-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ରାଜ୍ୟ

ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*

18-Sep-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର):ରାଜ୍ୟର ପୌରପରିଷଦ , ବିଜ୍ଞାପିତ ଅଞ୍ଚଳ ପରିଷଦ ଏବଂ ମହାନଗର ନିଗମଗୁଡ଼ିକର ଆଗାମୀ ସାଧାରଣ ନିର୍ବାଚନ ପାଇଁ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପ୍ରକ୍ରିୟା ସମ୍ପନ୍ନ କରିବା ନିମନ୍ତେ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସଂଶୋଧିତ କାର୍ଯ୍ୟସୂଚୀ ଜାରି କରାଯାଇଛି ।

ପୂର୍ବରୁ ବିଭାଗ ପକ୍ଷରୁ ଜାରି ହୋଇଥିବା କାର୍ଯ୍ୟସୂଚୀର ଆଂଶିକ ସଂଶୋଧନ କରାଯାଇ ଏହି ସଂଶୋଧିତ କାର୍ଯ୍ୟସୂଚୀ ସମ୍ପର୍କରେ ବୌଦ୍ଧ ଜିଲ୍ଲାକୁ ବାଦ ଦେଇ ସମସ୍ତ ସମ୍ପୃକ୍ତ ଜିଲ୍ଲାପାଳଙ୍କୁ ଅବଗତ କରାଯାଇଛି ।

ସଂଶୋଧିତ କାର୍ଯ୍ୟସୂଚୀ ଅନୁଯାୟୀ, ୨୪ ସେପ୍ଟେମ୍ବର ୨୦୨୬ରେ ସମ୍ପୃକ୍ତ ଜିଲ୍ଲାପାଳମାନଙ୍କ ଦ୍ୱାରା ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ସମ୍ବନ୍ଧୀୟ ଖସଡ଼ା ବିଜ୍ଞପ୍ତି ପ୍ରକାଶ କରାଯାଇ ସାଧାରଣ ଜନତାଙ୍କଠାରୁ ଆପତ୍ତି ଓ ପରାମର୍ଶ ଆହ୍ୱାନ କରାଯିବ। ଆପତ୍ତି ଓ ପରାମର୍ଶ ଦାଖଲ କରିବାର ଶେଷ ତାରିଖ ୩ ଅକ୍ଟୋବର ୨୦୨୬ ରହିଛି ।

ଏହାପରେ, ୭ ଅକ୍ଟୋବର ୨୦୨୬ରେ ସମ୍ପୃକ୍ତ ଜିଲ୍ଲାପାଳମାନଙ୍କ ଦ୍ୱାରା ୱାର୍ଡ ସୀମା ଓ ଆସନ ସଂରକ୍ଷଣ ସମ୍ବନ୍ଧୀୟ ପ୍ରାଥମିକ ବିଜ୍ଞପ୍ତି ପ୍ରକାଶ କରାଯିବ। ଏହି ବିଜ୍ଞପ୍ତି ବିରୋଧରେ ୭ ଅକ୍ଟୋବରରୁ ୨୧ ଅକ୍ଟୋବର ୨୦୨୬ ପର୍ଯ୍ୟନ୍ତ ଗୃହ ଓ ନଗର ଉନ୍ନୟନ ବିଭାଗ ନିକଟରେ ଆପିଲ୍‌ ଦାଖଲ କରାଯାଇପାରିବ ।

ପ୍ରାପ୍ତ ଆପିଲ୍‌ଗୁଡ଼ିକୁ ସମ୍ପୃକ୍ତ ଜିଲ୍ଲାପାଳମାନେ ନିଜର ସୁପାରିଶ/ମତାମତ ସହ ୨୨ ଅକ୍ଟୋବର ୨୦୨୬ ସୁଦ୍ଧା ସ୍ୱତନ୍ତ୍ର ଦୂତ ମାଧ୍ୟମରେ ନିର୍ଦ୍ଦେଶକ, ପୌର ପ୍ରଶାସନଙ୍କ କାର୍ଯ୍ୟାଳୟରେ ପହଞ୍ଚାଇବେ। ପରବର୍ତ୍ତୀ ପର୍ଯ୍ୟାୟରେ ୨୬ ରୁ ୨୮ ଅକ୍ଟୋବର ୨୦୨୬ ମଧ୍ୟରେ ରାଜ୍ୟ ସରକାର, ଅପିଲେଟ୍‌ କର୍ତ୍ତୃପକ୍ଷ ଭାବେ, ଆପିଲ୍‌ଗୁଡ଼ିକର ଶୁଣାଣି କରି ଚୂଡ଼ାନ୍ତ ନିଷ୍ପତ୍ତି ନେବେ ।

