-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର

28-Sep-2026



ବଲାଙ୍ଗୀର, (ପ୍ରେରଣା ଖବର) ମାନବ ସେବା ହିଁ ମାଧବ ସେବା—ଏହି ନୀତିକୁ ପାଥେୟ କରି ଆଜି ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକର ନଅଗାଁ (କ) ପିଏମ ଶ୍ରୀ ହାଇସ୍କୁଲ ପରିସରରେ ‘ସେବା ସଂକଳ୍ପ ଅଭିଯାନ’ ଅଧୀନରେ ଏକ ଭବ୍ୟ ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର ଅନୁଷ୍ଠିତ ହୋଇଯାଇଛି l ସାମାଜିକ ସଂଗଠନ 'ଡିବିରି' ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ l ଗ୍ରାମୀଣ ଅଞ୍ଚଳରେ ସ୍ୱାସ୍ଥ୍ୟସେବାର ବ୍ୟାପକ ପ୍ରସାର ଏବଂ ସମାଜର ଅବହେଳିତ ଓ ଦିବ୍ୟାଙ୍ଗ ବର୍ଗଙ୍କୁ ଆବଶ୍ୟକୀୟ ସହାୟତା ଯୋଗାଇଦେବା କ୍ଷେତ୍ରରେ 'ଡିବିରି' ର ଏହି ନିରନ୍ତର ପ୍ରୟାସ ନିଶ୍ଚିତ ଭାବେ ଏକ ଯୁଗାନ୍ତକାରୀ ପଦକ୍ଷେପ ବୋଲି ମନ୍ତ୍ରୀ ଡ଼. ମହାଳିଙ୍ଗ ମତପ୍ରକାଶ କରିଥିଲେ l ଏହି ଶିବିରରେ ଏଲୋପାଥି, ଆୟୁର୍ବେଦିକ, ହୋମିଓପାଥି ଏବଂ ଫିଜିଓଥେରାପି ପରି ବିଭିନ୍ନ ଚିକିତ୍ସା ପ୍ରଣାଳୀ ମାଧ୍ୟମରେ ମୋଟ ୨୦୭୩ ଜଣ ଗ୍ରାମବାସୀ ମାଗଣାରେ ସ୍ୱାସ୍ଥ୍ୟ ସେବା ଓ ପରାମର୍ଶ ଲାଭ କରିଛନ୍ତି l ଏଥିସହ ଯୁବବର୍ଗଙ୍କ ଅପୂର୍ବ ଉତ୍ସାହ ଓ ସହଯୋଗ ଯୋଗୁଁ ଶିବିରରେ ୬୫ ୟୁନିଟ୍ ରକ୍ତ ସଂଗୃହୀତ ହୋଇଥିଲା, ଯାହା ଆଗାମୀ ଦିନରେ ଅନେକ ଜରୁରୀକାଳୀନ ରୋଗୀଙ୍କ ଜୀବନ ବଞ୍ଚାଇବାରେ ଅତ୍ୟନ୍ତ ସହାୟକ ହେବ l ଏହାଛଡ଼ା ବିଭିନ୍ନ ସହଯୋଗୀ ସଂସ୍ଥା ମାଧ୍ୟମରେ ୧୦୩ ଜଣ ଦିବ୍ୟାଙ୍ଗ ଓ ଆବଶ୍ୟକତା ଥିବା ବ୍ୟକ୍ତିଙ୍କୁ ସେମାନଙ୍କ ଦୈନନ୍ଦିନ ଜୀବନଯାତ୍ରାକୁ ସହଜ କରିବା ପାଇଁ ଆବଶ୍ୟକୀୟ ସହାୟକ ଉପକରଣ ପ୍ରଦାନ କରାଯାଇଥିଲା l ଶିବିର ଅବସରରେ ମନ୍ତ୍ରୀ ଶ୍ରୀ ମହାଲିଙ୍ଗ ନଅଗାଁ (କ) ସ୍ଥିତ ପିଏମ୍‌ଶ୍ରୀ ଉଚ୍ଚବିଦ୍ୟାଳୟ ଠାରେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଲୋକପ୍ରିୟ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ଶ୍ରବଣ କରିଥିଲେ। ଏହି ଅବସରରେ ଆତଙ୍କବାଦ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନର ପ୍ରତୀକ ସର୍ଜିକାଲ୍ ଷ୍ଟ୍ରାଇକ୍‌ର ୧୦ ବର୍ଷ ପୂର୍ତ୍ତିକୁ ସ୍ମରଣ କରାଯିବା ସହିତ ଦେଶରେ ନିଶା ମୁକ୍ତି ଅଭିଯାନକୁ ସଫଳ କରିବା, “ହର ଘର ତ୍ରିରଙ୍ଗା” ଅଭିଯାନର ସଫଳତା ଏବଂ ଆଗାମୀ ଜନଗଣନା ପାଇଁ ସଠିକ୍ ତଥ୍ୟ ପ୍ରଦାନ କରିବା ନିମନ୍ତେ ପ୍ରଧାନମନ୍ତ୍ରୀଜୀ ଦେଶବାସୀଙ୍କୁ ଦେଇଥିବା ଆହ୍ୱାନକୁ ଦୋହରାଇଥିଲେ। ପ୍ରଧାନମନ୍ତ୍ରୀଙ୍କ ଏହି ମାର୍ଗଦର୍ଶନକୁ ଅନୁସରଣ କରି ଏକ ସମୃଦ୍ଧ ରାଷ୍ଟ୍ର ଗଠନରେ ସମସ୍ତେ ନିଜର ସକ୍ରିୟ ଯୋଗଦାନ ଦେବାକୁ ସେ ଆହ୍ୱାନ ଦେଇଛନ୍ତି l ଶେଷରେ ଏହି ସୁନ୍ଦର ତଥା ସଫଳ ଆୟୋଜନ ପଛରେ ସହଯୋଗର ହାତ ବଢ଼ାଇଥିବା CureBay, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ALIMCO, ପଲ୍ଲୀ ଆଲୋକ ପାଠାଗାର, ମହାନଦୀ ନେତ୍ର ଚିକିତ୍ସାଳୟ ସମେତ ସମସ୍ତ ସ୍ୱେଚ୍ଛାସେବୀ ଏବଂ ଡାକ୍ତରୀ ଦଳଙ୍କୁ ମାନ୍ୟବର ମନ୍ତ୍ରୀ ଶ୍ରୀ ମହାଲିଙ୍ଗ ଆନ୍ତରିକ ଧନ୍ୟବାଦ ଓ କୃତଜ୍ଞତା ଜଣାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା