-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ

23-Sep-2026



ବଲାଙ୍ଗୀର(ପ୍ରେରଣା ଖବର): ସଂସ୍କୃତଭାରତୀ, ବଲାଙ୍ଗୀର ଶାଖାର ଅନୁରୋଧ କ୍ରମେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ ମଙ୍ଗଳବାର ସ୍ଥାନୀୟ ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟ ପରିସରରେ  ଅନୁଷ୍ଠିତ ହୋଇଯାଇଛି।

ଭାରତୀୟ ଜ୍ଞାନପରମ୍ପରାର ଅମୂଲ୍ୟ ବାହକ ସଂସ୍କୃତ ଭାଷାର ପ୍ରଚାର-ପ୍ରସାର, ସଂରକ୍ଷଣ ତଥା ଶିକ୍ଷାକ୍ଷେତ୍ରରେ ଏହାର ମହତ୍ତ୍ୱକୁ ଅଧିକ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଆୟୋଜିତ ଏହି ସମ୍ମିଳନୀରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ୨୫୪ ଜଣ ସଂସ୍କୃତ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗଦେଇଥିଲେ।
 ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପା, ବଲାଙ୍ଗୀରର ସଂସ୍କୃତ ଶିକ୍ଷକ ତଥା ପ୍ରାନ୍ତ ପ୍ରଚାର ପ୍ରମୁଖ ଶେଷଦେବ ମିଶ୍ର ଅତିଥି ପରିଚୟ ସହ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ।

ସଂସ୍କୃତଭାରତୀର ପ୍ରାନ୍ତ ସମ୍ପାଦକ ତଥା  ସଂସ୍କୃତ ଅଧ୍ୟାପକ ଅଜିତ 

କୁମାର ପଣ୍ଡା ସମ୍ମିଳନୀର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ଅବଗତ କରାଇଥିଲେ।

ମୁଖ୍ୟବକ୍ତା ଭାବେ ସଂସ୍କୃତଭାରତୀର *ପୂର୍ବକ୍ଷେତ୍ର ସଂଯୋଜକ  ନୃସିଂହଚରଣ ପଣ୍ଡା* ଯୋଗଦେଇ 
ବିଦ୍ୟାଳୟସ୍ତରରେ ସଂସ୍କୃତ ଶିକ୍ଷାକୁ ଅଧିକ ସରଳ, ଜୀବନ୍ତ ଓ ଆକର୍ଷଣୀୟ କରିବା ଦିଗରେ ଶିକ୍ଷକମାନେ ନିରନ୍ତର ପ୍ରୟାସ କରିବା ଆବଶ୍ୟକ ବୋଲି ମତବ୍ୟକ୍ତ କରିଥିଲେ।
ସଭାରେ ବଲାଙ୍ଗୀର *ଜିଲ୍ଲା ଶିକ୍ଷା ଅଧିକାରୀ ସୁଧାଂଶୁ ଶେଖର ମିଶ୍ର* ଅଧ୍ୟକ୍ଷତା କରି
ଆଧୁନିକ ଶିକ୍ଷାବ୍ୟବସ୍ଥା ସହ ସମନ୍ୱୟ ରକ୍ଷା କରି ସଂସ୍କୃତର ଜ୍ଞାନ, ସାହିତ୍ୟ ଓ ମୂଲ୍ୟବୋଧକୁ ନୂତନ ପିଢ଼ି ନିକଟରେ ପହଞ୍ଚାଇବା ହେଉଛି ସଂସ୍କୃତ ଶିକ୍ଷକଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ବୋଲି ମତପୋଷଣ କରିଥିଲେ।

କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ, ଶ୍ରୀ ସଦାଶିବ ପରିସର, ପୁରୀର ଶିକ୍ଷାଶାସ୍ତ୍ର ବିଭାଗର ସହକାରୀ ଆଚାର୍ଯ୍ୟ ଡ. ସୁଶାନ୍ତ କୁମାର ରାୟ ବିଷୟବିଶେଷଜ୍ଞ ଭାବେ ଯୋଗଦେଇ ଅଧ୍ୟାପନରେ ନିରନ୍ତର ନବୀନତା ଆଣିବା ସହିତ ଛାତ୍ରଛାତ୍ରୀଙ୍କ ମନରେ ସଂସ୍କୃତ ପ୍ରତି ଆଗ୍ରହ, ଶ୍ରଦ୍ଧା ଓ ଆତ୍ମୀୟତା ସୃଷ୍ଟି କରିବା ଉଚିତ ବୋଲି କହିଥିଲେ। ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସନ୍ତୋଷିନୀ ସେଠୀ ବିଶିଷ୍ଟ ଅତିଥି ଭାବେ ଉଦ୍ବୋଧନ ପ୍ରଦାନ କରିଥିଲେ।

ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଚନ୍ଦ୍ରପୁର ର ଡ. ମାନସରଞ୍ଜନ ସାହୁ କୃତଜ୍ଞତା ଜ୍ଞାପନ କରିଥିଲେ।
ଏହି ଅବସରରେ ଅବସରପ୍ରାପ୍ତ ଶିକ୍ଷକ ଏବଂ ନୂତନ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଶିକ୍ଷକମାନଙ୍କୁ ସମ୍ମାନିତ କରାଯାଇଥିଲା।
 ଡ. ଅନ୍ନପୂର୍ଣ୍ଣା ଆଚାର୍ଯ୍ୟ କାର୍ଯ୍ୟକ୍ରମର ସଞ୍ଚାଳନା କରିଥିଲେ। ଦେବଦତ୍ତ ଦ୍ବିବେଦୀ,ଅମିତ ଭୋଇ, ଅର୍ଚ୍ଚନା ତାଣ୍ଡି, ରୀନା ମିଶ୍ର,ଦୀପାଳୀ ଆଚାର୍ଯ୍ୟ, ବୀରକିଶୋର ସୁନା , ଭାଗୀରଥି ସାହୁ, ଶକୁନ୍ତଳା ମାଝୀ ଆଦି ସକ୍ରିୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026

You Might Also Like