ସମଗ୍ର ପ୍ରକ୍ରିୟାର ଶେଷ ପର୍ଯ୍ୟାୟରେ ୩୧ ଅକ୍ଟୋବର ୨୦୨୬ରେ ସମ୍ପୃକ୍ତ ଜିଲ୍ଲାପାଳମାନଙ୍କ ଦ୍ୱାରା ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ସମ୍ବନ୍ଧୀୟ ଚୂଡ଼ାନ୍ତ ବିଜ୍ଞପ୍ତି ପ୍ରକାଶ କରାଯିବ । ଚୂଡ଼ାନ୍ତ ବିଜ୍ଞପ୍ତିର ଆବଶ୍ୟକ ସଂଖ୍ୟକ ନକଲ ରାଜ୍ୟ ନିର୍ବାଚନ ଆୟୋଗ, ରାଜ୍ୟ ସରକାର ଏବଂ ସମ୍ପୃକ୍ତ ପୌରପରିଷଦ/ଏନ୍‌.ଏ.ସି.କୁ ପ୍ରଦାନ କରାଯିବ ।

ଅନ୍ୟପକ୍ଷରେ, ଭୁବନେଶ୍ୱର, କଟକ, ବ୍ରହ୍ମପୁର ଓ ରାଉରକେଲା ମହାନଗର ନିଗମରେ ୱାର୍ଡ ବିଭାଜନ ଓ ଆସନ ସଂରକ୍ଷଣ ସମ୍ପର୍କିତ ପ୍ରକ୍ରିୟା ପାଇଁ ମଧ୍ୟ ସଂଶୋଧିତ ସମୟସୀମା ଧାର୍ଯ୍ୟ କରାଯାଇଛି । ୨୪ ସେପ୍ଟେମ୍ବର ୨୦୨୬ ସୁଦ୍ଧା ସମ୍ପୃକ୍ତ ମହାନଗର ନିଗମଗୁଡ଼ିକ ପକ୍ଷରୁ ୱାର୍ଡ ବିଭାଜନ ଓ ଆସନ ସଂରକ୍ଷଣ ସମ୍ବନ୍ଧୀୟ ସୂଚନା ନିର୍ଦ୍ଧାରିତ ଫର୍ମ-୧ ଓ ଫର୍ମ-୨ରେ, ୱାର୍ଡ ସୀମା ଦର୍ଶାଉଥିବା ସ୍କେଚ୍‌ ମାନଚିତ୍ର ଏବଂ ମହାନଗର ନିଗମର ସଂକଳ୍ପ ସହିତ ଗୃହ ଓ ନଗର ଉନ୍ନୟନ ବିଭାଗରେ ଦାଖଲ କରାଯିବ ।

ମହାନଗର ନିଗମଗୁଡ଼ିକ କ୍ଷେତ୍ରରେ ୫ ଅକ୍ଟୋବର ୨୦୨୬ରେ ସରକାରଙ୍କ ପକ୍ଷରୁ ପ୍ରସ୍ତାବିତ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ସମ୍ପର୍କରେ ଚିଠା ବିଜ୍ଞପ୍ତି ପ୍ରକାଶ କରାଯାଇ ଆପତ୍ତି ଓ ପ୍ରସ୍ତାବ ଆହ୍ୱାନ କରାଯିବ। ଏ ସମ୍ବନ୍ଧରେ ଆପତ୍ତି ଓ ପ୍ରସ୍ତାବ ଦାଖଲ କରିବାର ଶେଷ ତାରିଖ ୧୪ ଅକ୍ଟୋବର ୨୦୨୬ ରହିଛି ।

ଭୁବନେଶ୍ୱର ମହାନଗର ନିଗମ , କଟକ ମହାନଗର ନିଗମ , ବ୍ରହ୍ମପୁର ମହାନଗର ନିଗମ ଏବଂ ରାଉରକେଲା ମହାନଗର ନିଗମର ମହାନଗର ନିଗମ କମିଶନରମାନଙ୍କୁ ଧାର୍ଯ୍ୟ ସମୟସୀମା ମଧ୍ୟରେ ସମସ୍ତ ଆବଶ୍ୟକ ସୂଚନା ଓ ଦଲିଲ ଦାଖଲ କରିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

ସଂଶୋଧିତ କାର୍ଯ୍ୟସୂଚୀ ଅନୁଯାୟୀ, ସମ୍ପୃକ୍ତ ସମସ୍ତ ଜିଲ୍ଲାପାଳ ଓ ମହାନଗର ନିଗମ କମିଶନରମାନଙ୍କୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ସମ୍ପର୍କିତ ସମସ୍ତ ପ୍ରକ୍ରିୟା ସୁଚାରୁ ଓ ସମୟୋପଯୋଗୀ ଭାବେ ସମ୍ପନ୍ନ କରିବାକୁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।
.........


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like