-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ରାଜ୍ୟ

ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"

28-Sep-2026



ବଲାଙ୍ଗୀର(ପ୍ରେରଣା ଖବର):ଜଣେ ଆଦର୍ଶ ଶିକ୍ଷୟିତ୍ରୀଙ୍କ ଅବଦାନ କେବଳ ଶ୍ରେଣୀଗୃହର ଚାରିକାନ୍ଥ ମଧ୍ୟରେ ସୀମିତ ରହେ ନାହିଁ।ତାଙ୍କ ଜ୍ଞାନ,ଆଦର୍ଶ ଓ ମାନବିକ ମୂଲ୍ୟବୋଧ ପିଢ଼ି ପରେ ପିଢ଼ି ଛାତ୍ରଛାତ୍ରୀଙ୍କୁ ପ୍ରେରଣା ଦେଇଚାଲେ।ଏହି ମହତ୍‌ ଚିନ୍ତାଧାରାକୁ ଆଧାର କରି ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଥମ ପ୍ରଧାନ ଶିକ୍ଷୟିତ୍ରୀ ସ୍ୱର୍ଗତ ଅଳକା ଜେନାଙ୍କ ପବିତ୍ର ସ୍ମୃତିକୁ ଚିରସ୍ମରଣୀୟ କରିବା ଉଦ୍ଦେଶ୍ୟରେ ‘ଅଳକା ଜେନା ସ୍ମୃତି ସମ୍ମାନ’ ପ୍ରଦାନ କରାଯାଇଛି।ବିଦ୍ୟାଳୟରେ ଆୟୋଜିତ ଏହି ସମ୍ମାନ ସମାରୋହରେ ଗତ ୨୦୨୪-୨୫ ଓ ୨୦୨୫-୨୬ ଶିକ୍ଷାବର୍ଷର ମ୍ୟାଟ୍ରିକ୍ ପରୀକ୍ଷାରେ ବିଦ୍ୟାଳୟର ସମସ୍ତ ଛାତ୍ରୀଙ୍କ ମଧ୍ୟରୁ ସର୍ବାଧିକ ମାର୍କ ରଖିଥିବା ମେଧାବୀ ଛାତ୍ରୀମାନଙ୍କୁ ଅର୍ଥରାଶି ସହ ମୋମେଣ୍ଟୋ ପ୍ରଦାନ କରି ସମ୍ମାନିତ କରାଯାଇଥିଲା।୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଜ୍ୟୋତିର୍ମୟୀ ପଣ୍ଡାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିବା ବେଳେ ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ରିୟାଂଶୀ ସାଏ ଓ ଶ୍ରଦ୍ଧାଞ୍ଜଳି ସାହୁଙ୍କୁ ‘ଅଳକା ଜେନା ସ୍ମୃତି ସମ୍ମାନ’ରେ ସମ୍ମାନିତ କରାଯାଇଥିଲା।ସମାରୋହରେ ମୁଖ୍ୟ ଅତିଥି ଭାବେ ଚନ୍ଦନଭାଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅବସରପ୍ରାପ୍ତ ଅଧ୍ୟକ୍ଷ ଇତିଶ୍ରଦ୍ଧା ତ୍ରିପାଠୀ ଯୋଗଦେଇ ସ୍ୱର୍ଗତ ଅଳକା ଜେନାଙ୍କ ଶିକ୍ଷାଦାନ,ଶୃଙ୍ଖଳା ଓ ଛାତ୍ରୀମାନଙ୍କ ପ୍ରତି ତାଙ୍କର ସ୍ନେହପୂର୍ଣ୍ଣ ମନୋଭାବକୁ ସ୍ମରଣ କରିଥିଲେ।ଜଣେ ଶିକ୍ଷୟିତ୍ରୀ ଭାବେ ସେ ଛାତ୍ରୀମାନଙ୍କ ଜୀବନରେ ଯେଉଁ ମୂଲ୍ୟବୋଧର ମଞ୍ଜି ବୁଣିଥିଲେ,ତାହା ଆଜି ମଧ୍ୟ ଏହି ବିଦ୍ୟାଳୟର ପରିବେଶରେ ଜୀବନ୍ତ ବୋଲି  ଉଲ୍ଲେଖ କରିଥିଲେ।ଜୀବନରେ ଲକ୍ଷ୍ୟ ନିର୍ଦ୍ଧାରଣ କରି କଠିନ ପରିଶ୍ରମ,ଶୃଙ୍ଖଳା ଓ ନୈତିକତାକୁ ସାଥୀ କରି ଆଗକୁ ବଢ଼ିବାକୁ ସେ ପରାମର୍ଶ ଦେଇଥିଲେ।ଶିକ୍ଷା କେବଳ ଭଲ ନମ୍ବର ହାସଲ କରିବାର ମାଧ୍ୟମ ନୁହେଁ,ବରଂ ଜଣେ ଭଲ ମଣିଷ ହେବାର ମାର୍ଗ ବୋଲି ଶ୍ରୀମତୀ ତ୍ରିପାଠୀ ଛାତ୍ରୀମାନଙ୍କୁ ବୁଝାଇଥିଲେ।କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସେବାଶ୍ରୀ ଭୋଇ ଓ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ସ୍ୱରୂପା ମଞ୍ଜରୀ ସାମନ୍ତରାଙ୍କ ସମେତ ବରିଷ୍ଠ ଶିକ୍ଷୟିତ୍ରୀ ନୂତନ ନାୟକ,ଯାଜ୍ଞସିନୀ ମହାପାତ୍ର ଓ ପ୍ରିୟମ୍ବଦା ଦେବ ଏବଂ ଅନ୍ୟ ସମସ୍ତ ଶିକ୍ଷକ,ଶିକ୍ଷୟିତ୍ରୀ ମଞ୍ଚାସୀନ ଥିଲେ।କାର୍ଯ୍ୟକ୍ରମକୁ ସୁରେଶ ବାରିକ ସଂଯୋଜନା କରିଥିବା ବେଳେ ସବିତା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।ଶିକ୍ଷା କର୍ମଚାରୀ ସତ୍ୟବାନ ସାଏ,ରୁବିତା ବିଶ୍ୱାଳ,କୁନୀ ନନ୍ଦ,ମନରଞ୍ଜନ ତାଣ୍ଡି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like