିର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ଅତିଥିମାନେ ମତପ୍ରକାଶ କରିଥିଲେ l ଏହି ଅବସରରେ ଗ୍ରାମର ଗୌରବ ବଢ଼ାଇଥିବା ଦୁଇଜଣ ପ୍ରତିଭାଙ୍କୁ ସ୍ୱତନ୍ତ୍ର ଭାବେ ସମ୍ବର୍ଦ୍ଧିତ କରାଯାଇଥିଲା l ଚଳିତ ବର୍ଷ ଡାକ୍ତରୀ ପ୍ରବେଶିକା ପରୀକ୍ଷାରେ ସଫଳତା ହାସଲ କରିଥିବା ଗ୍ରାମର ଦୀପାଞ୍ଜଳୀ ଭୋଇଙ୍କୁ ଏବଂ ପାଲା ସାହିତ୍ୟ ଓ ପରମ୍ପରାକୁ ଆଗେଇ ନେବାରେ ଅବଦାନ ରଖୁଥିବା ଶ୍ରୀ ଅଭିମନ୍ୟୁ ମିଶ୍ରଙ୍କୁ ଆୟୋଜକଙ୍କ ପକ୍ଷରୁ ସମ୍ମାନିତ କରାଯାଇଥିଲା l ନାଚ ଓ ଗୀତ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀମାନଙ୍କୁ ଟ୍ରଫି ସହ ପୁରସ୍କାର ପ୍ରଦାନ କରାଯାଇଥିଲା l କୁନି କୁନି କଳାକାରଙ୍କ ଉତ୍ସାହ, ଯୁବପିଢ଼ିଙ୍କ ସକ୍ରିୟ ଭୂମିକା ଓ ଗ୍ରାମବାସୀଙ୍କ ଅକୁଣ୍ଠ ସହଯୋଗରେ କାର୍ଯ୍ୟକ୍ରମଟି ଆହୁରି ଆକର୍ଷଣୀୟ ହୋଇଥିଲା l ଆୟୋଜକ କମିଟିର ସଦସ୍ୟ, ଯୁବକ ଓ ଗ୍ରାମବାସୀଙ୍କ ମିଳିତ ପ୍ରୟାସ ଓ ସହଯୋଗରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମଟି ସଫଳତାର ସହ ସମ୍ପନ୍ନ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like