-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍

17-Sep-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର): ଆଗାମୀ ପୌର ନିର୍ବାଚନକୁ ଗୁରୁତ୍ୱ ଦେଇ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଓଡ଼ିଶା ଜନତା କଂଗ୍ରେସ ପକ୍ଷରୁ ସାଂଗଠନିକ କାର୍ଯ୍ୟକ୍ରମକୁ ଜୋରଦାର କରାଯାଉଛି । ବିଏମସିର ବିଭିନ୍ନ ୱାର୍ଡରେ ସାଂଗଠନିକ ବୈଠକ ଆୟୋଜନ କରାଯାଇ ଦଳୀୟ କର୍ମକର୍ତ୍ତା ଓ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରାଯାଉଛି । ଏହିକ୍ରମରେ ଓଡ଼ିଶା ଜନତା କଂଗ୍ରେସ ପକ୍ଷରୁ ବିଏମସିର ୫୬ନମ୍ବର ୱାର୍ଡରେ ଏକ ସାଂଗଠନିକ ବୈଠକ ଅନୁଷ୍ଠିତ ହୋଇଅଛି । ବୈଠକରେ ଓଜେସି ସଭାପତି ଇଂ. ମହମ୍ମଦ ମୋକିମ୍ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସ୍ଥାନୀୟ ଦଳୀୟ କର୍ମକର୍ତ୍ତା, ଯୁବକ, ମହିଳା ଓ ସାଧାରଣ ଲୋକଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ । ବୈଠକରେ ୫୬ ନମ୍ବର ୱାର୍ଡ ଅଞ୍ଚଳର ବିଭିନ୍ନ ସ୍ଥାନୀୟ ସମସ୍ୟା, ନାଗରିକ ସୁବିଧା ଓ ଜନସାଧାରଣଙ୍କ ଆବଶ୍ୟକତା ସମ୍ପର୍କରେ ଆଲୋଚନା ହୋଇଥିଲା। ଲୋକଙ୍କ ସମସ୍ୟାକୁ ପ୍ରାଥମିକତା ଦେଇ ସେଗୁଡ଼ିକୁ ନେଇ ସ୍ଥାନୀୟ ସ୍ତରରେ ଲୋକଙ୍କ ସହ ରହି କାର୍ଯ୍ୟ କରିବାକୁ ଇଂ. ମୋକିମ୍ ଦଳୀୟ କର୍ମକର୍ତ୍ତାମାନଙ୍କୁ ଆହ୍ୱାନ ଦେଇଥିଲେ । 

ସେ କହିଥିଲେ ଯେ, ଓଜେସି କେବଳ ନିର୍ବାଚନ ସମୟର ଦଳ ନୁହେଁ, ସାଧାରଣ ଲୋକଙ୍କ ସହ ସବୁବେଳେ ରହି ସେମାନଙ୍କ ସମସ୍ୟା ଓ ଅଧିକାରର ସ୍ୱର ହେବା ଦଳର ପ୍ରାଥମିକ ଲକ୍ଷ୍ୟ। ଭୁବନେଶ୍ୱରବାସୀ ପିଇବା ପାଣି ଭଳି ମୌଳିକ ସୁବିଧାରୁ ମଧ୍ୟ ବଞ୍ଚିତ। ରାସ୍ତାଘାଟ ଠାରୁ ଆରମ୍ଭ କରି ନାଳନର୍ଦ୍ଦମା ଓ ବର୍ଜ୍ୟବସ୍ତୁ ପରିଚାଳନାରେ ବିଏମସି କର୍ତ୍ତୃପକ୍ଷ ଓ ସ୍ଥାନୀୟ ନେତୃତ୍ୱ ବିଫଳ ହୋଇଥିବା ସେ କହିଥିଲେ । ଭୁବନେଶ୍ୱରର ପ୍ରତ୍ୟେକ ୱାର୍ଡରେ ଦଳର ସଂଗଠନକୁ ମଜବୁତ କରିବା ସହ ଲୋକଙ୍କ ସହ ସିଧାସଳଖ ଯୋଡ଼ି ହୋଇ କାର୍ଯ୍ୟ କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ ।

ସାଂଗଠନିକ ବୈଠକରେ ଦଳ ପକ୍ଷରୁ ଭୁବନେଶ୍ୱର ଜିଲ୍ଲା ସଭାପତି ବଦ୍ରି ନାରାୟଣ ମହାନ୍ତି, ଉପସଭାପତି ପ୍ରଦୀପ ପ୍ରଧାନ, ନଜିବୁର ରେହମାନ ଖାନ, ମହିଳା ଜନତା କଂଗ୍ରେସ ସଭାନେତ୍ରୀ ଶୈଳବାଳା ଜେନା, ଯୁବ ଜନତା କଂଗ୍ରେସ ସଭାପତି ଆର୍ଯ୍ୟବୀର ଲେଙ୍କା, କୃଷକ ଜନତା କଂଗ୍ରେସ ସଭାପତି ସଂଗ୍ରାମ କିଶୋର ମାଝୀ, ସାଧାରଣ ସମ୍ପାଦକ ସୋମନାଥ ରାଉତ, ସମ୍ପାଦିକା ସୋନାଲି ମହାପାତ୍ର, ସୀତା ସାହୁ ଓ ସସ୍ମିତା ତ୍ରିପାଠୀ ପ୍ରମୁଖ ଅତିଥି ଭାବେ ଉପସ୍ଥିତ ରହି ୫୬ନମ୍ବର ୱାର୍ଡ ଅଞ୍ଚଳରେ ଓଜେସିର ସାଂଗଠନିକ ଶକ୍ତି ବୃଦ୍ଧି ନିମନ୍ତେ ବକ୍ତବ୍ୟ ରଖିଥିଲେ । ସ୍ଥାନୀୟ ଅଞ୍ଚଳର ସଂଗ୍ରାମ ମହାନ୍ତି, ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ସ୍ଵର୍ଣ୍ଣଲତା ଦେବୀ, ପ୍ରଭା ଦେବୀ, ସୌଦାମିନୀ ଦାସ ପ୍ରମୁଖ ବୈଠକ ପରିଚାଳନାରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like