-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ରାଜ୍ୟ

ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ

18-Sep-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ, ଲୋକସଭାକୁ ୭୪ ଜଣ ମହିଳା ନିର୍ବାଚିତ ହୋଇଥିଲେ-ଯାହା ସଦନର ମୋଟ ସଦସ୍ୟ ସଂଖ୍ୟାର ୧୩.୬ ପ୍ରତିଶତ । ଭାରତର ପଞ୍ଚାୟତି ରାଜ ଅନୁଷ୍ଠାନଗୁଡ଼ିକରେ ୧୪.୫ ଲକ୍ଷରୁ ଅଧିକ ମହିଳା ନିର୍ବାଚିତ ପ୍ରତିନିଧି ଭାବରେ କାର୍ଯ୍ୟ କରୁଛନ୍ତି, ଯାହା ମୋଟ ପ୍ରତିନିଧିଙ୍କ ପ୍ରାୟ ୪୬ ପ୍ରତିଶତ । ଭାରତର ଅନୁଷ୍ଠାନଗୁଡ଼ିକରେ ମହିଳାମାନେ କେବଳ ଅଂଶଗ୍ରହଣ କରନ୍ତି ନାହିଁ, ବରଂ ଦକ୍ଷତାର ସହ କାର୍ଯ୍ୟ କରନ୍ତି ଏବଂ ନେତୃତ୍ୱ ନିଅନ୍ତି । ଲୋକସଭା ଏବଂ ରାଜ୍ୟ ବିଧାନସଭାଗୁଡ଼ିକରେ ମହିଳାଙ୍କ ପାଇଁ ଏକ-ତୃତୀୟାଂଶ ସଂରକ୍ଷଣ ଉଦ୍ଦେଶ୍ୟରେ ଭାରତ ୧୦୬ତମ ସମ୍ବିଧାନ ସଂଶୋଧନ ମାଧ୍ୟମରେ ‘ନାରୀ ଶକ୍ତି ବନ୍ଦନ ଅଧିନିୟମ, ୨୦୨୩’ ପ୍ରଣୟନ ନିମନ୍ତେ ଉଦ୍ୟମ ଜାରି ରହିଛି ବୋଲି ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ କହିଛନ୍ତି ।
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ଆୟୋଜିତ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘର ସମ୍ମିଳନୀର ମହିଳା ସଂସଦର କାର୍ଯ୍ୟକ୍ରମରେ ଯୋଗଦେଇ ବାଚସ୍ପତି ଶ୍ରୀମତୀ ପାଢ଼ୀ ଆହୁରି ମଧ୍ୟ କହିଛନ୍ତି ଯେ ଓଡ଼ିଶାରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଗୁଡ଼ିକ ଲକ୍ଷ ଲକ୍ଷ ମହିଳାଙ୍କୁ ଆତ୍ମନିର୍ଭର କରାଇଛି । ଶିଶୁ ଯନି ଏବଂ ପରିଷ୍କାର ପାଣିର ସୁବିଧା, ଋଣ ଏବଂ ଡିଜିଟାଲ୍‌ ସେବାର ଉପଲବ୍ଧତା ମହିଳାଙ୍କୁ ଉଦ୍ୟୋଗୀ ହେବାରେ ସାହାଯ୍ୟ କରିଛି । ଯେତେବେଳେ ଜଣେ ମହିଳା ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟାରେ ସାମିଲ ହୁଅନ୍ତି, ସେ କେବଳ ଜଣେ ମହିଳାଙ୍କ ଦୃଷ୍ଟିକୋଣ ନେଇ ଆସନ୍ତି ନାହିଁ ବରଂ ସେ ଜଣେ ନାଗରିକ, ଏକ ସମ୍ପ୍ରଦାୟ ଏବଂ ଏକ ରାଷ୍ଟ୍ରର ଅନୁଭୂତି ବହନ କରି ଆସନ୍ତି । ‘କମନଲେଥ୍‌ ୱିମେନ୍‌ ପାର୍ଲିଆମେଣ୍ଟାରିଆନ୍ସ’ ନେଟୱାର୍କ ୧୮୦ରୁ ଅଧିକ ଜାତୀୟ ଓ ଆଞ୍ଚଳିକ ସଂସଦର ୬,୦୦୦ରୁ ଅଧିକ ମହିଳାଙ୍କୁ ପ୍ରତିନିଧିିତ୍ୱ କରୁଛି । ଏହାର ପରିସର ପ୍ରଭାବଶାଳୀ ହେଲେ ମଧ୍ୟ ପ୍ରତିନିଧିିଗତ ବ୍ୟବଧାନ ହ୍ରାସ କରିବା ଦିଗରେ ଆହୁରି ଅନେକ କାର୍ଯ୍ୟ କରିବାକୁ ହେବ ବୋଲି ବାଚସ୍ପତି କହିଛନ୍ତି । 
ଏହି ସମ୍ମିଳନୀରେ ରାଜ୍ୟଗୋଷ୍ଠୀ ସମୂହର ମହିଳା ବାଚସ୍ପତି, ସାଂସଦ, ବିଧାୟକ ଓ ମନ୍ତ୍ରୀମାନେ ଯୋଗଦେଇଥିବାବେଳେ ଉତ୍ତରାଖଣ୍ଡର ବାଚସ୍ପତି ରୀତା ଖଣ୍ଡୁରୀ, ଆନ୍ଧ୍ରପ୍ରଦେଶର ସାଂସଦ ଶ୍ରୀମତୀ ପୁରନ୍ଦେଶ୍ୱରୀ ଓ ପଶ୍ଚିମବଙ୍ଗର ସାଂସଦ ରଚନା ବାନାର୍ଜୀ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଛନ୍ତି । 
ଏହି କାର୍ଯ୍ୟକ୍ରମରେ ବାଚସ୍ପତି ଶ୍ରୀମତୀ ପାଢ଼ୀଙ୍କ ସମେତ ଉପବାଚସ୍ପତି ଶ୍ରୀ ଭବାନୀଶଙ୍କର ଭୋଇ ଓ ସଚିବ ଶ୍ରୀ ସତ୍ୟବ୍ରତ ରାଉତ ମଧ୍ୟ କେପ୍‌ଟାଉନ୍‌ ଗସ୍ତରେ ଯାଇଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like