-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା

30-Sep-2026



ନୂଆପଡ଼ା (ଡୋଲେଶ୍ବର ବାଗ) ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ଗୋପୀନାଥ ଉଚ୍ଚ ବିଦ୍ୟାଳୟ, ଲିଟିସର୍ଗିର ବରିଷ୍ଠ କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କ ଅବସର ଗ୍ରହଣ ଉପଲକ୍ଷେ ଏକ ଭବ୍ୟ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଦୀର୍ଘ ୩୮ ବର୍ଷ ଧରି ଏହି ବିଦ୍ୟାଳୟରେ ନିଷ୍ଠା ଓ ଆନ୍ତରିକତାର ସହ ଶିକ୍ଷକତା କରିବା ପରେ ଶ୍ରୀ ପଣ୍ଡା ଚାକିରି ଜୀବନରୁ ଅବସର ଗ୍ରହଣ କରିଛନ୍ତି । ଶ୍ରୀଯୁକ୍ତ ପଣ୍ଡା
୧୯୮୮ ମସିହାରୁ ଗୋପୀନାଥ ଉଚ୍ଚ ବିଦ୍ୟାଳୟରେ କ୍ରୀଡ଼ା ଶିକ୍ଷକ ଭାବେ ନିଜର କର୍ମମୟ ଜୀବନ ଆରମ୍ଭ କରି ଛାତ୍ରଛାତ୍ରୀଙ୍କ ଶାରୀରିକ ବିକାଶ, ଶୃଙ୍ଖଳା, ଖେଳୁଆଡ଼ ମନୋଭାବ ଓ ନେତୃତ୍ୱର ଗୁଣ ବିକାଶ ଦିଗରେ ଦୀର୍ଘ ବର୍ଷ ଧରି କାର୍ଯ୍ୟ କରିଆସିଥିଲେ । ତାଙ୍କର ଦୀର୍ଘ ବର୍ଷର ସେବା, କର୍ତ୍ତବ୍ୟନିଷ୍ଠା ଓ ଛାତ୍ରବତ୍ସଳ ମନୋଭାବକୁ ମନେ ପକାଇ ବିଦ୍ୟାଳୟ ପରିବାର ଓ ପୂର୍ବତନ ଶିକ୍ଷାର୍ଥୀମାନେ ତାଙ୍କୁ ଭାବପୂର୍ଣ୍ଣ ବିଦାୟ ଜଣାଇଥିଲେ । ଶେଷଦେବ ପଣ୍ଡାଙ୍କ ସଭାପତିତ୍ୱରେ ଆୟୋଜିତ ବିଦାୟ ସମ୍ବର୍ଦ୍ଧନା ସଭାରେ ଅବସରପ୍ରାପ୍ତ କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡା ମୁଖ୍ୟ ଅତିଥି ଏବଂ ଚନ୍ଦାହାଣ୍ଡିର ଅବସରପ୍ରାପ୍ତ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଦ୍ୱିତୀବାହନ ଖମାରୀ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ । ସମ୍ମାନିତ ଅତିଥି ଭାବେ ପଞ୍ଚାୟତ ନିର୍ବାହୀ ଅଧିକାରୀ ଗୁର୍ଜୁ ହଂସ,  ହଜାରୀ ବାଗ,ଜୟ ଭଗବାନ ହରିଜନ ଓ ପ୍ରଦୀପ ପଣ୍ଡା ଯୋଗଦେଇଥିଲେ । ଏଥିସହ ଅବସରପ୍ରାପ୍ତ ଶିକ୍ଷକ ଶ୍ରୀ ପଣ୍ଡାଙ୍କ ମାତା ପ୍ରେମମଞ୍ଜରୀ ପଣ୍ଡା ଓ ଧର୍ମପତ୍ନୀ ପୁଷ୍ପାଞ୍ଜଳି ପଣ୍ଡା ଭାବ ବିହ୍ୱଳ ପୂର୍ଣ୍ଣ ପରିବେଶରେ ମଞ୍ଚାସୀନ ଥିଲେ । ସଭାରେ ବକ୍ତାମାନେ ଶ୍ରୀ ପଣ୍ଡାଙ୍କ  ଶିକ୍ଷକତା ଜୀବନ, କ୍ରୀଡ଼ା କ୍ଷେତ୍ରରେ ତାଙ୍କର ଅବଦାନ ଓ ଛାତ୍ରଛାତ୍ରୀଙ୍କ ଜୀବନ ଗଠନରେ ତାଙ୍କର ଭୂମିକାର ସ୍ମୃତିଚାରଣ କରିଥିଲେ । ଜଣେ ଶିକ୍ଷକଙ୍କ ଅବସର କେବଳ ଚାକିରିରୁ ବିଦାୟ ନୁହେଁ ବରଂ ତାଙ୍କର ଅନୁଭବ, ଆଦର୍ଶ ଓ ଅବଦାନକୁ ସ୍ମରଣ କରିବାର ଏକ ଅବସର ବୋଲି ମତ ପ୍ରକାଶ ପାଇଥିଲା । ବହୁ ସଂଖ୍ୟାରେ ପୂର୍ବତନ ଶିକ୍ଷାର୍ଥୀ ଯୋଗଦେଇ ନିଜର ପ୍ରିୟ ଗୁରୁଜୀଙ୍କ ପ୍ରତି ଶ୍ରଦ୍ଧା ଓ ସମ୍ମାନ ଜଣାଇଥିଲେ । ଲକ୍ଷ୍ମଣ ଜାଲ, ଦିନନାଥ ନାଗ, ରମେଶ ପଣ୍ଡା, ପ୍ରସନ୍ନ ବାଗ, ରଇବାରୁ ବାଗଙ୍କ ସମେତ ଅନ୍ୟ ପୂର୍ବତନ ଶିକ୍ଷାର୍ଥୀମାନେ ତାଙ୍କର ଗୁଣଗାନ କରିଥିଲେ । ପରେ ପୂର୍ବତନ ଶିକ୍ଷାର୍ଥୀ ଓ ଶୁଭେଚ୍ଛୁମାନେ ବିଦ୍ୟାଳୟରୁ ଶ୍ରୀ ପଣ୍ଡାଙ୍କ ବାସଭବନ ପର୍ଯ୍ୟନ୍ତ ଏକ ଶୋଭାଯାତ୍ରାରେ ଯାଇ ତାଙ୍କୁ ଭାବପୂର୍ଣ୍ଣ ବିଦାୟ ଜଣାଇଥିଲେ ।
ସମଗ୍ର କାର୍ଯ୍ୟକ୍ରମକୁ ଜାମାତା ନିରୋଜ କୁମାର ଖମାରୀ ଓ ଝିଅ ଅଞ୍ଜଳି ପଣ୍ଡା ସୁଚାରୁରୂପେ ମଞ୍ଚ ପରିଚାଳନା କରିଥିବା ବେଳେ ପୁତ୍ର ବଧୂ ଶିବାନୀ ଖମାରୀ ଓ ପୁଅ ମାନସ ରଞ୍ଜନ ପଣ୍ଡା ଧନ୍ୟବାଦ ଜ୍ଞାପନ କରିଥିଲେ । ଶ୍ରୀ ପଣ୍ଡାଙ୍କ ଅବସର ଗ୍ରହଣ ଅବସରରେ ତାଙ୍କର ଆଗାମୀ ଜୀବନ ସୁଖମୟ, ଶାନ୍ତିମୟ ଓ ସୁସ୍ଥ ହେଉ ବୋଲି ଉପସ୍ଥିତ ସମସ୍ତେ କାମନା କରିଥିଲେ । ତାଙ୍କର ଦୀର୍ଘ ବର୍ଷର ନିଷ୍ଠାପର ସେବା ଓ ଛାତ୍ରଛାତ୍ରୀଙ୍କ ହୃଦୟରେ ଛାଡ଼ିଯାଇଥିବା ସ୍ମୃତି ଆଗାମୀ ପିଢ଼ି ପାଇଁ ସର୍ବଦା ପ୍ରେରଣା ହୋଇ ରହିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା