-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

18-Sep-2026



ଆଜି ଏହି ଶିବିରରୁ ୬,୫୦୦ ୟୁନିଟ୍‌ରୁ ଅଧିକ ରକ୍ତ ସଂଗ୍ରହର ଲକ୍ଷ୍ୟ 

"ରକ୍ତଦାନ କରି ଗୋଟିଏ ଜୀବନ ବଞ୍ଚାଇବାର ଅନୁଭବ ଆମର ଉଚ୍ଚ ମାନବୀୟ ମୂଲ୍ୟବୋଧର ପରିଚୟ ପ୍ରଦାନ କରିଥାଏ। ବିଜ୍ଞାନ ଯେତେ ଆଗେଇଲେ ମଧ୍ୟ ରକ୍ତର କୌଣସି ବିକଳ୍ପ ନାହିଁ ଏବଂ ଏହା କୌଣସି କାରଖାନାରେ ତିଆରି ହୋଇପାରିବ ନାହିଁ," ବୋଲି 'ସେବା ସଂକଳ୍ପ ଅଭିଯାନ' ଅବସରରେ ୟୁନିଟ-୩ ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡିଆରେ ଆୟୋଜିତ ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ କହିଛନ୍ତି। ଏହି ପୂର୍ବରୁ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଏକ ଅଶୋକ ଗଛର ଚାରା ମଧ୍ୟ ରୋପଣ କରିଥିଲେ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ୭୬ତମ ଜନ୍ମଦିବସ ଅବସରରେ ସାଢ଼େ ଚାରି କୋଟି ଓଡ଼ିଶାବାସୀଙ୍କ ତରଫରୁ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବିକଶିତ ଭାରତର ବିନ୍ଧାଣୀ ମୋଦୀଜୀଙ୍କ ଦୀର୍ଘ ୫୦ ବର୍ଷର ଜନସେବା ଏବଂ ୨୫ ବର୍ଷର ନିରବଚ୍ଛିନ୍ନ ଶାସନ ଦେଶରେ କାୟାକଳ୍ପ ଆଣିଛି। ତାଙ୍କର ଏହି କଲ୍ୟାଣକାରୀ ଆଦର୍ଶରେ ଅନୁପ୍ରାଣିତ ହୋଇ ପାଳିତ ହେଉଥିବା ଏକ ମାସ ବ୍ୟାପୀ ‘ସେବା ସଂକଳ୍ପ ଅଭିଯାନ’ କେବଳ ଏକ କାର୍ଯ୍ୟକ୍ରମ

ରାଜ୍ୟରେ 'ଅଟଳ ରକ୍ତଦାନ ଅଭିଯାନ' ପାଇଁ ୫୦.୫୪ କୋଟି ଟଙ୍କା

ନୁହେଁ, ବରଂ ଏହା ମାନବସେବା ଓ ତ୍ୟାଗର ଏକ ବିରାଟ ଜନ-ଆନ୍ଦୋଳନ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ରକ୍ତ ଅଭାବରୁ ଯେପରି କୌଣସି ଜୀବନ ଅସମୟରେ ଝଡ଼ି ନପଡ଼େ, ସେଥିପାଇଁ ସରକାର ସଂକଳ୍ପବଦ୍ଧ। ଏହି ଶିବିରରେ ଆଜି ୬,୫୦୦ ୟୁନିଟ୍‌ରୁ ଅଧିକ ରକ୍ତ ସଂଗ୍ରହର ଲକ୍ଷ୍ୟ ରଖାଯାଇଛି। ରାଜ୍ୟରେ ରକ୍ତ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ୨୦୨୬-୨୭ ବଜେଟ୍‌ରେ ୫୦ କୋଟି ୫୪ ଲକ୍ଷ ଟଙ୍କାର ବ୍ୟୟବରାଦ ସହ "ଅଟଳ ରକ୍ତଦାନ ଅଭିଯାନ" ଆରମ୍ଭ କରାଯାଇଛି। ଏହା ଅଧୀନରେ ନୂତନ ମେଡିକାଲ କଲେଜଗୁଡ଼ିକରେ ରକ୍ତଭଣ୍ଡାର ସ୍ଥାପନ ଏବଂ ପୁରୁଣା ରକ୍ତଭଣ୍ଡାରଗୁଡ଼ିକର ଆଧୁନିକୀକରଣ କରାଯାଉଛି।

ଦେଶର ବିକାଶ ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ନେତୃତ୍ୱରେ ଭାରତ ଆଜି ବିଶ୍ୱର ଏକ ପ୍ରଭାବଶାଳୀ ଭୂ-ରାଜନୈତିକ ଓ ଅର୍ଥନୈତିକ ଶକ୍ତି ଭାବେ ଉଭା ହୋଇଛି। ପ୍ରତିରକ୍ଷା ଆମଦାନୀ ୭୦% ରୁ ହ୍ରାସ ପାଇ ୩୫% ରେ ପହଞ୍ଚିବା ସହ ସେମିକଣ୍ଡକ୍ଟର ଓ ସ୍ପେସ୍ ଟେକ୍ନୋଲୋଜି କ୍ଷେତ୍ରରେ ଭାରତ ଆତ୍ମନିର୍ଭର ହେଉଛି। ୨୦୪୭ ପୂର୍ବରୁ ବିକଶିତ ଭାରତର ଲକ୍ଷ୍ୟ ହାସଲ ହେବା ସୁନିଶ୍ଚିତ। ସେହିପରି ରାଜ୍ୟର ଯୁବଶକ୍ତିକୁ ଆହ୍ୱାନ ଦେଇ ସେ କହିଥିଲେ ଯେ, ଯୁବବର୍ଗ ନିଜ ଦୈନନ୍ଦିନ ଜୀବନରୁ କିଛି ସମୟ କାଢ଼ି ସମାଜସେବାରେ ନିୟୋଜିତ ହେବା ସହ ଦେଶସେବା ପାଇଁ ବ୍ରତୀ ହେବା ହିଁ ମୋଦୀଜୀଙ୍କ ପ୍ରତି ଶ୍ରେଷ୍ଠ ସମ୍ମାନ ହେବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି । 

ଏହି ଅବସରରେ ନଗର ଉନ୍ନୟନ, ଗୃହ ନିର୍ମାଣ ବିଭାଗ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ଆଜିର ଦିନଟି କୌଣସି ସାଧାରଣ ଦିବସ ନୁହେଁ। ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଦୀର୍ଘ ୨୫ ବର୍ଷର ନିସ୍ୱାର୍ଥପର ସେବା ଓ ସଂକଳ୍ପକୁ ସ୍ମରଣ କରିବାର ଏହା ଏକ ପବିତ୍ର ଅବସର। ଜଣେ ବ୍ୟକ୍ତିର ମୂଲ୍ୟବାନ୍ ଜୀବନ ବଞ୍ଚାଇବା ପାଇଁ ରକ୍ତଦାନ ଅତ୍ୟନ୍ତ ଆବଶ୍ୟକ, ସେଥିପାଇଁ ଆମ ସମସ୍ତଙ୍କ ମଧ୍ୟରେ ସେବା ଓ ସମର୍ପଣ ଭାବନା ରହିବା ଦରକାର। ଆଜି ଆୟୋଜିତ ହୋଇଥିବା ଏହି  ରକ୍ତଦାନ ଶିବିର ରାଜ୍ୟରେ ରକ୍ତ ସଂଗ୍ରହ କ୍ଷେତ୍ରରେ ଏକ ନୂତନ ରେକର୍ଡ ସୃଷ୍ଟି କରିବ ବୋଲି ସେ ଦୃଢ଼ ପ୍ରକାଶ କରିଥିଲେ।

ରାଜ୍ୟସଭା ସାଂସଦ ଶ୍ରୀ ମନମୋହନ ସାମଲ  କହିଛନ୍ତି ଯେ, ଜଣେ ଜନପ୍ରତିନିଧି ଭାବେ କ୍ରମାଗତ ୨୫ ବର୍ଷ ଧରି ସଫଳତାର ସହ କାର୍ଯ୍ୟ କରି ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀ ଏକ ଅନନ୍ୟ ରେକର୍ଡ ସୃଷ୍ଟି କରିଛନ୍ତି। ସାଧାରଣ ଲୋକଙ୍କ ନିରବଚ୍ଛିନ୍ନ ସେବା ପାଇଁ ସେ ଆଜି ସମଗ୍ର ବିଶ୍ୱରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି, ଯାହାକୁ ସ୍ମରଣ କରିବା ଆମ ସମସ୍ତଙ୍କର କର୍ତ୍ତବ୍ୟ। କୋଭିଡ୍-୧୯ ମହାମାରୀ ପରଠାରୁ ରକ୍ତଭଣ୍ଡାରଗୁଡ଼ିକରେ ଯେଉଁ ରକ୍ତର ଅଭାବ ଦେଖାଦେଇଥିଲା, ଆଜିର ଏହି ବିଶାଳ ରକ୍ତଦାନ ଶିବିର ସେହି ଆବଶ୍ୟକତାକୁ ପୂରଣ କରିବାରେ ବେଶ୍ ସହାୟକ ହେବ ବୋଲି ସେ ମତବ୍ୟକ୍ତ କରିଛନ୍ତି।


ଏହି ଅବସରରେ ରାଜ୍ୟସଭା ସାଂସଦ ସୁଜିତ୍ କୁମାର, ଭୁବନେଶ୍ୱର ସାଂସଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ, ଖୋର୍ଦ୍ଧା ବିଧାୟକ ଶ୍ରୀ ପ୍ରଶାନ୍ତ କୁମାର ଜଗଦ୍ଦେବ, ଭଟଲି ବିଧାୟକ ଇରାସିସ ଆଚାର୍ଯ୍ୟ, ମହାକାଳପଡ଼ା ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ, ଯୁବନେତା ଅଭିଲାଷ ପଣ୍ଡା,  ଦଳର ବରିଷ୍ଠ ନେତୃବୃନ୍ଦ, ରକ୍ତଦାତା, ଯୁବ ସ୍ୱେଚ୍ଛାସେବୀ ଏବଂ ଗଣମାଧ୍ୟମର ପ୍ରତିନିଧିଗଣ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like