-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ

02-Oct-2026



 

 

ସମ୍ବଲପୁର: (ସଂଜୀବ ପାଣିଗ୍ରାହୀ )-ଗାନ୍ଧୀ ଜୟନ୍ତୀ ଅବସରରେ ସମାଜର ବିଶେଷ ଅସୁବିଧାରେ ଥିବା ଶିଶୁଙ୍କ ପାଖରେ ସହାୟତାର ହାତ ବଢ଼ାଇଛି ଆଦର୍ଶ ଅନୁଷ୍ଠାନ। ଜଷ୍ଟ ରାଇଟ୍ସ ଫର ଚିଲ୍ଡ୍ରେନ୍‌ର ସହଯୋଗରେ ସ୍ଥାନୀୟ ରୋଟାରୀ କ୍ଲବ ପରିସରରେ ଏକ ଶିଶୁ ସହାୟତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।

 

କାର୍ଯ୍ୟକ୍ରମରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ଶିଶୁ ସୁରକ୍ଷା ଓ ଅଧିକାର ପ୍ରତି ସମାଜର ଦାୟିତ୍ୱ ଉପରେ ଗୁରୁତ୍ୱ ଦେଇଥିଲେ। ଏହି ଅବସରରେ ସେ ଉପସ୍ଥିତ ସମସ୍ତଙ୍କୁ ଶିଶୁ ସୁରକ୍ଷା ସମ୍ପର୍କିତ ପାଞ୍ଚଟି ମୁଖ୍ୟ ପ୍ରତିବଦ୍ଧତା ନେଇ ଶପଥ ପାଠ କରାଇଥିଲେ।

 

ଶପଥରେ ନିଜ ଅଞ୍ଚଳରେ ବାଲ୍ୟବିବାହକୁ ପ୍ରୋତ୍ସାହନ ନ ଦେବା ଓ ରୋକିବା, ସମସ୍ତ ଯୋଗ୍ୟ ଶିଶୁଙ୍କୁ ବିଦ୍ୟାଳୟକୁ ପଠାଇବା, କୌଣସି ଶିଶୁଙ୍କୁ ଶିଶୁଶ୍ରମିକ ଭାବେ କାମରେ ନ ଲଗାଇବା, ଗରିବ ଓ ଅସହାୟ ଶିଶୁଙ୍କୁ ସହାୟତା କରିବା ସହ ଜିଲ୍ଲାର ପ୍ରତ୍ୟେକ ଶିଶୁ ସୁଖ, ଶାନ୍ତି ଓ ନିରାପଦ ପରିବେଶରେ ବଢ଼ିବା ପାଇଁ ସମ୍ବେଦନଶୀଳ ଓ ଯତ୍ନବାନ ହେବାର ସଂକଳ୍ପ ନିଆଯାଇଥିଲା।

 

କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଜୟନାରାୟଣ ମିଶ୍ର ୩୬ ଜଣ ଅସହାୟ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ କରିଥିଲେ। ଶିଶୁଙ୍କ ମୁହଁରେ ହସ ଫୁଟାଇବା ସହ ସେମାନଙ୍କ ମନରେ ଆତ୍ମବିଶ୍ୱାସ ଓ ଆପଣାପଣିଆର ଭାବ ସୃଷ୍ଟି କରିବା ଏହି ପଦକ୍ଷେପର ମୁଖ୍ୟ ଉଦ୍ଦେଶ୍ୟ ଥିଲା।

 

ଆୟୋଜିତ କାର୍ଯ୍ୟକ୍ରମରେ ଗୋବିନ୍ଦ ଅଗ୍ରୱାଲ, ସୁଶାନ୍ତ ପୁରୋହିତ, ସାମ୍ବାଦିକ ପ୍ରଫୁଲ୍ଲ ଦାଶ ଏବଂ ଆଭାର ମିନତୀ ନାଗ ଯୋଗଦେଇ ଶିଶୁଙ୍କ ଶିକ୍ଷା, ସୁରକ୍ଷା ଓ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ମୂଲ୍ୟବାନ ପରାମର୍ଶ ଦେଇଥିଲେ।

 

କାର୍ଯ୍ୟକ୍ରମକୁ ଆଦର୍ଶ ଅନୁଷ୍ଠାନର ପ୍ରଦୀପ କୁମାର ବେହେରା ସଂଯୋଜନା କରିଥିଲେ। ରଞ୍ଜନ ଭୋଇ, ଉମାଶଙ୍କର ଜେନା, ଚିତ୍ତରଞ୍ଜନ ପଧାନ, ସୁନୀଲ ବେହେରା, ଭକ୍ତି ଜେନା, ମନୋରଞ୍ଜନ ମହାକୁଡ଼, ଲୀନାରାଣୀ ତ୍ରିପାଠୀ, ରୀତିକା ମୁଣ୍ଡା, ସୀମା ପଧାନ ଓ ଅଲିଶା ପାତ୍ର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଶେଷରେ ପ୍ରଫୁଲ୍ଲ କୁମାର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା