-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||     

HOME   ଜିଲ୍ଲା

ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର

03-Oct-2026



ବରଗଡ଼,(ସୁଦାମ ଦୀପ)
ରକ୍ତଦାନ ଉତ୍ସବରେ ମାନବ ସେବାର ଏକ ମହାନ ବାର୍ତ୍ତା ଦେଉଥିବା ବେଳେ, ଅନ୍ୟପଟେ ଜଣେ ଅସହାୟ ବୃଦ୍ଧାଙ୍କ ଶବକୁ ସସମ୍ମାନେ ସତ୍କାର କରି ନିଷ୍ଠା ପରିବାର ପୁଣିଥରେ ପ୍ରମାଣ କରିଛି—ମାନବ ସେବା ହିଁ ମାଧବ ସେବା ବରଗଡ଼ ବ୍ଲକ ଅନ୍ତର୍ଗତ ଖଣ୍ଡହଥାସ୍ଥିତ ନିଷ୍ଠା ଭବନରେ ରକ୍ତଦାନ ଉତ୍ସବ ଚାଲିଥିବା ସମୟରେ ନିଷ୍ଠା ପରିବାରର ସଭାପତି ଶ୍ରୀ ଅଶ୍ୱିନୀ ତ୍ରିପାଠୀଙ୍କ ନିକଟକୁ ଏକ ଫୋନ୍ କଲ୍ ଆସିଥିଲା। ଖବର ଥିଲା—ବରପାଲି ବ୍ଲକ ଅନ୍ତର୍ଗତ କେବାଡ଼ ଗ୍ରାମର ୮୫ ବର୍ଷୀୟା ସୀତା ବିଶି ଦୀର୍ଘଦିନ ଧରି ଅସୁସ୍ଥ ଥାଇ ଗତ ୩୦ ତାରିଖ ଅପରାହ୍ନ ପ୍ରାୟ ୪ଟା ସମୟରେ ମୃତ୍ୟୁବରଣ କରିଥିଲେ। ଦୁଃଖର ବିଷୟ, ତାଙ୍କର କେହି ନିକଟ ସମ୍ପର୍କୀୟ ନଥିବାରୁ ଦୀର୍ଘ ୨୦ ଘଣ୍ଟା ଧରି ଶବ ପଡ଼ି ରହିଥିଲା। ଶବ ସତ୍କାର ପାଇଁ କେହି ଆଗେଇ ଆସିନଥିଲେ। ଶେଷରେ ନିଷ୍ଠା ପରିବାରର ଯୋଗାଯୋଗ ନମ୍ବର ସଂଗ୍ରହ କରି ତାଙ୍କର ଜଣେ ଦୂର ସମ୍ପର୍କୀୟ ସୀତା ବିଶି ନିଷ୍ଠା ପରିବାରକୁ ଜଣାଇଥିଲେ। ରକ୍ତଦାନ ଉତ୍ସବ ଭଳି ଏକ ମହତ୍ କାର୍ଯ୍ୟକ୍ରମ ଚାଲିଥିଲେ ମଧ୍ୟ ନିଷ୍ଠା ପରିବାର ମାନବିକତାକୁ ପ୍ରାଥମିକତା ଦେଇ ତୁରନ୍ତ ଏକ ଟିମ୍‌କୁ କେବାଡ଼ ଅଭିମୁଖେ ବାହାରିଥିଲେ।ସେଠାରେ ପହଞ୍ଚିବା ପରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଥିଲା, ତାହା ଅତ୍ୟନ୍ତ ହୃଦୟବିଦାରକ ଥିଲା। ଘରଠାରୁ ଶ୍ମଶାନ ପ୍ରାୟ ଦୁଇ କିଲୋମିଟର ଦୂରରେ ଥିଲେ ମଧ୍ୟ ଶବ ନେବା ପାଇଁ କୌଣସି ଗାଡ଼ିର ବ୍ୟବସ୍ଥା ହୋଇପାରିନଥିଲା କି କେହି ମଧ୍ୟ ଗାଡ଼ି ଦେବାକୁ ଆଗେଇ ଆସିନଥିଲେ।ଶେଷରେ ଅନ୍ୟ କୌଣସି ଉପାୟ ନପାଇ ନିଷ୍ଠା ପରିବାରର ସଦସ୍ୟମାନେ ଖଟରେ ଶବକୁ କାନ୍ଧରେ ବୋହି  ପ୍ରାୟ ଦୁଇ କିଲୋମିଟର ନେଇ ଯାଇଥିଲେ ଏବଂ ସସମ୍ମାନେ ଶବ ସତ୍କାର କରିଥିଲେ। ଜଣେ ଦୂର ସମ୍ପର୍କୀୟ ମୁଖାଗ୍ନି ଦେଇଥିଲେ।ରକ୍ତଦାନ ଠାରୁ ଆରମ୍ଭ କରି ଅଜଣା ଶବ ସତ୍କାର ପର୍ଯ୍ୟନ୍ତ—ମାନବିକତାର ପ୍ରତ୍ୟେକ ମୁହୂର୍ତ୍ତରେ ନିଷ୍ଠା ପରିବାର ନିଜର ସେବା ଜାରି ରଖିଛି।ଏହି ମହତ୍ କାର୍ଯ୍ୟରେ ନିଷ୍ଠା ପରିବାରର ସକ୍ରିୟ ସଦସ୍ୟ ନିବୃତ୍ତ ପଣ୍ଡା, ସୁଦାମ ପଧାନ,ଅମିତ ଭୋଇ, ଶୁଭ୍ରାଂଶୁ ସରାଫ ଓ ସଙ୍କେତ ଆଠଘରା ଉପସ୍ଥିତ ରହି ଶବ ସତ୍କାର କାର୍ଯ୍ୟ ସମ୍ପନ୍ନ କରିଥିଲେ।ଜୀବନରେ ସାଥୀ ନଥିଲେ ମଧ୍ୟ, ଶେଷ ଯାତ୍ରାରେ କେହି ଯେପରି ଏକା ନ ରୁହନ୍ତୁ—ଏହି ଭାବନା ହିଁ ନିଷ୍ଠା ପରିବାରର ମୂଳମନ୍ତ୍ର।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026

You Might Also Like