-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି

20-Sep-2026



ବଲାଙ୍ଗୀର(ପ୍ରେରଣା ଖବର)-ବଲାଙ୍ଗୀର ଜିଲ୍ଲାର ଦେଓଗାଁ ସିଏଚସିକୁ ଉପଖଣ୍ଡସ୍ତରୀୟ ଡାକ୍ତରଖାନା ମାନ୍ୟତା ଦେଇ ଏକ ନୂତନ ବିଲଡିଂ ପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ପାଖରେ ଦାବି ହୋଇଛି । ଦେଓଗାଁ ବ୍ଲକଅଞ୍ଚଳବାସୀଙ୍କ ପକ୍ଷରୁ ବଲାଙ୍ଗୀର ବିଧାୟକ କଳିକେଶନାରାୟଣ ସିଂଦେଓ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଲେଖିଥିବା ଚିଠିକୁ ନେଇ ଆଜି ପୂର୍ବତନ ବ୍ଲକଅଧ୍ୟକ୍ଷ ଲକ୍ଷ୍ମଣ କୁମାର ମେହେର ପ୍ରଦାନ କରିଛନ୍ତି । ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗଙ୍କ ନଅଗାଁସ୍ଥିତ କାର୍ଯ୍ୟାଳୟରେ ଭେଟି ଆଲୋଚନା କରିବା ସହିତ ନୂତନ ସିଏଚସି ବିଲଡିଂ ନିର୍ମାଣ ପାଇଁ ଦୃଢଦାବି ରଖିଛନ୍ତି । ଦେଓଗାଁ ସିଏଚସି ଉପରେ କେବଳ ଦେଓଗାଁ ନୁହେଁ ବରଂ ଗୁଡଭେଲା,କଳାହାଣ୍ଡି ଜିଲ୍ଲାର କର୍ଲାମୁଣ୍ଡା ବ୍ଲକଅଞ୍ଚଳର ଲୋକ ମଧ୍ୟ ନିର୍ଭର କରୁଥିବା କୁହାଯାଇଛି । ବିଧାୟକ କଳିକେଶ ଦେଇଥିବା ଚିଠିରେ ଦେଓଗାଁ ବ୍ଲକଅଞ୍ଚଳର ଲୋକଙ୍କ ସ୍ୱାସ୍ଥ୍ୟସମସ୍ୟାକୁ ନେଇ ଉଦବେଗ ପ୍ରକାଶ କରାଯାଇଛି । ବିଧାୟକ ଲେଖିଛନ୍ତି ଯେ,ଦେଓଗାଁ ସିଏଚସି ଗତ ୧୯୬୨ ମସିହାରେ ନିର୍ମାଣ ହୋଇଥିଲା । ଏବେ ଏହାର ବିଲଡିଂଗୁଡିକ ପୁରାତନ ହୋଇ ଖରାପ ଅବସ୍ଥାରେ ରହିଛି । ଏହି ଡାକ୍ତରଖାନାରେ ପ୍ରତିଦିନ ୩୦୦ରୁ ଅଧିକ ରୋଗୀ ଚିକିତ୍ସିତ ହେଉଛନ୍ତି । ତେଣୁକରି ବଲାଙ୍ଗୀର ଜିଲ୍ଲା ମୁଖ୍ୟ ଚିକିତ୍ସାଅଧିକାରୀ ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଗତ ଅଗଷ୍ଟ ୩୧ ତାରିଖରେ ଏକ ନୂଆଁ ବିଲଡିଂ ନିର୍ମାଣ ପାଇଁ ରାଜ୍ୟସରକାରଙ୍କ ସ୍ୱାସ୍ଥ୍ୟବିଭାଗକୁ ପ୍ରସ୍ତାବ ପଠାଇଛନ୍ତି । ଏଥିପାଇଁ ଆବଶ୍ୟକ ଜମି ଦେଓଗାଁ ତହସିଲଦାର ଚିହ୍ନଟକରି ଦେଇସାରିଥିବା ବେଳେ ବିଲଡିଂ ନିର୍ମାଣ ପାଇଁ ଆବଶ୍ୟକ ୨୩କୋଟି ୧୪ଲକ୍ଷ ଟଙ୍କାର ଏପ ଡିପିଆର ସିଡିଏମଓ ତଥା ଜନସ୍ୱାସ୍ଥ୍ୟଅଧିକାରୀ ପଠାଇଛନ୍ତି । ତେଣୁ ଏହି ପ୍ରସ୍ତାବକୁ ଅନୁମୋଦନ କରି ଆବଶ୍ୟକ ଅର୍ଥ ମଞ୍ଜୁର କରିବାକୁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ବିଧାୟକ ଚିଠି କରିଛନ୍ତି । ଆଜି ମନ୍ତ୍ରୀଙ୍କ ସହିତ ଆଲୋଚନା କାଳରେ ଦେଓଗାଁ ବ୍ଲକଅଞ୍ଚଳର ଅଜୁନପୁର ପିଏଚସିକୁ ଏକ ଆମ୍ବୁଲାନ୍ସ ଯୋଗାଇଦେବା,ବନ୍ଧପଡା ପିଏଚସିକୁ ଦିନରାତି ଖୋଲାଯିବା, ଗୌରଗୋଠ ଓ କରୁଆଁଝର ଆୟୁର୍ବେଦ ଡାକ୍ତରଖାନାରେ ଡାକ୍ତର ନିଯୁକ୍ତି କରିବା ତଥା ଦେଓଗାଁ ସିଏଚସିକୁ ଉପଖଣ୍ଡସ୍ତରୀୟ ମାନ୍ୟତା ପ୍ରଦାନ କରାଯିବାକୁ ମନ୍ତ୍ରୀଙ୍କ ପାଖରେ ପୂର୍ବବ୍ଲକ ଅଧ୍ୟକ୍ଷ ଲକ୍ଷ୍ମଣକୁମାର ମେହେର ଦୃଢଦାବି ରଖିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା